Posted inଖେଳ

ସ୍ବର୍ଣ୍ଣ ଜିତିବା ପରେ ପ୍ରଥମ ଟୁଇଟ୍‌ କଲେ ନୀରଜ; କହିଲେ ଏମିତି କଥା

ନୂଆଦିଲ୍ଲୀ,୮।୮: ଟୋକିଓ ଅଲିମ୍ପିକ୍ସରେ ଇତିହାସ ସୃଷ୍ଟି କରିଥିବା ଭାରତୀୟ ଜାଭେଲିନ ଥ୍ରୋ ଖେଳାଳି ନୀରଜ ଚୋପ୍ରା ୧୩ ଦିନ ପରେ ପ୍ରଥମ ଟୁଇଟ୍‌ କରିଛନ୍ତି। ଏହି ଟୁଇଟ୍‌ରେ ନୀରଜ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଜୁଲାଇ ୨୬ ପରେ ଏହା ନୀରଜଙ୍କ ପ୍ରଥମ ଟୁଇଟ୍‌। ନୀରଜ ତାଙ୍କ ଟୁଇଟ୍‌ରେ ଲେଖିଛନ୍ତି, ମୁଁ ଏହି ଭାବନାକୁ ଏବେ ବି ଅନୁଭବ କରୁଛି। ଭାରତ ତଥା ବାହାରେ ଆପଣଙ୍କର ସମର୍ଥନ ଏବଂ ଆଶୀର୍ବାଦ ପାଇଁ ଆପଣଙ୍କୁ ବହୁତ ଧନ୍ୟବାଦ, ଯାହା ମୋତେ ଏଠାରେ ପହଞ୍ଚିବାରେ ସାହାଯ୍ୟ କରିଛି । ଏହି ମୁହୂର୍ତ୍ତ ସବୁବେଳେ ମୋ ସହିତ ରହିବ।

ଅଲିମ୍ପିକ୍ସରେ ସଫଳତାର ଏକ ନୂଆ ରେକର୍ଡ ଲେଖିଥିବା ନୀରଜ ତାଙ୍କ ସଫଳତା ୪ ବର୍ଷ ପୂର୍ବରୁ ଘୋଷଣା କରିସାରଥିଲେ। ୨୦୧୭ ମସିହାରେ, ସେ ଏକ ଟୁଇଟ କରିଥିଲେ, ଯେଉଁଥିରେ ସେ ଲେଖିଥିଲେ, ଯେତେବେଳେ ସଫଳତାର ଇଚ୍ଛା ଆପଣଙ୍କୁ ଶୋଇବାକୁ ଦିଏ ନାହିଁ … ଯେତେବେଳେ କଠିନ ପରିଶ୍ରମ ବ୍ୟତୀତ କିଛି ଭଲ ଲାଗେ ନାହିଁ … ଯେତେବେଳେ କ୍ରମାଗତ ଭାବରେ କାମ କରିବା ପରେ କ୍ଲାନ୍ତ ଲାଗି ନ ଥାଏ .. ସେତେବେଳେ ଜାଣନ୍ତୁ ଯେ ଆପଣ ସଫଳତାର ଏକ ନୂତନ ଇତିହାସ ସୃଷ୍ଟି କରିବାକୁ ଯାଉଛନ୍ତି । ନୀରଜ ଏହି ଟୁଇଟକୁ ଆଜି ପର୍ଯ୍ୟନ୍ତ ପିନ୍‌ କରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ା ପ୍ରିମିୟର ଲିଗ୍‌: ଟାଉନ୍‌ ବୀର୍ସ ଚାମ୍ପିୟନ

ଝାରସୁଗୁଡ଼ା,୨୫।୫(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରସ୍ଥିତ ମନମୋହନ ଏମ୍‌.ଇ. ସ୍କୁଲ ପଡ଼ିଆଠାରେ ଝାରସୁଗୁଡ଼ା ପ୍ରିମିୟର ଲିଗ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ରେ ମଙ୍ଗଳ ବଜାର…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

IPL ବେଟିଂ, ୮ ଗିରଫ: ଏକାଧିକ ସ୍ଥାନରେ ଏକକାଳୀନ ଚଢ଼ାଉବେଳେ ମିଳିଲା…

ଝାରସୁଗୁଡା/ବ୍ରଜରାଜନଗର, ୨୫।୫(ଆଶିଷ ରଞ୍ଜନ ଦାଶ/ବିଜୟ ବରା ): ଝାରସୁଗୁଡ଼ା ଜିଲା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଚଳିତ ଆଇପିଏଲ ୨୦୨୬ ମ୍ୟାଚଗୁଡ଼ିକରେ ବେଆଇନ ଅନଲାଇନ କ୍ରିକେଟ…

ଚାଷ ଜମିରୁ ଫେରୁଥିବାବେଳେ କାମୁଡିଲା ସାପ, ମେଡିକାଲ ନେବାବେଳେ ଚାଲିଗଲା ଜୀବନ, ପରିବାର ଅସହାୟ

ଥୁଆମୂଳ ରାମପୁର, ୨୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅଧୀନ ସମାପଲା ଗାଁରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ସାପ…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ…

ଚଳନ୍ତା ଟ୍ରେନରୁ ଖସିପଡିଲେ ବ୍ୟାଙ୍କ କର୍ମଚାରୀ, ଡାକ୍ତରଖାନା ନେବା ରାସ୍ତାରେ…

ଗୁଣପୁର,୨୫।୫( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଅମ୍ବାଦଳା ରେଳ ଷ୍ଟେଶନରେ ଚଳନ୍ତା ଟ୍ରେନରୁ ଓହ୍ଲାଉଥିବା ବେଳେ ଗୋଡ଼ ଖସିଯିବାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri