Posted inଜାତୀୟ

‘ମନ କି ବାତ୍‌’ ନୁହେଁ ‘ପେଟ୍ରୋଲ କି ବାତ୍‌’ ଦରକାର

କୋଲକାତା,୭।୭: ଦେଶର ପ୍ରାୟ ସମସ୍ତ ରାଜ୍ୟରେ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ପାର କରିଛି। ଏଥି ନେଇ ବୁଧବାର କେନ୍ଦ୍ର ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମାଲୋଚନା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଦେଶବାସୀଙ୍କୁ ‘ମନ କି ବାତ୍‌’ ନୁହେଁ ପେଟ୍ରୋଲ ଓ ଭାକ୍ସିନ କି ବାତ୍‌ ଦରକାର ବୋଲି ମମତା କହିଛନ୍ତି।

ପେଟ୍ରୋଲ ଓ ଜିଜେଲ ବିକ୍ରି ଉପରେ ଟ୍ୟାକ୍ସ ଲଗାଇ କେନ୍ଦ୍ର ସରକାର ୩.୭୧ ଲକ୍ଷ ଟଙ୍କା ରାଜସ୍ବ ଆଦାୟ କରିଛନ୍ତି। ଏହି ଅର୍ଥକୁ କୋଭିଡ୍‌-୧୯ ଟିକାକରଣ କ୍ଷେତ୍ରରେ ବ୍ୟବହାର କରୁ ନାହାନ୍ତି। କ୍ୟାବିନେଟ୍‌ର ସମ୍ପ୍ରସାରଣ ବଦଳରେ ପ୍ରଧାନମନ୍ତ୍ରୀ ଦେଶର ସ୍ବାସ୍ଥ୍ୟସେବା ଓ ଅର୍ଥନୀତି ଉପରେ ଗୁରୁତ୍ୱ ଦିଅନ୍ତୁ ବୋଲି କହିଛନ୍ତି ଟିଏମ୍‌ସି ସୁପ୍ରିମୋ।

” ମୋଦି ସରକାର ତୈଳ ଉପରେ ଟ୍ୟାକ୍ସ ବାବଦକୁ ୩.୭୧ ଲକ୍ଷ କୋଟି ଟଙ୍କା ଆୟ କରିଛି। ଏହି ଟଙ୍କା ଗଲା କୁଆଡ଼େ। ସେ କେବଳ ‘ମନ କି ବାତ୍‌’ କରୁଛନ୍ତି। କାହିଁକି ପେଟ୍ରୋଲ ଓ ଡିଜେଲ ଉପରେ କହୁନାହାନ୍ତି। ସେ କେବଳ ମୋତେ ଅପମାନ ଦିଅନ୍ତି। ଗ୍ୟାସ ଦର ଉପରେ ନଜର ପକାନ୍ତୁ। ଗତ ୧୪ ମାସରେ ଗ୍ୟାସ ଦର ୪୭ ପ୍ରତିଶତ ବଢ଼ିଛି। ପ୍ରଧାନମନ୍ତ୍ରୀ ଉଜ୍ୱାଲା ଯୋଜନର କ’ଣ ହେଲା। ଯଦି ଆମେ ସାମାଜିକ ଯୋଜନା ଆଣି ପାରୁଛୁ, ଆପଣ କାହିଁକି ଦେଇ ପାରିବେ ନାହିଁ। ସେ ଭାବୁଛନ୍ତି ସମ୍ପ୍ରସାରଣ କାମ ଦେବ। ‘ମନ କି ବାତ୍‌’ରେ ପେଟ୍ରୋଲ କଥା କୁହନ୍ତୁ। ମୁଁ ତୁମ ବିରୋଧରେ ନାହିଁ। କିନ୍ତୁ ଆମକୁ ସ୍ବାସ୍ଥ୍ୟ ଓ ଅର୍ଥନୀତି ଉପରେ ଧ୍ୟାନ ଦେବାକୁ ପଡ଼ିବ“ ବୋଲି ମମତା କହିଛନ୍ତି।

ଉଲ୍ଲେଖଯୋଗ୍ୟ, ମୁମ୍ବାଇ, ହାଇଦ୍ରାବାଦ, ଚେନ୍ନାଇ, ବେଙ୍ଗାଲୁରୁ ପରେ କୋଲକାତାରେ ମଧ୍ୟ ପେଟ୍ରୋଲ ଦର ୧୦୦ ଟଙ୍କା ଅତିକ୍ରମ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଟିଏମସି ଅପେକ୍ଷା ଭାଜପାକୁ ଭୋଟ୍ ଦେବା ଭଲ’ କହିଲେ ଅଧୀର ରଞ୍ଜନ ଚୌଧୁରୀ, କଂଗ୍ରେସ ଦେଲା ପ୍ରତିକ୍ରିୟା

କୋଲକାତା,୧ା୫: କଂଗ୍ରେସର ବରିଷ୍ଠ ନେତା ଆଧୀର ରଂଜନ ଚୌଧୁରୀ ବୁଧବାର ପଶ୍ଚିମବଙ୍ଗରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ ତୃଣମୂଳ କଂଗ୍ରେସକୁ ଭୋଟ୍ ଦେବା ଅପେକ୍ଷା...

ସୁପ୍ରିମକୋର୍ଟଙ୍କ ଆଦେଶ ପରେ ସିମ୍ବଲ ଲୋଡିଂ ୟୁନିଟ୍ ଗୁଡ଼ିକର ସଂରକ୍ଷଣ ପାଇଁ ନୂଆ ପ୍ରୋଟୋକଲ ଜାରି କଲେ ନିର୍ବାଚନ ଆୟୋଗ

କୋଲକାତା,୧ା୫: ଭାରତ ନିର୍ବାଚନ ଆୟୋଗ ଆଜି ସିମ୍ବଲ ଲୋଡିଂ ୟୁନିଟ୍ – ଏସଏଲୟୁ ପରିଚାଳନା ଓ ଭଣ୍ଡାରଣ ପାଇଁ ନୂଆ ପ୍ରୋଟୋକଲ ଜାରି କରିଛନ୍ତି ।...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

‘କାଲି ସୁଦ୍ଧା ରାହୁଲ ଗାନ୍ଧୀ ଆମେଠିରୁ ନିଜ ନାମ ଘୋଷଣା ନ କଲେ ଆତ୍ମହତ୍ୟା କରିବି’

ନୂଆଦିଲ୍ଲୀ,୧।୫: କଂଗ୍ରେସ ଆମେଠୀ ଆସନରୁ ଏଯାବତ ପ୍ରାର୍ଥୀ ଘୋଷଣା କରିନାହିଁ। ଏହାକୁ ନେଇ ଦଳର ନେତାଙ୍କ ସହ କର୍ମୀମାନେ ଅସନ୍ତୁଷ୍ଟ ବ୍ୟକ୍ତ କରୁଛନ୍ତି। ରାହୁଲ ଗାନ୍ଧୀ...

ଭାଜପାରେ ସାମିଲ ହେଲେ ‘ଅନୁପମା’

ନୂଆଦିଲ୍ଲୀ,୧।୫: ଲୋକପ୍ରିୟ ଅଭିନେତ୍ରୀ ରୁପାଲୀ ଗାଙ୍ଗୁଲି ଭାଜପାରେ ସାମିଲ ହୋଇଛନ୍ତି। ଦିଲ୍ଲୀ ସ୍ଥିତ ପାର୍ଟି ମୁଖ୍ୟାଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ଦଳର...

ଏପ୍ରିଲରେ ରେକର୍ଡ ସଂଗ୍ରହ ଜିଏସ୍‌ଟି: ୨.୧୦ ଲକ୍ଷ କୋଟିରେ ପହଞ୍ଚିଲା

ନୂଆଦିଲ୍ଲୀ,୧।୫: ଏପ୍ରିଲ ମାସରେ ଦେଶରେ ଦ୍ରବ୍ୟ ଓ ସେବା କର(ଜିଏସ୍‌ଟି) ସଂଗ୍ରହ ରେକର୍ଡ ସୃଷ୍ଟି କରିଛି। ସମସ୍ତ ରେକର୍ଡ ଭାଙ୍ଗି ଏପ୍ରିଲ ୨୦୨୪ରେ ଜିଏସ୍‌ଟି ସଂଗ୍ରହ...

ରାଏବରେଲିରୁ ପ୍ରିୟଙ୍କା, ଏଇଠୁ ଲଢିବେ ରାହୁଲ, ଆସିଲା କଂଗ୍ରେସର ପ୍ରାର୍ଥୀ ତାଲିକା!

ନୂଆଦିଲ୍ଲୀ,୧।୫: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆମେଠି ଏବଂ ରାଏବରେଲିରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସର ଏହି ତାଲିକା ସୋସିଆଲ ମିଡିଆରେ...

ସ୍କୁଲ ଉଡ଼ାଇ ଦେବାକୁ ଆସିଲା ଧମକ: ଚିନ୍ତାରେ ପୋଲିସ

ନୂଆଦିଲ୍ଲୀ୫।୧: ରାଜଧାନୀର ଅନେକ ସ୍କୁଲକୁ ଧମକପୂର୍ଣ୍ଣ ଇମେଲ ଆସିଛି। ଏଥିରେ ସ୍କୁଲକୁ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି। ଦିଲ୍ଲୀର ଦ୍ୱାରକାଠାରେ ଅବସ୍ଥିତ ଦିଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri