Posted inଖେଳ

ଭଙ୍ଗା ହାତରେ ବ୍ରୁସେଲ୍ ଡାଇମଣ୍ଡ ଲିଗ୍ ଖେଳିଲେ ନୀରଜ, କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୫।୯: ଭାରତର ତାରକା ଜାଭେଲିନ୍ ଫିଙ୍ଗାଳି ନୀରାଜ ଚୋପ୍ରା ପୁଣି ଆହତ ହୋଇଛନ୍ତି। ବ୍ରୁସେଲ୍ ଡାଇମଣ୍ଡ ଲିଗରେ ଲଗାତାର ଦ୍ୱିତୀୟ ଥର ପାଇଁ ରନର୍ସ ଅପ୍ ହୋଇଥିବା ନୀରଜ ଏହି ଖୁଲାସା କରିଛନ୍ତି। ରବିବାର ଏକ୍ସ’ରେ ଏକ ପୋଷ୍ଟ କରି ସେ ଏହା ସୂଚନା ଦେବା ସହିତ ଚଳିତ ବର୍ଷ ବିଭିନ୍ନ ପ୍ରତିଯୋଗିତା ସମୟରେ କିପରି ସେ ଆହତ କାରଣରୁ ସମସ୍ୟାର ସମ୍ମୁଖୀନ ହୋଇଥିଲେ ତାହା କହିଛନ୍ତି।

ଡାଇମଣ୍ଡ ଲିଗ୍ ରେ ନୀରାଜ ତାଙ୍କର ତୃତୀୟ ପ୍ରୟାସରେ ୮୭.୮୬ ମିଟର ଫିଙ୍ଗିଥିଲେ। ମାତ୍ର ଗୋଟିଏ ସେଣ୍ଟିମିଟର ଦୂରରେ ରହି ନୀରଜ ଏହି ପ୍ରତିଯୋଗିତାରେ ରନର୍ସ ଅପ୍ ହୋଇଛନ୍ତି। ଦୁଇଥର ବିଶ୍ୱ ଚାମ୍ପିଅନ୍ ପିଟର୍ସ ତାଙ୍କ ପ୍ରଥମ ଥ୍ରୋ ସହିତ ପ୍ରଥମ ସ୍ଥାନ ହାସଲ କରି ନେଇଥିଲେ। ସେହିଭଳି ଜର୍ମାନୀର ଜୁଲିଆନ୍ ୱେବର ୮୫.୯୭ ମିଟର ଥ୍ରୋ ସହିତ ତୃତୀୟ ସ୍ଥାନ ଅଧିକାର କରିଛନ୍ତି।

ତେବେ ବ୍ରୁସେଲ୍ ଡାଇମଣ୍ଡ ଲିଗ ସମୟରେ ଆହତ ହେବା ପରେ ନୀରଜ ତାଙ୍କର ପୋଷ୍ଟରେ ଲେଖିଛନ୍ତି, “ଯେହେତୁ ୨୦୨୪ ସିଜିନ୍ ସମାପ୍ତ ହେଉଛି, ମୁଁ ବର୍ଷସାରା ସମସ୍ୟାର ସାମ୍ନା କରିଛି, ତାହା ମୋତେ ଅନେକ ଶିକ୍ଷା ଦେଇଛି। ଯେପରିକି ପ୍ରଦର୍ଶନରେ ଉନ୍ନତି, ଅସୁବିଧା, ମାନସିକତା ଏବଂ ଅନ୍ୟାନ୍ୟ ବିଷୟରେ। ତେବେ ସୋମବାର ମୁଁ ଅଭ୍ୟାସରେ ଆହତ ହୋଇଛି ଏବଂ ଏକ୍ସ-ରେ କଲା ପରେ ଜଣ ପଡିଛି ଯେ, ମୋର ହାତ ଫ୍ରାକ୍ଚର ହୋଇଛି। ଏହା ମୋ ପାଇଁ ଅତ୍ୟନ୍ତ ଯନ୍ତ୍ରଣାଦାୟକ ଥିଲା କିନ୍ତୁ ମୋ ଟିମ୍ ସାହାଯ୍ୟରେ ମୁଁ ବ୍ରୁସେଲ୍ସ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ସକ୍ଷମ ହେଲି ବୋଲି ଚୋପ୍ରା ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri