Posted inଖେଳ

ନୀରଜଙ୍କ ଆଗରେ ସମସ୍ୟା ଛୋଟ ନ ଥିଲା

ନୂଆଦିଲ୍ଲୀ, ୮।୮: ଟୋକିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା। ତେବେ ଏହି ସଫଳତା ପାଇଁ ତାଙ୍କୁ ଖୁବ୍‌ ସଂଘର୍ଷ କରିବାକୁ ପଡ଼ିଥିଲା। ୨୦୧୮ ନଭେମ୍ବରରେ ଡାହାଣ କହୁଣିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହାସତ୍ତ୍ୱେ ସେ ବନ୍ଦ କରି ନ ଥିଲେ ଟ୍ରେନିଂ। ଏଥି ଯୋଗୁ ୨୦୧୯ ଅପ୍ରିଲ ବେଳକୁ ତାଙ୍କ ଆଘାତ ସମସ୍ୟା ଢ଼େର ବୃଦ୍ଧି ପାଇଥିଲା। ଏକ୍ସ-ରେ ରିପୋର୍ଟ ଆସିବା ପରେ ଜଣାପଡ଼ିଥିଲା ସମସ୍ୟାର ଗମ୍ଭିରତା। ଏଣୁ ମେ’ରେ ଅସ୍ତ୍ରୋପଚାର କରାଯାଇଥିଲା। ଅସ୍ତ୍ରୋପଚାର ପରେ ତାଙ୍କୁ ହାତରେ କୌଣସି କାର୍ଯ୍ୟ ନ କରିବାକୁ କୁହାଯାଇଥିଲା।

ପ୍ରାୟ ୮ ମାସ ପରେ ଫେରିଥିଲେ ପଡ଼ିଆକୁ। ଦୋହାରେ ଆୟୋଜିତ ବିଶ୍ୱ ଚାମ୍ପିୟନଶିପ୍‌ରେ ଭାଗନେବାକୁ ଖୁବ୍‌ ଇଚ୍ଛୁକ ଥିଲା ନୀରଜ। କିନ୍ତୁ କୋଚ୍‌ ଓ ଆଥ୍‌ଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ)ର ପରାମର୍ଶ କ୍ରମେ ତାଙ୍କୁ ଓହରିବାକୁ ପଡ଼ିଥିଲା ଇଭେଣ୍ଟରୁ। କୋଚ୍‌ଙ୍କ ମତରେ ନୀରଜଙ୍କ ଶରୀରକୁ ସେତେବେଳେ ଅଧିକ ବିଶ୍ରାମ ଆବଶ୍ୟକ ଥିଲା।

ଅଲିମ୍ପିକ୍ସର ଗୋଟିଏ ବର୍ଷ ପୂର୍ବରୁ ତାଙ୍କ କହୁଣିରେ ଅସ୍ତ୍ରୋପଚାର ନୀରଜଙ୍କ ଆତ୍ମବିଶ୍ୱାସକୁ ଦୋହଲାଇ ଦେଇଥିଲା। କିନ୍ତୁ କୋଭିଡ୍‌-୧୯ କାରଣରୁ ୨୦୨୦ ଅଲିମ୍ପିକ୍ସକୁ ଗୋଟିଏ ବର୍ଷ ପାଇଁ ସ୍ଥଗିତ ରଖାଯାଇଥିଲା। ଏହି କାରଣରୁ ଅଲିମ୍ପିକ୍ସ ପୂର୍ବରୁ ତାଙ୍କୁ ମିଳିଥିଲା ପ୍ରସ୍ତୁତି ପାଇଁ ଯଥେଷ୍ଟ ସମୟ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri