Posted inଖେଳ

ନୀରଜଙ୍କ ଆଗରେ ସମସ୍ୟା ଛୋଟ ନ ଥିଲା

ନୂଆଦିଲ୍ଲୀ, ୮।୮: ଟୋକିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା। ତେବେ ଏହି ସଫଳତା ପାଇଁ ତାଙ୍କୁ ଖୁବ୍‌ ସଂଘର୍ଷ କରିବାକୁ ପଡ଼ିଥିଲା। ୨୦୧୮ ନଭେମ୍ବରରେ ଡାହାଣ କହୁଣିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହାସତ୍ତ୍ୱେ ସେ ବନ୍ଦ କରି ନ ଥିଲେ ଟ୍ରେନିଂ। ଏଥି ଯୋଗୁ ୨୦୧୯ ଅପ୍ରିଲ ବେଳକୁ ତାଙ୍କ ଆଘାତ ସମସ୍ୟା ଢ଼େର ବୃଦ୍ଧି ପାଇଥିଲା। ଏକ୍ସ-ରେ ରିପୋର୍ଟ ଆସିବା ପରେ ଜଣାପଡ଼ିଥିଲା ସମସ୍ୟାର ଗମ୍ଭିରତା। ଏଣୁ ମେ’ରେ ଅସ୍ତ୍ରୋପଚାର କରାଯାଇଥିଲା। ଅସ୍ତ୍ରୋପଚାର ପରେ ତାଙ୍କୁ ହାତରେ କୌଣସି କାର୍ଯ୍ୟ ନ କରିବାକୁ କୁହାଯାଇଥିଲା।

ପ୍ରାୟ ୮ ମାସ ପରେ ଫେରିଥିଲେ ପଡ଼ିଆକୁ। ଦୋହାରେ ଆୟୋଜିତ ବିଶ୍ୱ ଚାମ୍ପିୟନଶିପ୍‌ରେ ଭାଗନେବାକୁ ଖୁବ୍‌ ଇଚ୍ଛୁକ ଥିଲା ନୀରଜ। କିନ୍ତୁ କୋଚ୍‌ ଓ ଆଥ୍‌ଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ)ର ପରାମର୍ଶ କ୍ରମେ ତାଙ୍କୁ ଓହରିବାକୁ ପଡ଼ିଥିଲା ଇଭେଣ୍ଟରୁ। କୋଚ୍‌ଙ୍କ ମତରେ ନୀରଜଙ୍କ ଶରୀରକୁ ସେତେବେଳେ ଅଧିକ ବିଶ୍ରାମ ଆବଶ୍ୟକ ଥିଲା।

ଅଲିମ୍ପିକ୍ସର ଗୋଟିଏ ବର୍ଷ ପୂର୍ବରୁ ତାଙ୍କ କହୁଣିରେ ଅସ୍ତ୍ରୋପଚାର ନୀରଜଙ୍କ ଆତ୍ମବିଶ୍ୱାସକୁ ଦୋହଲାଇ ଦେଇଥିଲା। କିନ୍ତୁ କୋଭିଡ୍‌-୧୯ କାରଣରୁ ୨୦୨୦ ଅଲିମ୍ପିକ୍ସକୁ ଗୋଟିଏ ବର୍ଷ ପାଇଁ ସ୍ଥଗିତ ରଖାଯାଇଥିଲା। ଏହି କାରଣରୁ ଅଲିମ୍ପିକ୍ସ ପୂର୍ବରୁ ତାଙ୍କୁ ମିଳିଥିଲା ପ୍ରସ୍ତୁତି ପାଇଁ ଯଥେଷ୍ଟ ସମୟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri