Posted inଜାତୀୟ

NEET ବିବାଦ: ଆକ୍ସନ ମୋଡରେ ପୋଲିସ୍‌, ଦୁଇ ଶିକ୍ଷକଙ୍କୁ ପଚରାଉଚରା

ନୂଆଦିଲ୍ଲୀ, ୨୩।୬: NEET ୟୁଜି ମାମଲାରେ ଦିନକୁ ଦିନ ନୂଆ ନୂଆ ଘଟଣା ସାମ୍ନାକୁ ଆସିବାରେ ଲାଗିଛି । ଏହାକୁ ନେଇ ରାଜନୀତି ମଧ୍ୟ ଜୋର ଧରିଛି । ବିପକ୍ଷ ଦଳ ସରକାରଙ୍କୁ ଏଥିପାଇଁ ଦାୟୀ କରି ରାସ୍ତାକୁ ଓହ୍ଲାଉଛନ୍ତି । ପରୀକ୍ଷାର୍ଥୀଙ୍କ ସମେତ ସେମାନଙ୍କ ଅଭିଭାବକ ରାଜରାସ୍ତାରେ ବିକ୍ଷୋଭ କରୁଛନ୍ତି । ଏହାରି ମଧ୍ୟରେ ତଦନ୍ତ ପ୍ରକ୍ରିୟା ଜାରି ରହିଛି । ପୋଲିସ ବିହାର ସମେତ ଅନ୍ୟ ରାଜ୍ୟରୁ ପ୍ରଶ୍ନ ପତ୍ର ଲିକ୍‌ ଅଭିଯୋଗରେ ଜଡ଼ିତ ଅଭିଯୁକ୍ତଙ୍କୁ ଗିରଫ କରୁଛି । ଏହି ମାମଲାରେ ବିହାର କନେକ୍ସନ ରହିଥିବା ବେଳେ ଏବେ ମହାରାଷ୍ଟ୍ରର କନେକ୍ସନ ଥିବା ଜଣାପଡ଼ିଛି ।

ମିଳିଥିବା ସୂଚନା ଅନୁସାରେ ମହାରାଷ୍ଟ୍ରର ଲାତୁର ଅଞ୍ଚଳରୁ ଦୁଇଜଣ ଶିକ୍ଷକଙ୍କୁ ହେପାଜତକୁ ନେଇ ପଚରାଉଚରା କରିଛି ଏଟିଏସ୍‌ । ଏହି ଦୁଇଜଣ ଜିଲା ପରିଷଦ ସ୍କୁଲରେ କାର୍ଯ୍ୟରତ ଅଛନ୍ତି । ସେମନଙ୍କୁ ଅନେକ ସମୟ ଜେରା କରିବା ପରେ ଏଟିଏସ୍‌ ଛାଡ଼ିଛି । ଆବଶ୍ୟକ ପଡ଼ିଲେ ପୁଣି ଡକାଯିବ ବୋଲି କହିଛି ।

ଶୁକ୍ରବାର ଏହି ମାମଲାରେ ଜଡ଼ିତ ଥିବା ୫ ଜଣଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି । ଏଥିସହିତ ନିଟ୍‌ ମାମଲାରେ ମୋଟ ୧୮ ଜଣଙ୍କୁ ଗିରଫ କରାଗଲାଣି । ମିଳିଥିବା ସୂଚନା ଅନୁସାରେ ଏହି ୫ ଜଣଙ୍କୁ ଝାଡ଼ଖଣ୍ଡର ଦେଓଘର ଅଞ୍ଚଳରୁ ଗିରଫ କରାଯାଇଛି । ସେମାନଙ୍କୁ ଅଧିକ ପଚରାଉଚରା କରିବା ପାଇଁ ପାଟନା ନିଆଯାଇଛି । ପୂର୍ବରୁ ରାଞ୍ଚିରୁ ବାପ-ପୁଅ ଦୁଇଜଣଙ୍କୁ ଏହି ମାମଲାରେ ଗିରଫ କରାଯାଇଥିଲା ।

ସୂଚନା ଥାଉକି, ଏହି ପେପର ଲିକ୍‌ ଘଟଣା ଏକ ଫୋନ୍‌ କଲ୍‌ ପରେ ସନ୍ଦେହ ଘେରକୁ ଆସିଥିଲା ବୋଲି ଜଣାପଡ଼ିଛି । ମେ ୫ ତାରିଖରେ ନିଟ୍‌ ପରୀକ୍ଷା ଆରମ୍ଭ ହେବାର ୩ ଘଣ୍ଟା ପୂର୍ବରୁ ପାଟନା ପୋଲିସକୁ ଏକ ଫୋନ୍‌ କଲ୍‌ ଆସିଥିଲା । ଫୋନ୍‌ କରିଥିବା ବ୍ୟକ୍ତି ନିଜ ନାଁ ନକହି ୪ ଅପରାଧୀ ଏକ ଏସ୍‌ୟୁଭିରେ ତାଙ୍କର ଠିକଣା ସ୍ଥଳକୁ ଯାଉଥିବା କହିଥିଲେ । ହେଲେ ସମ୍ପୂର୍ଣ୍ଣ ତଥ୍ୟ ଦେଇନଥିଲେ । ଏହି ଫୋନ୍‌ କଲ୍‌ ହିଁ ପ୍ରବେଶିକା ପରୀକ୍ଷାରେ ଅନିୟମିତତା ଧରାପାକାଇ ଦେଇଥିବା କୁହାଯାଉଛି ।

ପାଟନାର ଶାସ୍ତ୍ରୀ ନଗର ପୋଲିସ ଟିମ୍‌ ଫୋନ୍‌ରେ ମିଳିଥିବା ଏହି ସୂଚନାକୁ ନେଇ ତୁରନ୍ତ ଆକ୍ସନ ମୋଡକୁ ଆସିଥିଲା । ଏସ୍‌ୟୁଭିରେ ଥିବା ୪ ଜଣ ଲୋକଙ୍କୁ ଧରିଥିଲା । ସେମାନଙ୍କୁ ଯେତେବେଳେ ପୋଲିସ୍‌ ଜୋର ଦେଇ ପଚରାଉଚରା କରିଥିଲା ସେତେବେଳେ ସତ ସାମ୍ନାକୁ ଆସିଥିଲା । ସେମାନେ ପୋଲିସକୁ ଏକ ସ୍ଥାନକୁ ନେଇ ଯାଇଥିଲେ । ସେଠାରେ ନିଟ୍‌ ୟୁଜି ଦେବା ପାଇଁ ୩୦ ପରୀକ୍ଷାର୍ଥୀ ରହିଥିଲେ । ଏମାନେ ନିଟ୍‌ ପ୍ରଶ୍ନ ଏବଂ ତାର ଉତ୍ତର ପାଇଁ ୩୦ ରୁ ୫୦ ଲକ୍ଷ ଲେଖାଏଁ ଦେଇଥିବା କୁହାଯାଉଛି । ସେମାନଙ୍କୁ ରାମକୃଷ୍ଣ ନଗରରେ ରଖାଯାଇଥିବା ପୋଲିସ କହିଛି । ରାତି ସାରା ସେମାନଙ୍କୁ ପ୍ରଶ୍ନ ଉତ୍ତର ମନେରଖିବାକୁ କୁହାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri