ଡବଲ ଇଞ୍ଜିନ ନୁହେଁ, ଯୋଡି ଶଙ୍ଖ ଦରକାର: ପାଣ୍ଡିଆନ

ନୂଆପଡ଼ା,୨୮ା୪ (ମକାରୁ ବେମାଲ)୫-ଟି ଅଧ୍ୟକ୍ଷ ତଥା ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ନୂଆପଡ଼ା ଜିଲା ଗସ୍ତରେ ଆସି ସ୍ଥାନୀୟ ମିନି ଷ୍ଟାଡିୟମଠାରେ ଆୟୋଜିତ ସଭାରେ ଯୋଗଦେଇ ନିର୍ବାଚନୀ ବିଗୁଲ ବଜାଇଛନ୍ତି। ସକାଳେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ସେ ନୂଆପଡ଼ା ଆସି ଖରିଆର ରୋଡ ଜୋଙ୍କ ନଦୀ କୂଳରେ ଥିବା ଶଙ୍କର ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ। ସେଠାରୁ ଏକ ଶୋଭାଯାତ୍ରାରେ ଯାଇ ନୂଆପଡ଼ା ମିନି ଷ୍ଟାଡିୟମଠାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେଇ ଏମ୍‌ପି ପ୍ରାର୍ଥୀ ଲମ୍ବୋଦର ନିଆଲ ଓ ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆଙ୍କ ପାଇଁ ପ୍ରଚାର କରିଥିଲେ ା ଆମକୁ ଡବଲ ଇଞ୍ଜିନ ଦରକାର ନାହିଁ, ଯୋଡି ଶଙ୍ଖ ଦରକାର। ଯେଉଁଠାରେ ଡବଲ ଇଞ୍ଜିନ ରହିଥିଲା ତାହା ଛିଣ୍ଡିଯାଇଛି ବୋଲି କହିଥିଲେ।
ସେ କହିଥିଲେ, ୬ ମାସ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋତେ ନୂଆପଡ଼ା ଜିଲାରେ ରହିଥିବା ସମସ୍ୟା ବୁଝିବା ପାଇଁ ପଠାଇଥିଲେ। ମୁଁ ଆସିଥିବା ସମୟରେ ବିଭିନ୍ନ ସମସ୍ୟା ଉପରେ ଲୋକେ ୭ ଶହରୁ ଊର୍ଦ୍ଧ୍ୱ ଦରଖାସ୍ତ ଦେଇଥିଲେ। ସେଥିରୁ ୩୫୦ ଦରଖାସ୍ତର ସମାଧାନ ହୋଇସାରିଛି। ବାକି ଦରଖାସ୍ତ ଗୁଡିକର ମୁଖ୍ୟମନ୍ତ୍ରୀ ସମାଧାନ କରିବେ। ନୂଆପଡ଼ା ଜିଲାକୁ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ଏକଶହ ୩୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ନୂଆପଡ଼ା ବ୍ଲକର ଭାଲେଶ୍ୱର ଓ କୋମନା ବ୍ଲକର କୋନାବିରାଠାରେ ମେଗା ପ୍ରକଳ୍ପ, ୫ଟି ବ୍ଲକରେ ନୂଆ ବସ୍‌ଷ୍ଟାଣ୍ଡ, ଗ୍ରାମାଞ୍ଚଳରେ ଦୁଇ ଲାଇନ ରାସ୍ତା, ବସୁଧା ଯୋଜନାରେ ପାନୀୟ ଜଳ ଯୋଗାଣ, ଉଚ୍ଚ ବିଦ୍ୟାଳୟ, ମହାବିଦ୍ୟାଳୟର ଉନ୍ନତୀକରଣ, ଦେବଦେବୀ ମନ୍ଦିର ଉନ୍ନତୀକରଣ କାରାଯାଇଛି। ୨୪ବର୍ଷ ଶାସନରେ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବହୁତ ବିକାଶ କରିସାରିଲେଣି। ବିଜୁ ଜନତା ଦଳ ପୁଣି କ୍ଷମତାକୁ ଆସିଲେ କୌଣସି ସମସ୍ୟା ରହିବ ନାହିଁ ବୋଲି କହିଥିଲେ। କାର୍ଯ୍ୟକ୍ରମରେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାରଙ୍କ ସମେତ ଶତାଧିକ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?