କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କୁ ବଡ଼ ଝଟକା, ଖଲିସ୍ତାନୀ ସମର୍ଥକ ନେଲେ ଏହି ନିଷ୍ପତ୍ତି, କ’ଣ ଭାଙ୍ଗିଯିବ ସରକାର?

ଓଟାଓ୍ବା,୫।୯: ଖାଲିସ୍ତାନୀ ସମର୍ଥକ ଏନଡିପି ନେତା ଜଗମିତ ସିଂ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। ସେ ସରକାରଙ୍କଠାରୁ ନିଜର ସମର୍ଥନ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ବୁଧବାର ଅପରାହ୍ନରେ ସୋସିଆଲ ମିଡିଆରେ ଏକ ଭିଡିଓରେ ଏନଡିପି ପାର୍ଟି ଏହି ଘୋଷଣା କରିଛି। କୁହାଯାଇଛି ଯେ ସେ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ଲିବରାଲ ସରକାର ସହିତ ହୋଇଥିବା ଚୁକ୍ତିନାମାକୁ ସମାପ୍ତ କରିଛନ୍ତି। ସିଂ ଭିଡିଓରେ କହିଛନ୍ତି ଯେ ଜଷ୍ଟିନ ଟ୍ରୁଡୋ ବାରମ୍ବାର ପ୍ରମାଣ କରିଛନ୍ତି ଯେ ସେ ସର୍ବଦା କର୍ପୋରେଟ ଲୋଭରେ ନଇଁବେ। ସେ ଲୋକମାନଙ୍କୁ ନିରାଶ କରିଛନ୍ତି। ସେମାନେ କାନାଡିୟମାନଙ୍କଠାରୁ ଆଉ ଏକ ସୁଯୋଗ ପାଇବାକୁ ଯୋଗ୍ୟ ନୁହଁନ୍ତି।

ଗତ ଦୁଇ ସପ୍ତାହ ଧରି ଚୁକ୍ତିନାମା ଶେଷ କରିବାର ଯୋଜନା ଚାଲିଥିଲା। ସେ ଏହା ମଧ୍ୟ କହିଛନ୍ତି ଯେ ଭିଡିଓ ଅନଲାଇନରେ ଲାଇଭ ନ ହେବା ପର୍ଯ୍ୟନ୍ତ ଦଳ ଏହାର ନିଷ୍ପତ୍ତି ବିଷୟରେ ଲିବରାଲ ସରକାରଙ୍କୁ ସୂଚିତ କରିନାହିଁ। ସରକାରୀ ସୂତ୍ରରୁ କୁହାଯାଇଛି ଯେ, ଦିନ ୧୨.୪୭ରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ସୂଚନା ଦିଆଯାଇଛି। ସିଂ ଭିଡିଓକୁ ସୋସିଆଲ ମିଡିଆରେ ଦିନ ୧୨.୫୫ରେ ପୋଷ୍ଟ କରିଥିଲେ।

ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ମଧ୍ୟ ଏ ସମ୍ପର୍କରେ ନିଜର ପ୍ରତିକ୍ରିୟା ଜାରି କରିଛନ୍ତି। ସେ କହିଛନ୍ତି ଯେ ଗତ ବର୍ଷ ଭଳି ଆମେ ରାଜନୀତିରେ ଧ୍ୟାନ ଦେବା ପରିବର୍ତ୍ତେ କାନାଡିୟମାନଙ୍କ ପାଇଁ କଣ କରିପାରିବା ତାହା ଉପରେ ଏନଡିପି ଧ୍ୟାନ ଦେବା ଉଚିତ୍‌।

 


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜିଲାରେ ସବୁ ସ୍କୁଲ ଛୁଟି, ଜିଲାପାଳ ନିର୍ଦ୍ଦେଶ ଦେଇ କହିଲେ…

କେନ୍ଦ୍ରାପଡା,୨୭ା୭(ଜଗନ୍ନାଥ ଧଳ): ବଙ୍ଗୋପସାଗରରେ ଲଘୁଚାପ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପାଣିପାଗ ବିଶେଷଜ୍ଞଙ୍କ ପୂର୍ବ ଅନୁମାନଯେ ଆସନ୍ତା ସୋମବାର କେନ୍ଦ୍ରାପଡା ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ଅଛି।…

ଋଣ ନେଇ ଅପେକ୍ଷା କରିଛନ୍ତି ଗ୍ରାହକ, ମିଳୁନି ବିଦ୍ୟୁତ ସଂଯୋଗ, କାମ୍ପା ଇନ୍ଫ୍ରା ସୋଲାର କମ୍ପାନୀ ବିରୋଧରେ ଗ୍ରାହକଙ୍କ ଠକେଇ ଅଭିଯୋଗ

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କେନ୍ଦ୍ର ସରକାରଙ୍କ ସୋଲାର ଶକ୍ତି ପ୍ରୋତ୍ସାହନ ଯୋଜନା ମାଧ୍ୟମରେ, ବିଦ୍ୟୁତ ଉପଭୋକ୍ତାଙ୍କୁ ସ୍ବଳ୍ପ ଖର୍ଚ୍ଚରେ ବିଦ୍ୟୁତ ସୁବିଧା ଯୋଗାଇ ଦେବା ପାଇଁ, ଘରକୁ ଘର…

‘ମୁଁ ପୋଷ୍ଟ ଡିଲିଟ କରିବି ନାହିଁ’… ଦୃଢ଼ ଭାବରେ ଠିଆ ହେଲେ ଭାଜପା ଏମପିଙ୍କ ଝିଅ; ହଇଚଇ ସୃଷ୍ଟି କରିଥିଲା ଏହି ପୋଷ୍ଟ, ଏବେ ଇନଷ୍ଟାଗ୍ରାମ ଆକାଉଣ୍ଟ ନିଷ୍କ୍ରିୟ!

ନୂଆଦିଲ୍ଲୀ,୨୭।୭: NEET ପେପର୍‌ ଲିକ ପ୍ରସଙ୍ଗରେ ଛାତ୍ରମାନଙ୍କ ଦୀର୍ଘ ସମୟ ଧରି ଆନ୍ଦୋଳନ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶେଷରେ ଚାପରେ ଆସି ଇସ୍ତଫା…

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri