Categories: ଖେଳ

ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନଶିପ୍‌ ଫାଇନାଲ୍‌ରେ ନୀରଜ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନଶିପ ୨୦୨୩ରେ ଭାରତୀୟ ଆଥଲେଟ ନୀରଜ ଚୋପ୍ରା ଚମତ୍କାର ପ୍ରଦର୍ଶନ କରିଛନ୍ତି। ସେ ପୁରୁଷ ଜାଭେଲିନ ଥ୍ରୋ ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଏହାସହ ସେ ପ୍ୟାରିସ ଅଲିମ୍ପିକ୍ସ ପାଇଁ ମଧ୍ୟ ଯୋଗ୍ୟତା ଅର୍ଜନ କରିଛନ୍ତି। ନୀରଜ ତାଙ୍କର ପ୍ରଥମ ପ୍ରୟାସରେ ୮୮.୭୭ ମିଟର ଦୂରତାରେ ଜାଭେଲିନ ଫିଙ୍ଗିଥିଲେ। ସ୍ବିଡେନର ବୁଦାପେଷ୍ଟରେ ଆୟୋଜିତ ହେବାକୁ ଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନଶିପର ଫାଇନାଲ ମ୍ୟାଚ ୨୭ ଅଗଷ୍ଟରେ ଅନୁଷ୍ଠିତ ହେବ।
ଚଳିତ ସିଜନରେ ନୀରଜ ତାଙ୍କର ସର୍ବଶ୍ରେଷ୍ଠ ପ୍ରଦର୍ଶନ ଦେଇଛନ୍ତି। ଏହାପୂର୍ବରୁ, ୮୮.୬୭ ମିଟର ତାଙ୍କର ସର୍ବଶ୍ରେଷ୍ଠ ପ୍ରଦର୍ଶନ ଥିଲା। ସେ ପ୍ୟାରିସ ଅଲିମ୍ପିକ୍ସ ପାଇଁ ମଧ୍ୟ ଯୋଗ୍ୟତା ଅର୍ଜନ କରିଛନ୍ତି। ଆସନ୍ତା ବର୍ଷ ଜୁଲାଇ ୨୬ ରୁ ଅଗଷ୍ଟ ୧୧ ପର୍ଯ୍ୟନ୍ତ ପ୍ୟାରିସ ଅଲିମ୍ପିକ୍ସ ଅନୁଷ୍ଠିତ ହେବ।

Share