Posted inଖେଳ

ନୀରଜଙ୍କ ବିଶ୍ୱବିଦ୍ୟାଳୟ ରେକର୍ଡ ଭାଙ୍ଗିଲେ ବିକ୍ରାନ୍ତ

ଭୁବନେଶ୍ୱର, ୨୨।୧୨ (କ୍ରୀଡ଼ା ପ୍ରତିନିଧି): କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଚାଲିଥିବା ଉତ୍ତର ପୂର୍ବାଞ୍ଚଳ ଜୋନ୍‌ ଆନ୍ତଃ ବିଶ୍ୱବିଦ୍ୟାଳୟ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଆୟୋଜକ ଦଳର ପ୍ରଭାବୀ ପ୍ରଦର୍ଶନ ଜାରି ରହିଛି। ବୁଧବାର ଦ୍ୱିତୀୟ ଦିବସରେ କିଟ୍‌ ପ୍ରତିଯୋଗୀଙ୍କୁ ୩ ସ୍ବର୍ଣ୍ଣ ଏବଂ ୨ଟି ରୌପ୍ୟ ପଦକ ମିଳିଛି। ବିକ୍ରାନ୍ତ ମଲିକ ୮୧.୮୨ ମିଟର ଜାଭେଲିନ ଥ୍ରୋ କରି ମିଟ୍‌ ରେକର୍ଡ ସହ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି।

ଏଥିସହ ସେ ଅଲିମ୍ପିକ୍ସ ସ୍ବର୍ଣ୍ଣ ପଦକ ବିଜେତା ନୀରଜ ଚୋପ୍ରାଙ୍କ ବିଶ୍ୱବିଦ୍ୟାଳୟ ରେକର୍ଡକୁ ଭାଙ୍ଗିଛନ୍ତି। ନୀରଜ ୨୦୧୫ରେ ପଞ୍ଜାବ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରତିନିଧିତ୍ୱ କରି ୮୧.୦୪ ମିଟର ଜାଭେଲିନ ଥ୍ରୋ କରି ରେକର୍ଡର ଅଧିକାରୀ ଥିଲେ। ମହିଳା ୨୦ କିଲୋମିଟର ଚାଲିରେ ପ୍ରିୟଙ୍କା ଏବଂ ୧୦୦ ମିଟର ହର୍ଡଲ୍ସରେ ପ୍ରଜ୍ଞା ପ୍ରଶାନ୍ତି ସାହୁ ସ୍ବର୍ଣ୍ଣ ପଦକ ପାଇଛନ୍ତି। ଅଲିମ୍ପିଆନ ଦୂତୀ ଚାନ୍ଦ ମହିଳା ୧୦୦ ମିଟର ରେସ୍‌ ଏବଂ ଲାଲୁ ପ୍ରସାଦ ଭୋଇ ପୁରୁଷ ୧୦୦ ମିଟର ରେସ୍‌ରେ ରୌପ୍ୟ ପଦକ ହାସଲ କରିଛନ୍ତି। ପଦକ ବିଜେତାଙ୍କୁ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ ଅଭିନନ୍ଦନ ଜଣାଇଛନ୍ତି। କିସ୍‌ ବିଶ୍ୱବିଦ୍ୟାଳୟର ଭାଇସ ଚାନ୍ସେଲର ଦୀପକ କୁମାର ବେହେରା ଓ ଦୂତୀ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ପ୍ରତିଯୋଗିତାରେ ୨୫୦ରୁ ଊର୍ଦ୍ଧ୍ୱ ବିଶ୍ୱବିଦ୍ୟାଳୟରୁ ୨୫୦୦ରୁ ଅଧିକ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି। ଆସୋସିଏଶନ ଅଫ୍‌ ଇଣ୍ଡିଆନ ୟୁନିଭର୍ସିଟିଜ୍‌ (ଏଆଇୟୁ) ଅନୁମୋଦନକ୍ରମେ ଏହି ପ୍ରତିଯୋଗିତା କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଛକୁ ହଟିଲେ ଟ୍ରମ୍ପ: ସାରା ବିଶ୍ୱରେ ଯୋର ଧରିଲାଣି ଚର୍ଚ୍ଚା, ପୁଣି ଇରାନ ସହ ହେବ ଶାନ୍ତି ବାର୍ତ୍ତା

ତେହରାନ/ଓ୍ବାଶିଂଟନ,୩।୮: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ସମ୍ଭାବନା ହ୍ରାସ ପାଉଛି। ଉଭୟ ରାଷ୍ଟ୍ର ପୁଣି ଏକ ଚୁକ୍ତିନାମା ଆଡକୁ ଅଗ୍ରସର ହେଉଛନ୍ତି, କିନ୍ତୁ ଏହା ମଧ୍ୟରେ,…

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ଚିପ୍ସ ପ୍ୟାକେଟ୍‌ରେ ଥିବା ଖେଳନା ବଲ୍‌ ଗିଳି ଦେଲେ ଶିଶୁ, ଆଉ ତା’ପରେ…

ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍‌କୁରେ ପ୍ୟାକେଟ୍‌ରେ ଥିବା ଛୋଟ ଖେଳନା ବଲ୍‌କୁ ଗିଳିଦେବାରୁ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri