ବାପାଙ୍କ ଖୁସି ପାଇଁ ଏହି ଅଭିନେତ୍ରୀଙ୍କଠାରୁ ଅଲଗା ହୋଇଥିଲେ ବବି ଦେଓଲ

ବଲିଉଡ୍‌ ଅଭିନେତ୍ରୀ ନୀଲମ କୋଠାରୀ ଇତିମଧ୍ୟରେ ୫୧ ବର୍ଷରେ ପଦାର୍ପଣ କରିଛନ୍ତି। ୯ ନଭେମ୍ବର, ୧୯୬୯ରେ ହଂକଂରେ ସେ ଜନ୍ମଗ୍ରହଣ କରିଥିଲେ। ବ୍ୟାଙ୍କକ୍‌ରେ କିଛି ବର୍ଷ ରହିବା ପରେ ପରିବାର ସହ ସେ ମୁମ୍ବାଇ ଚାଲିଆସିଥିଲେ। ଏହାପରେ ଆରମ୍ଭ ହୋଇଥିଲା ତାଙ୍କର ବଳିଉଡ୍‌ ଯାତ୍ରା। ୧୯୮୪ ମସିହାରେ ଫିଲ୍ମ ‘ଜଓ୍ବାନୀ’ରୁ ନୀଲମ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏହାପରେ ସେ ଅନେକ କଳାକାରଙ୍କ ସହ ବହୁ ସୁପରହିଟ୍‌ ଫିଲ୍ମରେ କାମ କଲେ। ହେଲେ ଗୋବିନ୍ଦାଙ୍କ ସହ ତାଙ୍କ ଯୋଡି ବଲିଉଡ୍‌ରେ ସବୁଠାରୁ ହିଟ୍‌ ହୋଇଥିଲା। ଏବେ ନୀଲମ ବଲିଉଡ୍‌ଠାରୁ ଦୂରେଇଯାଇ ନିଜର ଅଳଙ୍କାର ବ୍ୟବସାୟର ଦେଖାଶୁଣା କରୁଛନ୍ତି। ତେବେ ଖୁବ୍‌ କମ୍‌ ଲୋକ ଜାଣିଥିବେ ଯେ, ଏକଦା ନୀଲମ ଧର୍ମେନ୍ଦ୍ରଙ୍କ ପୁଅ ତଥା ଅଭିନେତା ବବି ଦେଓଲଙ୍କ ପ୍ରେମରେ ପାଗଳ ଥିଲେ। ବବି ମଧ୍ୟ ନୀଲମଙ୍କୁ ପାଗଳ ପରି ଭଲ ପାଉଥିଲେ। ଉଭୟ ବିବାହ ମଧ୍ୟ କରିବାକୁ ଚାହୁଁଥିଲେ। ମାତ୍ର ଧର୍ମେନ୍ଦ୍ରଙ୍କ ପାଇଁ ତାଙ୍କ ସମ୍ଭବ ହୋଇପାରି ନ ଥିଲା।


ଏକ ରିପୋର୍ଟ ଅନୁଯାୟୀ, ନୀଲମ ଏବଂ ବବି ପ୍ରାୟ ୫ ବର୍ଷ ପର୍ଯ୍ୟନ୍ତ ରିଲେଶନସିପ୍‌ରେ ରହିଥିଲେ। କିନ୍ତୁ ଧର୍ମେନ୍ଦ୍ର ଚାହୁଁ ନ ଥିଲେ ଯେ, ତାଙ୍କର ପୁଅ ବଲିଉଡ୍‌ର କୌଣସି ଅଭିନେତ୍ରୀଙ୍କୁ ବିବାହ କରନ୍ତୁ ବୋଲି। ଏହି କାରଣ ପାଇଁ ଉଭୟଙ୍କ ମଧ୍ୟରେ ବ୍ରେକ୍‌ଅପ୍‌ ହୋଇଯାଇଥିଲା। ଏ ଦେଇ ଏକ ସାକ୍ଷାତକାରେ ନୀଲମ କହିଥିଲେ, ବବି ଏବଂ ମୁଁ ରିଲେଶନସିପ୍‌ରେ ଥିଲୁ। ଆମେ ପରସ୍ପରର ସହମତିରେ ଅଲଗା ହୋଇଛି। ଏଥିପାଇଁ ତୃତୀୟ ବ୍ୟକ୍ତି କେହି ଦାୟୀ ନୁହନ୍ତି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri