Posted inଜାତୀୟ

ଯାଞ୍ଚ ନାଁରେ ଛାତ୍ରୀଙ୍କୁ ଅନ୍ତଃବସ୍ତ୍ର ଖୋଲିବାକୁ କହିଲେ ପରୀକ୍ଷକ

ଥିରୁଭାନନ୍ତପୁରମ୍‌,୧୮ା୭: ମେଡିକାଲ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷା ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ଏନ୍‌ଇଇଟି) ନିମନ୍ତେ କେରଳର ଏକ ପରୀକ୍ଷା କେନ୍ଦ୍ରରୁ ଲଜ୍ଜ୍ୟାଜନକ ଘଟଣା ସାମ୍ନାକୁ ଆସିଛି। କୋଲାମ ଜିଲାର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ରବିବାର ଏନ୍‌ଇଇଟି ପରୀକ୍ଷା ଦେବାକୁ ଯାଇଥିବା ଛାତ୍ରୀମାନଙ୍କୁ ଅନ୍ତଃବସ୍ତ୍ର ଖୋଲିବାକୁ କୁହାଯାଇଥିବା ଅଭିଯୋଗ ହୋଇଛି। ଅନ୍ତଃବସ୍ତ୍ର ଖୋଲିଲେ ହିଁ ପରୀକ୍ଷା ଦେଇପାରିବ ବୋଲି ଆଶାୟୀଙ୍କୁୁ ନିର୍ଦ୍ଦେଶ ଦିଆଯିବାପରେ ସେମାନେ ବାଧ୍ୟ ହୋଇ ଏପରି କରିଥିଲେ। ଏନେଇ ଛାତ୍ରୀ ଓ ସେମାନଙ୍କ ପରିବାର ପକ୍ଷରୁ ଥାନାରେ ଏକ ଏତଲା ଦିଆଯାଇଛି। ଏହାକୁ ନେଇ ସେଠାରେ ଉତ୍ତେଜନା ଦେଖାଦେଇଛି। ଉକ୍ତ ପରୀକ୍ଷା କେନ୍ଦ୍ରରେ ଛାତ୍ରୀଙ୍କୁ ଅନ୍ତଃବସ୍ତ୍ର ଖୋଲି ପରୀକ୍ଷା ଦେବାକୁ ପଡ଼ିଥିବାରୁ ସେମାନଙ୍କୁ ଅପମାନବୋଧ ମନେ ହୋଇଛି। ଏହାର ପ୍ରଭାବ ତାଙ୍କ ପରୀକ୍ଷା ଉପରେ ମଧ୍ୟ ପଡ଼ିଛି ବୋଲି ଅଭିଯୋଗ ହୋଇଛି। ତେବେ ଏନ୍‌ଇଇଟି ପକ୍ଷରୁ ଜାରି ନୋଟିସ୍‌ରେ ଏପରି କଥା ଦର୍ଶାଯାଇ ନ ଥିବା ବେଳେ ଏଥିପାଇଁ ଉକ୍ତ ପରୀକ୍ଷା କେନ୍ଦ୍ର ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ଅଭିଭାବକ। ଘଟଣାରେ ପ୍ରତିକ୍ରିୟା ରଖି କେରଳ ଉଚ୍ଚଶିକ୍ଷା ମନ୍ତ୍ରୀ ଆର୍‌. ବିନ୍ଦୁ କହିଛନ୍ତି, ଏହା ଅତ୍ୟନ୍ତ ସମ୍ବେଦନଶୀଳ ଘଟଣା। ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ପରୀକ୍ଷା ଆୟୋଜନ କରାଯାଇ ନ ଥିଲା। ଆୟୋଜକଙ୍କ ଅବହେଳା ଯୋଗୁ ଏଭଳି ଘଟିଥିବା ସେ ଅଭିଯୋଗ ଆଣିଛନ୍ତି। ଅନ୍ୟପଟେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। କେରଳ ମାନବାଧିକାର କମିଶନ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେବା ସହ ୧୫ ଦିନ ମଧ୍ୟରେ ରିପୋର୍ଟ ଦାଖଲ କରିବା ପାଇଁ କୋଲାମ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri