Posted inଜାତୀୟ

ଜାରି ହେଲା NEETର ଆଡ୍‌ମିଟ୍‌ କାର୍ଡ, ଏହି ଦିନ ପରୀକ୍ଷା

ନୂଆଦିଲ୍ଲୀ, ୨୧।୬: NEET ପରୀକ୍ଷାରେ ହୋଇଥିବା ଅନିୟମିତତାକୁ ନେଇ ଦେଶରେ ଚର୍ଚ୍ଚା ଜାରି ରହିଛି । ଏହାରି ମଧ୍ୟରେ ୧୫୬୩ ଆଶାୟୀଙ୍କ ପୁନର୍ବାର ପରୀକ୍ଷା ହେବା ନେଇ ସୁପ୍ରୀମ୍‌କୋର୍ଟ ଦେଇଥିବା ନିର୍ଦ୍ଦେଶ କାର୍ଯ୍ୟକାରୀ ହୋଇଛି । ଜାରି ହୋଇଛି NEET ୟୁଜିର ପୁନର୍ବାର ପରୀକ୍ଷା ପାଇଁ ଆଡ୍‌ମିଟ୍‌ କାର୍ଡ।

ଏହି ୧୫୬୩ ଆଶାୟୀଙ୍କୁ ଗ୍ରେସ୍‌ ମାର୍କ ମିଳିଥିଲା । କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ନ୍ୟାଶନାଲ୍‌ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ସେମାନଙ୍କର ଗ୍ରେସ ମାର୍କ ରଦ୍ଦ କରିଥିଲା । ଏମାନଙ୍କ ମଧ୍ୟରୁ ଯଦି କୌଣସି ଆଶାୟୀ ପୁନର୍ବାର ପରୀକ୍ଷା ନ ଦିଅନ୍ତି ତେବେ ତାଙ୍କୁ ବିନା ଗ୍ରେସ୍‌ ମାର୍କରେ ରଖିଥିବା ନମ଼୍ବର ପ୍ରଦାନ କରିବାକୁ କୁହାଯାଇଛି। ଏହି ପରୀକ୍ଷା ୨୩ ଜୁନ୍‌ରେ ଅନୁଷ୍ଠିତ ହେବ ।

ସୂଚନା ଥାଉକି, ଦେଶରେ ଲାଗି ରହିଥିବା ନିଟ୍‌ ପରୀକ୍ଷାରେ ଅନିୟମିତତାକୁ ନେଇ ସୁପ୍ରିମ୍‌କୋର୍ଟ ଏନ୍‌ଟିଏକୁ ନୋଟିସ୍‌ ଦେଇଥିଲେ । ନିଟ୍‌ ପେପର ଲିକ୍‌ ହୋଇଥିବା ନେଇ ଦାଏର ହୋଇଥିବା ଯାଚିକାର ଶୁଣାଣି କରି କୋର୍ଟ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ଏବଂ କନ୍ଦ୍ରକୁ ଜବାବ ଦେଇଥିଲେ । କୌଣସି କାରଣରୁ ଯଦି ୦.୦୦୧ ପ୍ରତିଶତ ବି ଦ଼୍ବାୟିତ଼୍ବହୀନତା ଜଣାପଡ଼ୁଛି ତେବେ ଏହା ଖୋଜି ବାହାର କରିବାକୁ କୋର୍ଟ ଏହି ଶୁଣାଣି ବେଳେ କହିଥିଲେ । ଏହି ମାମଲାରେ ସୁପ୍ରିମ୍‌କୋର୍ଟ ୮ ଜୁଲାଇରେ ପୁନର୍ବାର ଶୁଣାଣି କରିବେ ବୋଲି କୋର୍ଟ କହିଥିଲେ ।

ସର୍ବୋଚ୍ଚ ଅଦାଲତ କେନ୍ଦ୍ର ଏବଂ ଏନ୍‌ଟିଏକୁ ଦୁଇ ସପ୍ତାହ ମଧ୍ୟରେ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । କୋର୍ଟ କହିଥିଲେ ଯେ ଆମେ ଯାଚିକାକର୍ତ୍ତାଙ୍କ ମୁତାବିକ ଆଜି ଆଦେଶ ଦେଇପାରିବୁ ନାହିଁ । ଯଦି କାହାର ଏଥିରେ ଭୁଲ୍‌ ଅଛି ତେବେ ତାକୁ ତୁରନ୍ତ ସୁଧାର । ପିଲାମାନେ ଏହି ପରୀକ୍ଷା ପାଇଁ ପ୍ରସ୍ତୁତି କରିଛନ୍ତି । ଆମେ ତାଙ୍କ ପରିଶ୍ରମକୁ ଭୁଲି ପାରିବୁ ନାହିଁ ।

ଜୁନ୍‌ ୧୩ ତାରିଖରେ ନିଟ୍‌ ୟୁଜି ରେଜଲ୍ଟ ମାମଲାକୁ ନେଇ ସୁପ୍ରିମ୍‌କୋର୍ଟରେ ଦାଏର ହୋଇଥିବା ୩ ଯାଚିକାର ଶୁଣାଣି ହୋଇଥିଲା । ସୁପ୍ରିମ୍‌କୋର୍ଟ ଏନେଇ କହିଥିଲେ ଯେ, ୨୩ ଜୁନ୍‌ରେ ପୁନର୍ବାର ପରୀକ୍ଷା କରାଯିବ ଏବଂ ୩୦ ଜୁନ୍‌କୁ ଏହାର ଫଳ ପ୍ରକାଶ ପାଇବ । ଫଳରେ ଜୁଲାଇ ୬ରେ ହେବାକୁ ଥିବା କାଉନ୍‌ସେଲିଂରେ କୌଣସି ପ୍ରଭାବ ପଡ଼ିବ ନାହିଁ । କେନ୍ଦ୍ର ସରକାର ୧୫୬୩ ଜଣ ପରୀକ୍ଷାର୍ଥୀଙ୍କ ସ୍କୋରକାର୍ଡ ରଦ୍ଦ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିବା ସୁପ୍ରିମ୍‌କୋର୍ଟଙ୍କୁ ଜଣାଇଥିଲେ । କାରଣ ସେମାନଙ୍କୁ ଗ୍ରେସ୍‌ମାର୍କ ଦିଆଯାଇଥିଲା । ଏହି ପରୀକ୍ଷାର୍ଥୀଙ୍କୁ ପୁଣିଥରେ ପରୀକ୍ଷା ଦେବା ପାଇଁ ବିକଳ୍ପ ଦିଆଯିବା ନେଇ କେନ୍ଦ୍ର ଜଣାଇବା ପରେ ସୁପ୍ରିମ୍‌କୋର୍ଟ ଏହି ନିଷ୍ପତ୍ତି ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?