ଚାଇନାରେ ୨୩.୮ ନିୟୁତ ୬୦ରୁ ଉର୍ଦ୍ଧ୍ୱ ବୟସ୍କ ବ୍ୟକ୍ତି ଟିକା ନେଇନାହାନ୍ତି

ହଂକଂ,୨୬।୧୨: ଚାଇନାରେ କରୋନା ସଂକ୍ରମଣ ଭୟଙ୍କର ରୂପ ନେଇଥିବା ବେଳେ ୨୩.୮ ନିୟୁତ ୬୦ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କ   ବର୍ତ୍ତମାନ ସୁଦ୍ଧା ଟିକା ନେଇ ନ ଥିବା ଏକ ଗଣମାଧ୍ୟମ ରିପୋର୍ଟରେ ପ୍ରକାଶ ପାଇଛି। ଏହାକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ରିପୋର୍ଟ ଅନୁସାରେ, ଚାଇନା ‘ଜିରୋ-କୋଭିଡ୍‌ ପଲିସି’ କୋହଳ କରିବା ପରେ ଦେଶରେ ଟିକାକରଣ ଅଭିଯାନ ଉପରେ ଅଧିକ ଗୁରୁତ୍ୱାରୋପ କରାଯାଇଛି। ହେଲେ ବୟସ୍କ ବ୍ୟକ୍ତିଙ୍କ କ୍ଷେତ୍ରରେ ଏହି ଟିକାକରଣ ହାର ଦେଶରେ ଅତି ସ୍ବଳ୍ପ ରହିଛି। ୮୦ରୁ ଉର୍ଦ୍ଧ୍ୱ ବୟସ୍କ ବ୍ୟକ୍ତିଙ୍କ କ୍ଷେତ୍ରରେ ଟିକାକରଣ ହାର ମାତ୍ର ୪୨.୪% ବୋଲି ଉକ୍ତ ରିପୋର୍ଟରେ ଉଲ୍ଲେଖ ରହିଛି।

ଅନ୍ୟପକ୍ଷେ ବିଭିନ୍ନ ରୋଗରେ ଆକାନ୍ତ ଥିବା ବୟସ୍କ ବ୍ୟକ୍ତି ଟିକାକରଣର ପ୍ରଭାବ ଏବଂ ନିରାପତ୍ତା ଉପରେ ଅଧିକ ଚିନ୍ତିତ ହେଉଛନ୍ତି। ଏପରିକି ଅନେକ ବୟସ୍କ ବ୍ୟକ୍ତି ଟିକା ନେବାକୁ ଜରୁରୀ ମନେକରୁ ନ ଥିବା ବେଳେ ସଚେତନତାର ଅଭାବ ମଧ୍ୟ ରିପୋର୍ଟରେ ଉଲ୍ଲେଖ ରହିଛି।

ମିଳିଥିବା ସୂଚନା ମୁତାବକ, ଗତ କିଛିଦିନ ମଧ୍ୟରେ ଚାଇନାରେ ପାଖାପାଖି ୨୫ କୋଟି ଲୋକ କରୋନାରେ ସଂକ୍ରମିତ ହୋଇଥିବା ଏକ ସରକାରୀ ଦସ୍ତାବିଜ୍‌ ସୋସିଆଲ ମିଡିଆରେ ପ୍ରସାରିତ ହୋଇଥିଲା। ଏହାକୁ ନେଇ ନ୍ୟାଶନାଲ ହେଲ୍‌ଥ କମିଶନ(ଏନ୍‌ଏଚ୍‌ସି) ରବିବାର ଦୈନିକ ସଂକ୍ରମଣ ସଂଖ୍ୟା ପ୍ରକାଶ ବନ୍ଦ କରିଦେଇଛି। ହେଲେ ନୀତି ବଦଳାଇବା କାରଣ ସମ୍ପର୍କରେ କିଛି ବି କୁହାଯାଇ ନାହିଁ। ଚାଇନାରେ କଠୋର ଟେଷ୍ଟିଂ ନିୟମ ହଟିବା ପରେ ସଂକ୍ରମଣ ମାମଲା ବୃଦ୍ଧି ପାଇଛି। ଅନ୍ୟପକ୍ଷେ ସାରା ଦେଶର ସଂକ୍ରମଣ ସଂଖ୍ୟା ଚିହ୍ନଟ କରିବା ସମ୍ଭବ ନୁହେଁ ବୋଲି କର୍ତ୍ତୃପକ୍ଷ କହିଛନ୍ତି। ଏପରିକି ସଂକ୍ରମିତ ଲୋକଙ୍କ ପାଇଁ ଡାକ୍ତରଖାନାରେ ଶଯ୍ୟା ଅଭାବରୁ ବେଞ୍ଚ, ଚଟାଣରେ ଶୋଉଥିବା ଖବର ଗଣମାଧ୍ୟମରେ ପ୍ରସାରଣ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକାର ସମର୍ଥନ

ଓ୍ବାଶିଂଟନ,୧୮ା୪: ଏକବିଂଶ ଶତାବ୍ଦୀର ବିଶ୍ୱର ପ୍ରତିଫଳନ ପାଇଁ ସୁରକ୍ଷା ପରିଷଦ ସମେତ ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକା ସମର୍ଥନ ଜଣାଇଛି। ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ...

ଦୁବଇରେ ଦେଖିବାକୁ ମିଳିଲା ଅଦ୍ଭୁତ ଦୃଶ୍ୟ, ଦେଖୁ ଦେଖୁ ଆକାଶ ହୋଇଗଲା ସବୁଜ, ଦେଖନ୍ତୁ ଭିଡିଓ

ଦୁବଇ,୧୮।୪: ଗତ କିଛି ଦିନ ହେବ ଦୁବଇର ପାଗରେ ଅନେକ ପରିବର୍ତ୍ତନ ଦେଖାଯାଉଛି । ଯେଉଁଠାରେ ୭୫ ବର୍ଷ ମଧ୍ୟରେ ପ୍ରବଳ ବର୍ଷା ସହରକୁ ବୁଡ଼ାଇ...

ପ୍ରତିଦିନ ଚୋରି ହେଉଛି ୬ ଲକ୍ଷ ଲିଟର ପାଣି

ମେକ୍ସିକୋ ସିଟି,୧୮।୪: ଚୋରମାନଙ୍କ ଦ୍ୱାରା ଜଳର କଳାବଜାରି ଯୋଗୁଁ ମେକ୍ସିକୋରେ ହ୍ରଦ ଶୁଖିଯାଉଛି। ଚୋରମାନେ ସମଗ୍ର ହ୍ରଦକୁ ନିଷ୍କାସନ କରି ଦିନକୁ ପ୍ରାୟ ୬ଲକ୍ଷ ଲିଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri