ରାସ୍ତା ଉପରେ କାଟିଦେଲେ ଦିନମଜୁରିଆଙ୍କ ତଣ୍ଟି

ସମ୍ବଲପୁର,୨୮ା୯(ବ୍ୟୁରୋ): ସମ୍ବଲପୁର ଜିଲା କ୍ଷେତରାଜପୁର ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଗଳାକାଟି ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଥିବା ଯୁବକ ହେଲେ ବଙ୍ଗଳାପଡାର ଦ୍ୱାରିକା ରାତ୍ରେ(୨୬)। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ସ୍ଥାସ୍ତାନ୍ତର କରିଛି। ଘଟଣାରେ ସମ୍ପୃକ୍ତ ଯୁବକ ଫେରାର ଥିବା ପୋଲିସ କହିଛି।
ସୂଚନା ଅନୁସାରେ, ଦ୍ୱାରିକା ବିବାହିତ ଓ ସେ ଦିନମଜୁରିଆ ଭାବେ କାମ କରି ପରିବାର ପ୍ରତିପୋଷଣ କରୁଥିଲେ। ରବିବାର କାମରୁ ଫେରିବା ସମୟରେ ସେ ପଡାରେ ଥିବା ଏକ ପାନ ଦୋକାନ ପାଖରେ ଅଟକିଥିଲେ। ସେଠାରେ କୌଣସି କାରଣକୁ ନେଇ ସମ୍ପୃକ୍ତ ଯୁବକଙ୍କ ସହ ତାଙ୍କର କଥା କଟାକଟି ହୋଇଥିଲା। ପରେ ଦ୍ୱାରିକା ନିଜ ଘରକୁ ଯାଉଥିଲେ। ଏହି ସମୟରେ ଯୁବକ ଜଣକ ପଛରୁ ଆସି ଏକ ଧାରୁଆ ଅସ୍ତ୍ରରେ ତାଙ୍କ ଗଳାକୁ କାଟି ଦେଇଥିଲେ। ଗୁରୁତର ଅବସ୍ଥାରେ ଦ୍ୱାରିକା ଘରକୁ ଯାଇଥିଲେ। ସେଠାରେ ଅଭିଯୁକ୍ତଙ୍କ ନାମ ଧରି ମାରିଦେଲା ବୋଲି କହି ତଳେ ପଡିଯାଇଥିଲେ। ପରିବାର ବର୍ଗ ତାଙ୍କୁ ଜିଲା ସଦର ଡାକ୍ତରଖାନା ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାକୁ ନେଇ ସୋମବାର ପଡ଼ାରେ ଉତ୍ତେଜନା ପ୍ରକାଶ ପାଇଥିଲା। ପଡାବାସୀ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଥାନା ଘେରାଉ କରିବାକୁ ବାହାରିଥିଲେ। ପରେ ପୋଲିସ ଓ ସ୍ଥାନୀୟ କେତେଜଣ ବ୍ୟକ୍ତିଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ପୋଲିସ କହିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri