Posted inଖେଳ

ଆଜି ଭାରତକୁ ମିଳିପାରେ ସ଼୍ବର୍ଣ୍ଣ ପଦକ, ଫାଇନାଲ୍‌ରେ ପଦାର୍ପଣ କରିବେ ନୀରଜ

ନୂଆଦିଲ୍ଲୀ, ୦୮।୦୮: ପ୍ୟାରିସ ଅଲିମ୍ପିକ୍ସର ୧୩ତମ ଦିନରେ ଭାରତବାସୀଙ୍କ ନଜର ଜାଭେଲିନ୍‌ ଇଭେଣ୍ଚ ଉପରେ ରହିଛି । ଟୋକିଓ ଅଲିମ୍ପିକ୍ସ ୨୦୨୦ରେ ୮୭.୫୮ ମିଟର ଥ୍ରୋ କରି ସ଼୍ବର୍ଣ୍ଣ ପଦକ ଜିତିଥିବା ନୀରଜ ଚୋପ୍ରା ପ୍ୟାରିସ ଅଲିମ୍ପିକ୍ସର ଯୋଗ୍ୟତା ପର୍ଯ୍ୟାୟରେ ଅନ୍ୟ ଆଥଲେଟଙ୍କ ତୁଳନାରେ ଜାଭେଲିନ ସବୁଠାରୁ ଅଧିକ ମିଟର ଫିଙ୍ଗିଥିଲେ। ପୁନର୍ବାର ଅଲିମ୍ପିକ ସ଼୍ବର୍ଣ୍ଣ ପଦକ ଜିତିବା ପାଇଁ ନୀରଜ ଆଜି ପଦକ ଇଭେଣ୍ଟରେ ଅଂଶଗ୍ରହଣ କରିବେ । ଭାରତ ବର୍ତ୍ତମାନ ପର୍ଯ୍ୟନ୍ତ ମାତ୍ର ୩ଟି ବ୍ରୋଞ୍ଜ ଜିତି ଥିବାରୁ ନୀରଜଙ୍କ ଠାରୁ ସ଼୍ବର୍ଣ୍ଣ ଆଶା କରାଯାଉଛି ।

ସୂଚନା ଥାଉକି, ଯୋଗ୍ୟତା ପର୍ଯ୍ୟାୟର ପ୍ରଥମ ରାଉଣ୍ଡରେ ସେ ୮୯.୩୪ ମିଟର ଜାଭେଲିନ ଫିଙ୍ଗି ଫାଇନାଲରେ ସ୍ଥାନ ପକ୍କା କରିଥିଲେ । ନୀରଜଙ୍କ ସହିତ ଥିବା କିଶୋର ଜେନାଙ୍କୁ କିନ୍ତୁ ବିଫଳତା ମିଳିଥିଲା । ଫାଇନାଲରେ ପହଞ୍ଚିବାରେ ତାଙ୍କର ପ୍ରୟାସ ବିଫଳ ହୋଇଥିଲା ।

ତେବେ ଯୋଗ୍ୟତା ପର୍ଯ୍ୟାୟ ପରେ ଅଫିସିଆଲ ବ୍ରଡକାଷ୍ଟରଙ୍କ ସହ କଥାବାର୍ତ୍ତା ବେଳେ ନୀରଜ କହିଥିଲେ ଯେ ମୁଁ ପ୍ୟାରିସକୁ ଯାହା କରିବା ପାଇଁ ଆସିଛି ତାହା କରିବି। ଏହି ମୁହୂର୍ତ୍ତଟି ମୋ ପାଇଁ ସବୁଦିନ ମନେରହିବାକୁ ଯାଉଛି ଏବଂ ମୁଁ ଭାବୁଛି ଏହା ଆଗାମୀ ପୀଢ଼ି ପାଇଁ ମଧ୍ୟ ଅନେକ ପ୍ରେରଣା ଯୋଗାଇବ ।


Enter your email to get our daily news in your inbox.

All Right Reserved By Dharitri.Com

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

ମହାବିଷୁବ ସଂକ୍ରାନ୍ତି: ଚଳଚଞ୍ଚଳ ସୁଆମ ଛକ

ପାଟଣା,୧୪।୪(ବୀର କିଶୋର ଦାଶ): ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତିରେ ମଙ୍ଗଳବାର କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଛକ ହନୁମାନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖାଇବାକୁ ମିଳିଥିଲା।…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ଲୋକ ସଭାରେ ରହିବେ ୮୫୦ ଏମପି; କେନ୍ଦ୍ର ସରକାରଙ୍କ ବଡ଼ ପ୍ଲାନ…

ନୂଆଦିଲ୍ଲୀ,୧୪।୪: ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ (ମହିଳା ସଶକ୍ତିକରଣ ଆଇନ) କାର୍ଯ୍ୟକାରୀ କରିବା ପାଇଁ ସରକାର ଏପ୍ରିଲ ୧୬ ରୁ ଏପ୍ରିଲ ୧୮ ପର୍ଯ୍ୟନ୍ତ ସଂସଦର ଏକ…

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ

ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି…

ଖରାପ ପାଗ ସତ୍ତ୍ୱେ ସଫଳ ହୋଇଥିଲା ମ୍ୟାଚ୍‌: ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ ମିଳିଲା ୨୫ଲକ୍ଷ ଟଙ୍କା ପୁରସ୍କାର

ଗୁଆହାଟୀ, ୧୪ା୪: ଖରାପ ପାଗ ସତ୍ତ୍ୱେ ଚଳିତ ସିଜନରେ ୩ଟି ଆଇପିଏଲ୍‌ ମ୍ୟାଚ ସଫଳତା ସହିତ ଆୟୋଜନ କରିପାରିଥିବାରୁ ଆସାମ କ୍ରିକେଟ ଆସୋସିଏଶନ (ଏସିଏ) ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri