Posted inଖେଳ

ମ୍ୟାଚ୍‌ ଛଡ଼ାଇ ନେଲେ ନିଶାମ, ଫିଲିପ୍ସ

ଶାରଜା,୫।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତୀୟ ଦଳର ସେମିଫାଇନାଲ ଆଶାକୁ ଧକ୍କା ଲାଗିଛି। ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ନାମ୍ବିଆକୁ ୫୨ ରନ୍‌ରେ ହରାଇ ଦେଇଛି ନ୍ୟୁଜିଲାଣ୍ଡ। ଏବେ ନ୍ୟୁଜିଲାଣ୍ଡ ୬ ପଏଣ୍ଟ ସହ ଅଙ୍କ ତାଲିକାରେ ଦ୍ୱିତୀୟ ସ୍ଥାନକୁ ଉନ୍ନୀତ ହୋଇଛି। ନ୍ୟୁଜିଲାଣ୍ଡ ତା’ର ପରବର୍ତ୍ତୀ ତଥା ଅନ୍ତିମ ମ୍ୟାଚ୍‌ରେ ଆଫଗାନିସ୍ତାନକୁ ଭେଟିବ।

ଟସ୍‌ ଠାରୁ ଆରମ୍ଭ କରି ୧୬ ଓଭର ପର୍ଯ୍ୟନ୍ତ ମ୍ୟାଚ୍‌କୁ ନିୟନ୍ତ୍ରଣରେ ରଖିଥିଲା ନାମ୍ବିଆ। ନ୍ୟୁଜିଲାଣ୍ଡ ୧୬ ଓଭରରେ ୪ ପ୍ରମୁଖ ଉଇକେଟ ହରାଇ ୯୬ ରନ୍‌ କରିଥିଲା। କିନ୍ତୁ ଅନ୍ତିମ ୪ ଓଭରରେ ମ୍ୟାଚ୍‌ର ମଙ୍ଗ ବଦଳାଇ ଦେଇଥିଲା ଗ୍ଲେନ ଫିଲିପ୍ସ ୩୫ (୧ ଚୌକା ଓ ୩ ଛକା) ଓ ଜେମ୍ସ ନିଶାମ ୩୫ (୧ ଚୌକା ଓ ୨ ଛକା)ଙ୍କ ଯୋଡ଼ି। ଦୁହେଁ ୫ମ ଉଇକେଟ ପାଇଁ ୭୭ ରନ୍‌ ଯୋଡ଼ିଥିଲେ। ଫଳରେ ନ୍ୟୁଜିଲାଣ୍ଡ ଧାର୍ଯ୍ୟ ୨୦ ଓଭରରେ ୪ ଉଇକେଟ ହରାଇ ୧୬୩ ରନ୍‌ କରିଥିଲା। ଜବାବରେ ନ୍ୟୁଜିଲାଣ୍ଡର ବୋଲରମାନେ ପ୍ରତିପକ୍ଷ ବ୍ୟାଟରଙ୍କୁ ସୁଯୋଗ ଦେଇ ନ ଥିଲେ। ଫଳରେ ନାମ୍ବିଆ ୨୦ ଓଭରେ ୭ ଉଇକେଟ ୧୧୧ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଟିମ୍‌ ସୌଦି ଓ ଟ୍ରେଣ୍ଟ ବୋଲ୍ଟ ୨ ଲେଖାଏ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri