ଶାନ୍ତିପୂର୍ଣ୍ଣ ଓ ନିରପେକ୍ଷ ନିର୍ବାଚନ ପରିଚାଳନା ପାଇଁ ନିଆଯିବ ଆବଶ୍ୟକ ପଦକ୍ଷେପ: ବିଏମ୍‌ସି

ଭୁବନେଶ୍ୱର,୨୮।୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ସରିବା ପରେ ଏବେ ପୌର ନିର୍ବାଚନକୁ ନେଇ ରାଜନୀତି ସରଗରମ୍‌ ରହିଛି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଏମ୍‌ସି କାର୍ଯ୍ୟାଳୟ, ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସମେତ ୱାର୍ଡ ୱାରି ବିଜ୍ଞପ୍ତି ଜାରି ହୋଇଛି। ମେୟର, ଡେପୁଟି ମେୟର ଓ କର୍ପୋରେଟର ନିର୍ବାଚନ ପାଇଁ ବିଜ୍ଞପ୍ତିରେ ତାରିଖ ପ୍ରକାଶ ହୋଇଛି। ଶାନ୍ତିପୂର୍ଣ୍ଣ ଓ ନିରପେକ୍ଷ ନିର୍ବାଚନ ପରିଚାଳନା ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ବିଏମ୍‌ସି ଅତିରିକ୍ତ କମିଶନର କହିଛନ୍ତି ।

ମାର୍ଚ୍ଚ ୨ରୁ ୭ ତାରିଖ ପର୍ଯ୍ୟନ୍ତ ଦିନ ୧୧ଟା ଠାରୁ ୩ଟା ମଧ୍ୟରେ ନାମାଙ୍କନ ପତ୍ର ଦାଖଲ କରିବାକୁ ଧାର୍ଯ୍ୟ ହୋଇଛି । ସେହିପରି ୯ରେ ନାମାଙ୍କନ ପତ୍ର ଯାଞ୍ଚ । ଏହାପରେ ୧୦ରେ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଏବଂ ୧୪ରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ମାର୍ଚ୍ଚ ୨୪ରେ ସକାଳ ୮ଟା ଠାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିବ ମତଦାନ।