ନୀଳମଣିଙ୍କୁ ଇଣ୍ଟରନ୍ୟାଶନାଲ ଆଚିଭ୍‌ମେଣ୍ଟ ଇଣ୍ଡିଆ ଆୱାର୍ଡ

ପୁରୀ ଅଫିସ, ୭ା୧୦:କରୋନା ମହାମାରୀ ସମୟରେ ପୁରୀର ଯୁବଶିଳ୍ପୀ ନୀଳମଣି ଜେନା ଘରେ ରହି ପେଣ୍ଟିଂ କ୍ଷେତ୍ରରେ ସାଉଣ୍ଟିଛନ୍ତି ଅନେକ ସଫଳତା। ଅନ୍‌ଲାଇନ ମାଧ୍ୟମରେ କୋଭିଡ୍‌ ସଚେତନତା ସଂକ୍ରାନ୍ତ ବିଭିନ୍ନ ପ୍ରତିଯୋଗିତାରେ ଭାଗନେଇ ପୁରସ୍କୃତ ହୋଇଛନ୍ତି। କୋଭିଡ୍‌-୧୯ ପ୍ରଦର୍ଶନୀ ବିଶ୍ୱସ୍ତରୀୟ ପ୍ରତିଯୋଗିତା ପାଇଁ ମଧ୍ୟ ମନୋନୀତ ହୋଇଛନ୍ତି। ଇଣ୍ଟରନ୍ୟାଶନାଲ ଆର୍ଟ ଆଣ୍ଡ ଇମାନିଜେସନ ଫୋରମ ପକ୍ଷରୁ ନଭେମ୍ବର ୭ ଓ ୮ରେ ଏହି ପ୍ରଦର୍ଶନୀ ଅନ୍‌ଲାଇନ ମାଧ୍ୟମରେ ହେବ। ତେବେ କୋଭିଡ୍‌ ସମୟରେ ସେ ଯେତେ ସମ୍ମାନ ଓ ପୁରସ୍କାର ପାଇଛନ୍ତି ସେଥିଲାଗି ତାଙ୍କୁ ଇଣ୍ଟରନ୍ୟାଶନାଲ ଆଚିଭମେଣ୍ଟ ଇଣ୍ଡିଆ ଆୱାର୍ଡ ମିଳିଛି। କରୋନା ସମୟରେ ନୀଳମଣି ଅନ୍‌ଲାଇନ, ୱେବିନାର ଓ ଭର୍ଚୁଆଲ ମାଧ୍ୟମରେ ରାଜ୍ୟ ଏବଂ ରାଜ୍ୟ ବାହାରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିଲେ। ରାଜ୍ୟ ଲଳିତ କଳା ଏକାଡେମୀ ପକ୍ଷରୁ କୋଭିଡ୍‌-୧୯ ପରିଚାଳନାକୁ ନେଇ କଳାକୃତି ପ୍ରସ୍ତୁତ କରି ପୁରସ୍କାର ପାଇଥିଲେ। ଏହାପରେ ଝାଡ଼ଖଣ୍ଡ କଳାକୃତି ଆର୍ଟ ଆଣ୍ଡ ଫାଉଣ୍ଡେଶନ ପକ୍ଷରୁ ସ୍ବର୍ଣ୍ଣପଦକ ହାସଲ ସହ ପୁନେ ଲଳିତକଳା ପ୍ରବୋଧିନୀ ଦ୍ୱାରା ପୁରସ୍କୃତ ହୋଇଛନ୍ତି। କରୋନା ସମ୍ପର୍କିତ ଏକାଧିକ ପେଣ୍ଟିଂ ପ୍ରତିଯୋଗିତାରେ ସଫଳତା ପାଇଥିବାରୁ ତାଙ୍କୁ ଇଣ୍ଟରନ୍ୟାଶନାଲ ଆଚିଭମେଣ୍ଟ ଇଣ୍ଡିଆ ଆୱାର୍ଡ ମିଳିଥିବା ନୀଳମଣି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

ଇରାନ-ଆମେରିକା ଯୁଦ୍ଧବିରତିରେ ପାକିସ୍ତାନ ନୁହେଁ, ଏହି ଦେଶ ଅସଲ ଖେଳାଳି! ଟ୍ରମ୍ପ କଲେ ବଡ଼ ଖୁଲାସା

ଓ୍ବାଶିଂଟନ୍‌,୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏଥିପାଇଁ ସେ ପାକିସ୍ତାନକୁ ଶ୍ରେୟ ଦେଇଛନ୍ତି । ହେଲେ ଏହି ସମୟରେ ଏକ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri