Posted inଖେଳ

ଦୋହା ଡାଇମଣ୍ଡ ଲିଗ୍‌ ମିଟ୍‌ ଜିତିଲେ ନୀରଜ

ଦୋହା, ୬ା୫ (ପି.ଟି.): ଅଲିମ୍ପିକ ଚାମ୍ପିୟନ ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା ଶୁକ୍ରବାର ଏଠାରେ ଅନୁଷ୍ଠିତ ଡାଇମଣ୍ଡ ଲିଗ୍‌ ଜିତିିଛନ୍ତି। ନୀରଜ ତାଙ୍କ ସିଜନ ଆରମ୍ଭ ପ୍ରତିଯୋଗିତାରେ ୮୮.୬୭ ମିଟର ଜାଭେଲିନ୍‌ ଥ୍ରୋ କରି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ପ୍ରତିଯୋଗିତାରେ ବିଶ୍ୱ ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟରମାନେ ଅଂଶଗ୍ରହଣ କରିଥିଲେ। ୨୫ ବର୍ଷୀୟ ଚୋପ୍ରା ଗତ ସେପ୍ଟେମ୍ବରରେ ସୁଇଜରଲାଣ୍ଡରେ ୨୦୨୨ ଡାଇମଣ୍ଡ ଲିଗ୍‌ ଫାଇନାଲ ଟ୍ରଫି ହାସଲ କରିଥିଲେ। ଏଠାରେ ତାଙ୍କର ଶ୍ରେଷ୍ଠ ଥ୍ରୋ ୮୮.୬୭ ମିଟର ଯାହାକି ତାଙ୍କ କ୍ୟାରିୟରର ଚତୁର୍ଥ ଶ୍ରେଷ୍ଠ। କାତାର ସ୍ପୋଟର୍‌ସ କ୍ଲବରେ ନୀରଜଙ୍କର ଏହା ଥିଲା ଦ୍ୱିତୀୟ ପଦାର୍ପଣ। ନୀରଜ ପୂର୍ବରୁ ୨୦୧୮ରେ ଏଠାରେ ପ୍ରଥମ ପଦାର୍ପଣରେ ଚତୁର୍ଥ ସ୍ଥାନ ଅଧିକାର କରିଥିଲେ। ରୌପ୍ୟ ଜିତିଥିବା ଚେକ୍‌ ରିପବ୍ଲକିର ଜାକବ ଭାଦଲେଚ୍‌ ତାଙ୍କ ଦ୍ୱିତୀୟ ରାଉଣ୍ଡ ଥ୍ରୋ ୮୮.୬୩ ମିଟର ସହ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ। ଭାଦଲେଚ୍‌ ଟୋକିଓ ଅଲିମ୍ପିକ୍ସରେ ରୌପ୍ୟ ଜିତିଥିଲେ। ଗତବର୍ଷ ଦୋହା ଡାଇମଣ୍ଡ ଲିଗ୍‌ରେ ୯୦.୮୮ ମିଟର ଥ୍ରୋ କରି ଏକ ରୌପ୍ୟ ଜିତିଥିଲେ। ବର୍ତ୍ତମାନର ବିଶ୍ୱ ଚାମ୍ପିୟନ ଆଣ୍ଡରସନ ପିଟର୍ସ ଗତବର୍ଷ ଏଠାରେ ୯୩.୦୭ ମିଟର ଥ୍ରୋ କରି ଇଭେଣ୍ଟ ଜିତିଥିଲେ। କିନ୍ତୁ ଏଥର ୮୫.୮୮ମିଟର ଥ୍ରୋ ସହ ତୃତୀୟ ହୋଇଛନ୍ତି। ସୂଚନାଯୋଗ୍ୟ, ଚୋପ୍ରାଙ୍କର ବ୍ୟକ୍ତିଗତ ଶ୍ରେଷ୍ଠ ଥ୍ରୋ ୮୯.୯୪ ମିଟର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପେନ୍‌ସନ୍‌ଧାରୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ଛତ୍ରପୁର ଶାଖାର ମାସିକ ବୈଠକ ସଭାପତି ସୁରେନ୍ଦ୍ରନାଥ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…

ଲମ୍ବା କେଶ ପାଇଁ ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ

ନୂଆଦିଲ୍ଲୀ,୯।୮: ଭାରତର ଜଣେ ମହିଳା ନିଜର ଅତି ଲମ୍ବା କେଶ ପାଇଁ ଏକ ନୂତନ ଓ୍ବାଲର୍‌ଡ ରେକର୍ଡ ସୃଷ୍ଟି କରିଛନ୍ତି। ଉତ୍ତରାଖଣ୍ଡର ହଲଦଓ୍ବାନୀ ସହରର ରେଣୁ ଧାରିଓ୍ବାଲ…

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ…

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର

ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା…

ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ…

କୂଳା ନାଳରେ ଭାସିଗଲେ ବୃଦ୍ଧ: ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ

ମହାକାଳପଡ଼ା, ୯।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଟିକରପଙ୍କା ପଞ୍ଚାୟତର ଟିକରପଙ୍କା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର…

ପିଣ୍ଡି ନିର୍ମାଣ ପ୍ରସଙ୍ଗ: ବିନା ସୂଚନା ଫଳକରେ ଚାଲିଛି କାମ, ସରପଞ୍ଚଙ୍କ ଭୂମିକାକୁ ନେଇ ପ୍ରଶ୍ନ

ରିଷିଡ଼ା, ୯।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅଧୀନ ହାଇସ୍କୁଲ ବଜାର ପଡ଼ିଆରେ ବିନା ସୂଚନା ଫଳକରେ ପିଣ୍ଡି ନିର୍ମାଣ କାମ…

ରୋଜଗାର ଦେଇଛି ଶ୍ରାବଣ ଛତୁ: କିଲୋ ପିଛା ୫ ଶହ ଟଙ୍କା ପର୍ଯ୍ୟନ୍ତ ବିକ୍ରି, ବଢୁଛି ଚାହିଦା

ଦାରିଙ୍ଗବାଡ଼ି, ୯।୮ (ଅରୁଣ ସାହୁ): ଏବେ ଚାଲିଛି ଶ୍ରାବଣ ମାସ। ଶ୍ରାବଣ ବର୍ଷା ମଧ୍ୟ ଛାଡ଼ିବାର ନାଁ ଧରୁନାହିଁ। ଏଭଳି ପରିସ୍ଥିତିରେ ଶ୍ରମିକ ଶ୍ରେଣୀର ଲୋକଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri