‘ଛାତ୍ରୀଙ୍କ ସାମାଜିକ ସୁରକ୍ଷା ପାଇଁ କୌଶଳର ଆବଶ୍ୟକତା ରହିଛି’

ଦାରିଙ୍ଗବାଡ଼ି,୨୦ା୧(ଅରୁଣ ସାହୁ): ଛାତ୍ରୀଙ୍କ ସାମାଜିକ ସୁରକ୍ଷା ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ସେଥିମଧ୍ୟରେ ନିଜକୁ ସୁରକ୍ଷା ଯୋଗାଇବା ପାଇଁ ବିଭିନ୍ନ କୌଶଳର ଆବଶ୍ୟକତା ରହିଛି ଯାହାକି ସରକାର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଓ ମହାବିଦ୍ୟାଳୟଗୁଡିକରେ ଆତ୍ମସୁରକ୍ଷା ପାଇଁ ତାଲିମ ପ୍ରଦାନ କରୁଛନ୍ତି।
ପ୍ରକାଶ ଯେ, ଏହିକ୍ରମରେ ଦାରିଙ୍ଗବାଡ଼ିର ଡଃ ଭୀମରାଓ ଆମ୍ବେଦକର ମହାବିଦ୍ୟାଳୟର ଛାତ୍ରୀମାନଙ୍କୁ ନେଇ ଚାଲିଥିବା ଆତ୍ମସୁରକ୍ଷା ତାଲିମ ଶିବିରର କାର୍ଯ୍ୟକ୍ରମର ଉଦ୍‌ଯାପନୀ ହୋଇଯାଇଛି। ଏହାକୁ ବିଦ୍ୟାଳୟର ଅଧ୍ୟକ୍ଷ ଡଃ ପ୍ରତାପ କୁମାର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଅଧ୍ୟାପିକା ତଥା ଆତ୍ମସୁରକ୍ଷା କାର୍ଯ୍ୟକ୍ରମର ସଂଯୋଜିକା ସସ୍ମିତା ସାମନ୍ତ ମଞ୍ଚ ସଂଯୋଜନା କରିଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟର ଅଧ୍ୟାପିକା ବବଲୀନ ନାୟକ, ନିମାଇଁ ଚରଣ ପଣ୍ଡା, ବିଷ୍ଣୁ ସାହୁ, ବିନୋଦ କୁମାର ସୁବୁଦ୍ଧି, କୀର୍ତ୍ତି ଚନ୍ଦ୍ର ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଅନ୍ୟ କର୍ମଚାରୀ ବିକ୍ରମ କିଶୋର ପଟ୍ଟନାୟକ ଏବଂ ମଦନ ମୋହନ ବାରିକ ପ୍ରମୁଖ ସହଯୋଗ କରିଥିଲେ। ଏହି ତାଲିମ ଶିବିରରେ ବିଦ୍ୟାଳୟର ୧୫୪ ଜଣ ଛାତ୍ରୀ ଆତ୍ମସୁରକ୍ଷା କୌଶଳ ଶିକ୍ଷା ପାଇଁ ତାଲିମ ପାଇଥିବା ବେଳେ ମାଷ୍ଟର ତାଲିମଦାତା ଭାବେ ବିଦ୍ୟାଳୟର କୀର୍ତ୍ତିକା ସାହୁ ଏବଂ ଏଲିନା ଦିଗାଲ ସମସ୍ତ ଛାତ୍ରୀଙ୍କୁ ୮ ଦିନ ଧରି ତାଲିମ ପ୍ରଦାନ କରିଥିଲେ। ସମସ୍ତ ମାଷ୍ଟର ତାଲିମ ଦାତାଙ୍କ ସମେତ ୧୫୪ ଜଣ ଛାତ୍ରୀଙ୍କୁ ଏହି ତାଲିମ ପାଇଁ ପ୍ରମାଣ ପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri