Posted inଖେଳ

ଅଲିମ୍ପିକ୍ସ ପାଇଁ ନୀରଜ କଳିଙ୍ଗରେ ନେଇଥିଲେ ଟ୍ରେନିଂ

ଭୁବନେଶ୍ୱର, ୮।୮(କ୍ରୀଡ଼ା ପ୍ରତିନିଧି): ଟୋକିଓ ଅଲିମ୍ପିକ୍ସର ପୁରୁଷ ଜାଭେଲିନ ଥ୍ରୋ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତି ଭାରତକୁ ଗର୍ବିତ କରିଛନ୍ତି ତାରକା ଆଥଲେଟ୍‌ ନୀରଜ ଚୋପ୍ରା। ଅଲିମ୍ପିକ୍ସ ଶେଷ ହେବାରୁ ଗୋଟିଏ ଦିନ ପୂର୍ବରୁ ସ୍ବର୍ଣ୍ଣିମ ସଫଳତା ପାଇ ନିଜ କ୍ୟାରିୟରକୁ ରୁଦ୍ଧିମନ୍ତ କରିଥିବା ନୀରଜଙ୍କର ଓଡ଼ିଶା ଲିଙ୍କ୍‌ ରହିଛି। ୨୦୧୭ ଜୁଲାଇ ୬ରୁ ୯ ପର୍ଯ୍ୟନ୍ତ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଏସିଆନ ଆଥଲେଟିକ୍‌ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହୋଇଥିଲା। ପ୍ରତିଯୋଗିତାରେ ଜାଭେଲିନ୍‌ ଥ୍ରୋ ଇଭେଣ୍ଟରେ ଭାଗନେଇ ସ୍ବର୍ଣ୍ଣ ପଦକ ଅର୍ଜନ କରିଥିଲେ ନୀରଜ। ଫାଉଲରୁ ଅଭିଯାନ ଆରମ୍ଭ କରିଥିବା ନୀରଜ ପରବର୍ତ୍ତୀ ୫ ଉଦ୍ୟମରେ ଯଥାକ୍ରମେ ୭୮.୫୯, ୭୮.୫୪, ୮୩.୦୬, ୮୦.୯୯ ଓ ୮୫.୨୩ ମିଟର ଜାଭେଲିନ ପକାଇଥିଲେ। ୬ଷ୍ଠ ଉଦ୍ୟମରେ ୮୫.୨୩ ମିଟର ଥ୍ରୋ ହିଁ ତାଙ୍କୁ ସ୍ବର୍ଣ୍ଣିମ ସଫଳତା ଦେଇଥିଲା। ଆଥଲେଟିକ୍‌ ଚାମ୍ପିୟନଶିପ୍‌ ପ୍ରକୃତରେ ରାଞ୍ଚତ୍ରେ ଆୟୋଜନ ହେବାର ଥିଲା। ମାତ୍ର ଝାଡ଼ଖଣ୍ଡ ସରକାର ଅସାମର୍ଥତା ପ୍ରକାଶ କରିବାପରେ ଆଥଲେଟିକ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆ ପକ୍ଷରୁ ଓଡ଼ିଶା ସରକାରଙ୍କୁ ଅନୁରୋଧ କରାଯାଇଥିଲା। ମାତ୍ର ୯୦ ଦିନର ଚ୍ୟାଲେଞ୍ଜକୁ ଗ୍ରହଣ କରି ଓଡ଼ିଶା ସଫଳତାର ସହ ଏହି ପ୍ରତିଯୋଗିତା ଆୟୋଜନ କରି ସଫଳତା ସାଉଁଟିଥିଲା। ସ୍ବର୍ଣ୍ଣ ପଦକ ଅର୍ଜନ କରିଥିବା ନୀରଜଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବର୍ଣ୍ଣ ପଦକ ପ୍ରଦାନ କରିଥିଲେ।

ଟୋକିଓ ଅଲିମ୍ପିକ୍ସ ପାଇଁ କଳିଙ୍ଗ ଷ୍ଟାଡିୟମରେ ଟ୍ରେନିଂ ନେଇଥିଲେ ନୀରଜ। ୨୦୨୦ ଡିସେମ୍ବର ୪ରୁ ୨୦୨୧ ଫେବୃୟାରୀ ୧୪ ପର୍ଯ୍ୟନ୍ତ ଏହି କ୍ୟାମ୍ପ ଚାଲିଥିଲା। କରୋନା କଟକଣା ମଧ୍ୟରେ ଅନୁଷ୍ଠିତ କ୍ୟାମ୍ପରେ ନୀରଜଙ୍କ ସମେତ ୫ ଆଥଲେଟ୍‌ ଏବଂ ୫ ସପୋର୍ଟ ଷ୍ଟାଫ୍‌ ଭାଗ ନେଇଥିଲେ। ଜର୍ମାନୀ କୋଚ୍‌ ଉଇ ହୋନ ଏବଂ ଡ. କାଲୋସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଟ୍ରେନିଂ ନେଇ ନିଜ ପ୍ରଦର୍ଶନକୁ ଶାଣିତ କରିଥିଲେ ଏହି ତାରକା ଆଥଲେଟ୍‌। ତେଣୁ ନୀରଜଙ୍କ ସଫଳତା ପଛରେ ଓଡ଼ିଶା ସରକାରଙ୍କ ଅବଦାନକୁ ମନେ ପକାଇ କୋଚ୍‌ ଉଇ ହୋନ ଟୁଇଟ୍‌ କରିଥିବା କ୍ରୀଡ଼ା ବିଭାଗର ଜଣେ ବରିଷ୍ଠ ଅଧିକାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri