Posted inଜାତୀୟ

ଧାର୍ଯ୍ୟ ସମୟରେ ହେବ ଏନ୍‌ଇଇଟି-ଜେଇଇ ପରୀକ୍ଷା: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୧୭।୮: ଧାର୍ଯ୍ୟ ସମୟରେ ଏନ୍‌ଇଇଟି ଏବଂ ଜେଇଇ ପରୀକ୍ଷା କରାଯିବ ବୋଲି ସୋମବାର ସୁପ୍ରିମ୍‌କୋର୍ଟ ରାୟ ଦେଇଛନ୍ତି। ଏହା ସହିତ ପରୀକ୍ଷା ସ୍ଥଗିତ କରାଯିବାକୁ କରାଯାଇଥିବା ପିଟିଶନକୁ ସୁପ୍ରିମ୍‌କୋର୍ଟ ଖାରଜ କରିଦେଇଛନ୍ତି। ସୁପ୍ରିମ୍‌କୋର୍ଟଙ୍କ ରାୟ ପରେ ଏବେ ଜେଇଇ ମେନ୍‌ ପୂର୍ବ ନିର୍ଦ୍ଧାରିତ ତାରିଖ ସେପ୍ଟେମ୍ବର ୧ରୁ ୬ ମଧ୍ୟରେ କରାଯିବ। ସେହିପରି ଏନ୍‌ଇଇଟି ପରୀକ୍ଷା ସେପ୍ଟେମ୍ବର ୧୩ରେ ହେବ। ଅପରପକ୍ଷରେ ଜେଇଇ ଆଡଭାନ୍ସଡ୍‌ ସେପ୍ଟେମ୍ବର ୨୭ରେ କରାଯିବ। ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଥିବାରୁ ପରୀକ୍ଷାକୁ ଡିସେମ୍ବର ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ପିଟିଶନ୍‌ ଦାଖଲ କରାଯାଇଥିଲା। ତେବେ ଗୋଟିଏ ବର୍ଷ ନଷ୍ଟ କରାଯାଇ ପାରିବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ମେ’ରେ କୁହାଯାଇଥିଲା ଯେ, ଏନ୍‌ଇଇଟି ପରୀକ୍ଷା ଜୁଲାଇରେ ହେବ। ସେହିପରି ଜେଇଇ ମେନ୍‌ ଜୁଲାଇ ୧୮, ୨୦, ୨୧, ୨୨ ଏବଂ ୨୩ରେ ହେବ। ମାତ୍ର କରୋନା ସଂକ୍ରମଣ ଯୋଗୁ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଥିଲା। ଏହା ସେପ୍ଟେମ୍ବରରେ ହେବ ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…

ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…

ବନ୍ୟପ୍ରାଣୀଙ୍କ ସୁରକ୍ଷା ନେଇ ସଚେତନ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମ ନୋଡାଲ ହାଇସ୍କୁଲ ପରିସରରେ ବନ୍ୟପ୍ରାଣୀ ସପ୍ତାହ ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।…

କୋହଲିଙ୍କୁ କ୍ଷତି, ମାଲାମାଲ ହେଲେ ଗିଲ୍‌: ଆଗକୁ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୭।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆ ସିରିଜ ଶେଷ ହେବା ପରେ ଆଇସିସି ପକ୍ଷରୁ ନୂଆ ଦିନିକିଆ ରାଙ୍କିଙ୍ଗ ଜାରି କରାଯାଇଛି। ଏହି ରାଙ୍କିଙ୍ଗରେ ଭାରତୀୟ…

ଗାଧୋଇବାକୁ ଯାଇଥିଲେ, ଆଉ ଫେରିଲେନି: ପୋଖରୀରେ ବୁଡ଼ି ୨ ନାବାଳିକା…

କଲ୍ୟାଣସିଂହପୁର, ୭/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପୂଜାରୀଗୁଡ଼ା ପଞ୍ଚାୟତର ବଡ଼ନାୟକଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶାନ୍ତିନଗର ପୋଖରୀରେ…

‘ମୋତେ ଏବେ ହିଁ ନିଦ ଲାଗୁଛି…’, ପ୍ରଥମ ମ୍ୟାଚ ଜିତିବା ପରେ କାହିଁକି ଏମିତି କହିଲେ ଶ୍ରେୟସ ଆୟର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ ପରେ ଶ୍ରେୟସ ଆୟର କହିଥିଲେ ଯେ ସେ ଏକ ଶତକ ହାସଲ କରିବାକୁ ସ୍ବପ୍ନ ଦେଖୁଥିଲେ ଏବଂ ସେହି…

ଟେଷ୍ଟ, ଦିନିକିଆ, ଟି-୨୦ ତିନୋଟିଯାକ ଫର୍ମାଟରେ ଶତକ ହାସଲ କରି ଏମିତି ଯୋଗ୍ୟତା ଅର୍ଜନ କଲେ ଏହି ଭାରତୀୟ ଖେଳାଳି, ଛୁଟୁଛି ପ୍ରଶଂସା

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଅଧିନାୟକ ଶ୍ରେୟସ ଆୟର ଇତିହାସ ସୃଷ୍ଟି କରିଛନ୍ତି। ଆନ୍ତର୍ଜାତୀୟ କ୍ରିକେଟର ତିନୋଟିଯାକ ଫର୍ମାଟରେ ଶତକ ହାସଲ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?