ରାଷ୍ଟ୍ରପତିଙ୍କୁ ‘ନୀଳଚକ୍ର ସମ୍ମାନ’

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଚିନ୍ତା ଓ ଚେତନା ପକ୍ଷରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଚଳିତ ବର୍ଷର ‘ନୀଳଚକ୍ର ସମ୍ମାନ’ ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଅନୁଷ୍ଠାନ ସଦସ୍ୟ ବାବା ରାମନାରାୟଣ ଦାସ ମହାରାଜଙ୍କଠାରୁ ରାଷ୍ଟ୍ରପତି ଏହି ସମ୍ମାନ ଗ୍ରହଣ କରିଥିଲେ। ସମ୍ମାନ ଫଳକ ସହ ନାଗୀ ଖଣ୍ଡୁଆ ପାଟ, ଆଜ୍ଞାମାଳ, ପତାକା, ମହାପ୍ରସାଦ ଆଦି ପ୍ରଦାନ କରାଯାଇଥିଲା। ସମ୍ମାନ ଗ୍ରହଣ ଅବସରରେ ରାଷ୍ଟ୍ରପତି ମୁର୍ମୁ କହିଲେ, ମାନବ ସମାଜକୁ ସତ୍‌ମାର୍ଗ ଓ ପ୍ରକୃତି ଅଭିମୁଖୀ କରାଇବା ବର୍ତ୍ତମାନର ଶ୍ରେଷ୍ଠ ଆହ୍ବାନ। ଧରିତ୍ରୀ ମା’ ପାଇଁ ସମସ୍ତେ ସଜାଗ ହୋଇ କାମ କରିବା ଉଚିତ। ଧରିତ୍ରୀ ବଞ୍ଚତ୍ଲେ ଆମେ ବଞ୍ଚତ୍ବା। ମଣିଷ ଭିତରେ ଦିବ୍ୟତ୍ୱର ବିକାଶ ଓ ପରିପ୍ରକାଶ ହେବା ଦରକାର ବୋଲି ରାଷ୍ଟ୍ରପତି କହିଛନ୍ତି।
ଅଧ୍ୟକ୍ଷ ଶଶିଭୂଷଣ ବେହେରା ଓଡ଼ିଶାର ୩ ବରପୁତ୍ର ହରେକୃଷ୍ଣ ମହତାବ, ବିଜୁ ପଟ୍ଟନାୟକ ଓ ନନ୍ଦିନୀ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠାନ ୪୫ ବର୍ଷରେ ପଦାର୍ପଣ କରିଥିବା କହିଥିଲେ। ମହାସଚିବ ସୁରେନ୍ଦ୍ର ଦାସ କହିଲେ, ନୀଳଚକ୍ର ସମ୍ମାନ ଅଷ୍ଟଧାତୁରେ ପୂଜିତ। ଆଧ୍ୟାତ୍ମଶକ୍ତି ନୀଳଚକ୍ର ବିଶ୍ୱର ଶ୍ରେଷ୍ଠ ବ୍ୟକ୍ତିତ୍ୱଙ୍କୁ ପ୍ରଦାନ କରାଯାଇଥାଏ। ସମସ୍ତଙ୍କ ପ୍ରିୟ ତଥା ଓଡ଼ିଶାର ଗର୍ବ ରାଷ୍ଟ୍ରପତିଙ୍କୁ ଏହି ସମ୍ମାନ ପ୍ରଦାନ କରିବା ସହିତ ଅନୁଷ୍ଠାନ ତାଙ୍କ ଆଶୀର୍ବାଦ ଲୋଡ଼ୁଛି ବୋଲି ପ୍ରକାଶ କରିଥିଲେ। ଅନୁଷ୍ଠାନର ରାଜ୍ୟ ସଭାପତି ସହଦେବ ସାହୁ, କାଦମ୍ବିନୀ ପତ୍ରିକାର ସମ୍ପାଦିକା ଡ. ଇତି ସାମନ୍ତ, ସାଂସ୍କୃତିକ ପରାମର୍ଶଦାତ୍ରୀ ପଦ୍ମଶ୍ରୀ କୁମ୍‌କୁମ୍‌ ମହାନ୍ତି, ସୁବ୍ରତ ପଟ୍ଟନାୟକ, ସତ୍ୟବ୍ରତ ମହାନ୍ତି, ସୂର୍ଯ୍ୟ ନାରାୟଣ ଦାସ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ପରେ ଡ. ବିଜୟ କୁମାର ନାୟକଙ୍କ ଦ୍ୱାରା ମହାପ୍ରସାଦ ସେବନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri