ବିବାହ ନ କରି ମା’ ହୋଇଥିଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ନୀନା ଗୁପ୍ତା ନିଜର ସୁନ୍ଦର ଅଭିନୟ ଦ୍ୱାରା ସମସ୍ତଙ୍କର ହୃଦୟ ଜିତିପାରିଛନ୍ତି। ନୀନାଙ୍କ ଝିଅ ମସାବା ଗୁପ୍ତା ମଧ୍ୟ ବଲିଉଡ୍‌ ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ଡିଜାଇନର। ସୋସିଆଲ ମିଡିଆରେ ସେ ସବୁବେଳେ ସକ୍ରିୟ ରହିଥାନ୍ତି। ହେଲେ ଏବେ ମସାବା ତାଙ୍କ ବାପା ତଥା ଓ୍ବେଷ୍ଟଇଣ୍ଡିଜ୍‌ର ପୂର୍ବ କ୍ରିକେଟର ଭିଭିଆନ ରିଚାର୍ଡସଙ୍କୁ ବହୁତ ମନେ ପକାଉଛନ୍ତି। ବାପାଙ୍କୁ ମନେ ପକାଇ ସେ ଏକ ଫଟୋ ମଧ୍ୟ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋରେ ସେ ମା’ ନୀନାଙ୍କ କୋଳରେ ବସିଥିବା ବେଳେ ତାଙ୍କ ବାପା ଭିଭିଆନ ନିକଟରେ ବସିଛନ୍ତି। ଏହି ଫଟୋ ନୀନାଙ୍କ ପିଲାଦିନର।
୧୯୮୭ରେ ନୀନା ଏବଂ ଭିଭିଆନ୍‌ଙ୍କ ମଧ୍ୟରେ ପ୍ରଥମ ଥର ସାକ୍ଷାତ ହୋଇଥିଲା। ଏହା ପରେ ଉଭୟ ପରସ୍ପରର ନିକଟତର ହୋଇଥିଲେ ଏବଂ ପରେ ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ହଠାତ୍‌ ଭିଭିଆନ ଓ୍ବେଷ୍ଟଇଣ୍ଡିଜ୍‌ ଚାଲିଯାଇଥିଲେ, ମାତ୍ର ସେମାନଙ୍କ ମଧ୍ୟରେ ସାକ୍ଷାତ ଜାରି ରହିଥିଲା।
ତେବେ ମସାବା ହେଉଛନ୍ତି ନୀନା ଏବଂ ଭିଭିଆନଙ୍କର ପ୍ରେମ ସନ୍ତାନ। ୧୯୮୯ରେ ମସାବା ଜନ୍ମଗ୍ରହଣ କରିଥିଲେ। ନୀନା ଏବଂ ଭିଭିଆନ ଦୀର୍ଘ ସମୟ ଧରି ଡେଟିଂ କରୁଥିଲେ କିନ୍ତୁ ସେମାନେ ବିବାହ କରି ନ ଥିଲେ। ପରେ ଭିଭିଆନ ମରିୟନଙ୍କୁ ବିବାହ କରିଥିବା ବେଳେ ନୀନୀ ସିଏ ବିବେକ ମେହରଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri