Posted inଖେଳ

କ୍ବାର୍ଟର ଫାଇନାଲରେ ନେଦରଲାଣ୍ଡ୍ସ

ଭୁବନେଶ୍ୱର,୨୬।୧୧(କ୍ରୀଡ଼ା ପ୍ରତିନିଧି)-
କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପ୍‌ର କ୍ବାର୍ଟର ଫାଇନାଲରେ ନେଦରଲାଣ୍ଡ୍ସ ପ୍ରବେଶ କରିଛି। ଶୁକ୍ରବାର ଅନୁଷ୍ଠିତ ପୁଲ୍‌ ‘ସି’ର ଏକ ମ୍ୟାଚରେ ଏହି ଦଳ ସ୍ପେନ୍‌କୁ ୩-୨ ଗୋଲରେ ପରାସ୍ତ କରିଛି। ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ସମ୍ପାଦକ ନିଲେନ କୁମାର ଖେଳାଳିଙ୍କ ସହ ପରିଚିତ ହେବା ପରେ ମ୍ୟାଚ ଆରମ୍ଭ ହୋଇଥିଲା। ଶେଷରେ ତାରକା ଆଥଲେଟ୍‌ ଅମିୟ ମଲିକ ଅତିଥିଭାବେ ଯୋଗଦେଇ ନେଦରଲାଣ୍ଡ୍ସର ଲ୍ୟୁକ ଡୋମେରଶୁଇଜେନଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ ପୁରସ୍କାର ପ୍ରଦାନ କରିଥିଲେ। ଏହି ମ୍ୟାଚରେ ନେଦରଲାଣ୍ଡ୍ସ ୨ ମ୍ୟାଚରୁ ୨ ବିଜୟ ସହ ୬ ପଏଣ୍ଟ ପାଇଛି। ୱାଇଲ୍ଡ କାର୍ଡ ମାଧ୍ୟମରେ ଏଣ୍ଟ୍ରି ପାଇଥିବା ଆମେରିକାର ଆଶା ଡବଲ ପରାଜୟ ସହ ଶେଷ ହୋଇଛି। ୨୮ ତାରିଖରେ ହେବାକୁଥିବା ସ୍ପେନ୍‌-ଦକ୍ଷିଣ କୋରିଆ ମ୍ୟାଚର ବିଜେତା ଏହି ପୁଲ୍‌ରୁ ଦ୍ୱିିତୀୟ ଦଳ ଭାବେ କ୍ବାର୍ଟର ଫାଇନାଲରେ ପ୍ରବେଶ କରିବ।

ମ୍ୟାଚ୍‌ର ୯ମ ମିନିଟରେ ଖୋଲିଥିଲା ନେଦରଲାଣ୍ଡ୍ସ ଗୋଲ ଖାତା। ସ୍ପେନ୍‌ ଖେଳାଳିଙ୍କ ବିପଜ୍ଜନକ ଖେଳ ଯୋଗୁ ନେଦରଲାଣ୍ଡ୍ସକୁ ପେନାଲ୍ଟି ଷ୍ଟ୍ରୋକ୍‌ ମିଳିଥିଲା। ଦଳର ୪ ନମ୍ବର ଜର୍ସି ପରିହିତ ଖେଳାଳି ଶେଲଡନ ସ୍କୁଟେନ ଏହାକୁ ଗୋଲରେ ପରିଣତ କରିବାରେ କୌଣସି ଭୁଲ କରି ନ ଥିଲେ। ୨୭ତମ ମିନିଟରେ ଗୁସ୍‌ ଜାନସେନ ଏକ ଫିଲ୍ଡ ଗୋଲ ଦେଇ ପ୍ରଥମାର୍ଦ୍ଧ ଶେଷସୁଦ୍ଧା ଦଳକୁ ୨-୦ରେ ଅଗ୍ରଣୀ କରାଇଥିଲେ। ତୃତୀୟ କ୍ବାର୍ଟରରେ କିନ୍ତୁ ସ୍ପେନ୍‌ ଦମ୍‌ଦାର ପ୍ରଦର୍ଶନ କରି ସଫଳ ପ୍ରତ୍ୟାବର୍ତ୍ତନ କରିଥିଲା। ୩୮ତମ ମିନିଟରେ ବୋର୍ଜା ଲାକାଲେ ଫିଲ୍ଡ ଗୋଲ ଏବଂ ୪୫ତମ ମିନିଟରେ ଦଳକୁ ମିିଳିଥିବା ପେନାଲ୍ଟି କର୍ନରକୁ ଗୋଲରେ ପରିଣତ କରି ପାଉ କୁନିଲ ମ୍ୟାଚକୁ ୨-୨ ସ୍ଥିତିକୁ ନେଇ ଆସିଥିଲେ। ଫଳରେ ୪ର୍ଥ ତଥା ଅନ୍ତିମ କ୍ବାର୍ଟର ସ୍ବାଭାବିକଭାବେ ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିଲା। ମ୍ୟାଚଟି ଡ୍ର ଆଡ଼କୁ ଯାଉଥିବାବେଳେ ୫୯ତମ ମିନିଟରେ ନେଦରଲାଣ୍ଡ୍ସ ଏକ ପେନାଲ୍ଟି କର୍ନର ସୁଯୋଗ ସୃଷ୍ଟି କରିଥିଲା। ଦଳର ୧୪ ନମ୍ବର ଖେଳାଳି ମାଇଲ୍ସ ବୁକେନ୍ସ ଏହାକୁ ଗୋଲରେ ପରିଣତ କରି ଦଳୀୟ ଶିବିରରେ ଖୁସିର ଲହରି ଖେଳାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?