Posted inଜାତୀୟ

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ମାମଲା: ପ୍ରଥମ ଚାର୍ଜଶିଟ୍‌ ଦାଖଲ କଲା ସିବିଆଇ

ନୂଆଦିଲ୍ଲୀ,୧ା୮: ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଗୁରୁବାର ପ୍ରଥମ ଚାର୍ଜଶିଟ୍‌ ଦାଖଲ କରିଛି। ଏଥିରେ ୧୩ ଜଣଙ୍କୁ ଅଭିଯୁକ୍ତ ଦର୍ଶାଯାଇଛି। ସେମାନେ ପ୍ରଶ୍ନପତ୍ର ପ୍ରଘଟ ସହ ଅନ୍ୟାନ୍ୟ ଅନିୟମିତତାରେ ସମ୍ପୃକ୍ତ ଥିଲେ ବୋଲି ଚାର୍ଜଶିଟ୍‌ରେ ଦର୍ଶାଯାଇଛି।

ଅଭିଯୁକ୍ତମାନେ ହେଲେ ନୀତୀଶ କୁମାର, ଅମିତ୍‌ ଆନନ୍ଦ, ସିକନ୍ଦର ଯାଦବେନ୍ଦୁ, ଆଶୁତୋଷ କୁମାର-୧, ରୋଶନ କୁମାର, ମନୀଷ ପ୍ରକାଶ, ଆଶୁତୋଷ କୁମାର-୨, ଅଖିଳେଶ କୁମାର, ଅଭଦେଶ କୁମାର, ଅନୁରାଗ ଯାଦବ, ଅଭିଷେକ କୁମାର, ଶିବନନ୍ଦନ କୁମାର ଏବଂ ଆୟୁଷ ରାଜ।

ସେମାନଙ୍କ ବିରୋଧରେ ପ୍ରମାଣ ଯୋଗାଡ଼ ପାଇଁ ତଦନ୍ତକାରୀ ସଂସ୍ଥା ଅତ୍ୟାଧୁନିକ ଫୋରେନ୍‌ସିକ୍‌ ଟେକ୍‌ନିକ୍‌, କୃତ୍ରିମ ବୁଦ୍ଧିମତ୍ତା ପ୍ରଯୁକ୍ତି, ସିସିଟିଭି ଫୁଟେଜ୍‌, ଟାଓ୍ବାର ଲୋକେଶନ ଆନାଲିସିସ୍‌ ଆଦିର ବ୍ୟବହାର କରିଥିଲା। ସିବିଆଇ ମୋଟ ୫୮ଟି ସ୍ଥାନରେ ଚଢ଼ାଉ କରିବା ସହ ୪୦ ଜଣଙ୍କୁ ଗିରଫ କରିଛି।

ବିହାରରେ ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଏତଲା ଦାଏର ହୋଇଥିବାବେଳେ ଗୁଜରାଟ, ରାଜସ୍ଥାନ ଓ ମହାରାଷ୍ଟ୍ରରେ ପରୀକ୍ଷାର୍ଥୀଙ୍କ ସ୍ଥାନରେ ଅନ୍ୟମାନେ ପରୀକ୍ଷା ଦେବା ଏବଂ ଅସାଧୁ ଉପାୟ ଅବଲମ୍ବନ ନେଇ ଏତଲା ଦାଏର ହୋଇଥିଲା। ସୂଚନାଯୋଗ୍ୟ, ଚଳିତବର୍ଷ ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଗତ ମେ’ ୫ରେ ଦେଶବ୍ୟାପୀ ୪,୭୫୦ ପରୀକ୍ଷା କେନ୍ଦ୍ରରେ ଏନ୍‌ଇଇଟି-ୟୁଜି ପରୀକ୍ଷା ହୋଇଥିଲା, ଯେଉଁଥିରେ ୨୩ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?