Posted inଖେଳ

ଭଙ୍ଗା ହାତରେ ବ୍ରୁସେଲ୍ ଡାଇମଣ୍ଡ ଲିଗ୍ ଖେଳିଲେ ନୀରଜ, କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୫।୯: ଭାରତର ତାରକା ଜାଭେଲିନ୍ ଫିଙ୍ଗାଳି ନୀରାଜ ଚୋପ୍ରା ପୁଣି ଆହତ ହୋଇଛନ୍ତି। ବ୍ରୁସେଲ୍ ଡାଇମଣ୍ଡ ଲିଗରେ ଲଗାତାର ଦ୍ୱିତୀୟ ଥର ପାଇଁ ରନର୍ସ ଅପ୍ ହୋଇଥିବା ନୀରଜ ଏହି ଖୁଲାସା କରିଛନ୍ତି। ରବିବାର ଏକ୍ସ’ରେ ଏକ ପୋଷ୍ଟ କରି ସେ ଏହା ସୂଚନା ଦେବା ସହିତ ଚଳିତ ବର୍ଷ ବିଭିନ୍ନ ପ୍ରତିଯୋଗିତା ସମୟରେ କିପରି ସେ ଆହତ କାରଣରୁ ସମସ୍ୟାର ସମ୍ମୁଖୀନ ହୋଇଥିଲେ ତାହା କହିଛନ୍ତି।

ଡାଇମଣ୍ଡ ଲିଗ୍ ରେ ନୀରାଜ ତାଙ୍କର ତୃତୀୟ ପ୍ରୟାସରେ ୮୭.୮୬ ମିଟର ଫିଙ୍ଗିଥିଲେ। ମାତ୍ର ଗୋଟିଏ ସେଣ୍ଟିମିଟର ଦୂରରେ ରହି ନୀରଜ ଏହି ପ୍ରତିଯୋଗିତାରେ ରନର୍ସ ଅପ୍ ହୋଇଛନ୍ତି। ଦୁଇଥର ବିଶ୍ୱ ଚାମ୍ପିଅନ୍ ପିଟର୍ସ ତାଙ୍କ ପ୍ରଥମ ଥ୍ରୋ ସହିତ ପ୍ରଥମ ସ୍ଥାନ ହାସଲ କରି ନେଇଥିଲେ। ସେହିଭଳି ଜର୍ମାନୀର ଜୁଲିଆନ୍ ୱେବର ୮୫.୯୭ ମିଟର ଥ୍ରୋ ସହିତ ତୃତୀୟ ସ୍ଥାନ ଅଧିକାର କରିଛନ୍ତି।

ତେବେ ବ୍ରୁସେଲ୍ ଡାଇମଣ୍ଡ ଲିଗ ସମୟରେ ଆହତ ହେବା ପରେ ନୀରଜ ତାଙ୍କର ପୋଷ୍ଟରେ ଲେଖିଛନ୍ତି, “ଯେହେତୁ ୨୦୨୪ ସିଜିନ୍ ସମାପ୍ତ ହେଉଛି, ମୁଁ ବର୍ଷସାରା ସମସ୍ୟାର ସାମ୍ନା କରିଛି, ତାହା ମୋତେ ଅନେକ ଶିକ୍ଷା ଦେଇଛି। ଯେପରିକି ପ୍ରଦର୍ଶନରେ ଉନ୍ନତି, ଅସୁବିଧା, ମାନସିକତା ଏବଂ ଅନ୍ୟାନ୍ୟ ବିଷୟରେ। ତେବେ ସୋମବାର ମୁଁ ଅଭ୍ୟାସରେ ଆହତ ହୋଇଛି ଏବଂ ଏକ୍ସ-ରେ କଲା ପରେ ଜଣ ପଡିଛି ଯେ, ମୋର ହାତ ଫ୍ରାକ୍ଚର ହୋଇଛି। ଏହା ମୋ ପାଇଁ ଅତ୍ୟନ୍ତ ଯନ୍ତ୍ରଣାଦାୟକ ଥିଲା କିନ୍ତୁ ମୋ ଟିମ୍ ସାହାଯ୍ୟରେ ମୁଁ ବ୍ରୁସେଲ୍ସ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ସକ୍ଷମ ହେଲି ବୋଲି ଚୋପ୍ରା ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?