ଚାଇନାରେ ୨୩.୮ ନିୟୁତ ୬୦ରୁ ଉର୍ଦ୍ଧ୍ୱ ବୟସ୍କ ବ୍ୟକ୍ତି ଟିକା ନେଇନାହାନ୍ତି

ହଂକଂ,୨୬।୧୨: ଚାଇନାରେ କରୋନା ସଂକ୍ରମଣ ଭୟଙ୍କର ରୂପ ନେଇଥିବା ବେଳେ ୨୩.୮ ନିୟୁତ ୬୦ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କ   ବର୍ତ୍ତମାନ ସୁଦ୍ଧା ଟିକା ନେଇ ନ ଥିବା ଏକ ଗଣମାଧ୍ୟମ ରିପୋର୍ଟରେ ପ୍ରକାଶ ପାଇଛି। ଏହାକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ରିପୋର୍ଟ ଅନୁସାରେ, ଚାଇନା ‘ଜିରୋ-କୋଭିଡ୍‌ ପଲିସି’ କୋହଳ କରିବା ପରେ ଦେଶରେ ଟିକାକରଣ ଅଭିଯାନ ଉପରେ ଅଧିକ ଗୁରୁତ୍ୱାରୋପ କରାଯାଇଛି। ହେଲେ ବୟସ୍କ ବ୍ୟକ୍ତିଙ୍କ କ୍ଷେତ୍ରରେ ଏହି ଟିକାକରଣ ହାର ଦେଶରେ ଅତି ସ୍ବଳ୍ପ ରହିଛି। ୮୦ରୁ ଉର୍ଦ୍ଧ୍ୱ ବୟସ୍କ ବ୍ୟକ୍ତିଙ୍କ କ୍ଷେତ୍ରରେ ଟିକାକରଣ ହାର ମାତ୍ର ୪୨.୪% ବୋଲି ଉକ୍ତ ରିପୋର୍ଟରେ ଉଲ୍ଲେଖ ରହିଛି।

ଅନ୍ୟପକ୍ଷେ ବିଭିନ୍ନ ରୋଗରେ ଆକାନ୍ତ ଥିବା ବୟସ୍କ ବ୍ୟକ୍ତି ଟିକାକରଣର ପ୍ରଭାବ ଏବଂ ନିରାପତ୍ତା ଉପରେ ଅଧିକ ଚିନ୍ତିତ ହେଉଛନ୍ତି। ଏପରିକି ଅନେକ ବୟସ୍କ ବ୍ୟକ୍ତି ଟିକା ନେବାକୁ ଜରୁରୀ ମନେକରୁ ନ ଥିବା ବେଳେ ସଚେତନତାର ଅଭାବ ମଧ୍ୟ ରିପୋର୍ଟରେ ଉଲ୍ଲେଖ ରହିଛି।

ମିଳିଥିବା ସୂଚନା ମୁତାବକ, ଗତ କିଛିଦିନ ମଧ୍ୟରେ ଚାଇନାରେ ପାଖାପାଖି ୨୫ କୋଟି ଲୋକ କରୋନାରେ ସଂକ୍ରମିତ ହୋଇଥିବା ଏକ ସରକାରୀ ଦସ୍ତାବିଜ୍‌ ସୋସିଆଲ ମିଡିଆରେ ପ୍ରସାରିତ ହୋଇଥିଲା। ଏହାକୁ ନେଇ ନ୍ୟାଶନାଲ ହେଲ୍‌ଥ କମିଶନ(ଏନ୍‌ଏଚ୍‌ସି) ରବିବାର ଦୈନିକ ସଂକ୍ରମଣ ସଂଖ୍ୟା ପ୍ରକାଶ ବନ୍ଦ କରିଦେଇଛି। ହେଲେ ନୀତି ବଦଳାଇବା କାରଣ ସମ୍ପର୍କରେ କିଛି ବି କୁହାଯାଇ ନାହିଁ। ଚାଇନାରେ କଠୋର ଟେଷ୍ଟିଂ ନିୟମ ହଟିବା ପରେ ସଂକ୍ରମଣ ମାମଲା ବୃଦ୍ଧି ପାଇଛି। ଅନ୍ୟପକ୍ଷେ ସାରା ଦେଶର ସଂକ୍ରମଣ ସଂଖ୍ୟା ଚିହ୍ନଟ କରିବା ସମ୍ଭବ ନୁହେଁ ବୋଲି କର୍ତ୍ତୃପକ୍ଷ କହିଛନ୍ତି। ଏପରିକି ସଂକ୍ରମିତ ଲୋକଙ୍କ ପାଇଁ ଡାକ୍ତରଖାନାରେ ଶଯ୍ୟା ଅଭାବରୁ ବେଞ୍ଚ, ଚଟାଣରେ ଶୋଉଥିବା ଖବର ଗଣମାଧ୍ୟମରେ ପ୍ରସାରଣ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri