Posted inଜାତୀୟ

ରାଜଧାନୀରେ ଡାକ୍ତର-ପୋଲିସ ମୁହାଁମୁହିଁ

ନୂଆଦିଲ୍ଲୀ,୨୮ା୧୨: ଏନ୍‌ଇଇଟି-ପିଜି କାଉନସେଲିଂରେ ବିଳମ୍ବକୁ ବିରୋଧ କରି ବିକ୍ଷୋଭ ପ୍ରଦର୍ଶନ ଜାରି ରଖିଥିବା ଡାକ୍ତର ଏବଂ ଦିଲ୍ଲୀ ପୋଲିସ ମଙ୍ଗଳବାର ପୁଣି ମୁହାଁମୁହିଁ ହୋଇଛନ୍ତି। ଦିଲ୍ଲୀର ସଫଦରଗଞ୍ଜ ହସ୍ପିଟାଲରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କାର୍ଯ୍ୟାଳୟ ଅଭିମୁଖେ ବାହାରିଥିବା ଡାକ୍ତରଙ୍କୁ ପୋଲିସ ମଙ୍ଗଳବାର ଅଟକାଇଥିଲା। ଏହି ସମୟରେ ଉଭୟ ପକ୍ଷ ମଧ୍ୟରେ ଧସ୍ତାଧସ୍ତି ଦେଖିବାକୁ ମିଳିଥିଲା।

ସୋମବାର ରାତିରେ ମଧ୍ୟ ବିକ୍ଷୋଭ ବେଳେ ପୋଲିସ ସହ ଡାକ୍ତରଙ୍କ ସଂଘର୍ଷ ହୋଇଥିଲା। ବିଳମ୍ବିତ ରାତି ପର୍ଯ୍ୟନ୍ତ ଉତ୍ତେଜନା ଲାଗିରହିଥିଲା। ଏହାକୁ କେନ୍ଦ୍ର କରି ଆନ୍ଦୋଳନରତ ଡାକ୍ତରମାନେ ମଙ୍ଗଳବାର ପୁଣି ବିକ୍ଷୋଭ କରିଥିଲେ। ଜନସାଧାରଣଙ୍କ ସମ୍ପତ୍ତି ନଷ୍ଟ କରିବା ଅଭିଯୋଗରେ ଡାକ୍ତରମାନଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି। ତେବେ କୌଣସି ଡାକ୍ତରଙ୍କୁ ଅଟକ କିମ୍ବା ଗିରଫ କରାଯାଇନାହିଁ। ଅନ୍ୟପକ୍ଷରେ କାଉନ୍‌ସେଲିଂ ପ୍ରକ୍ରିୟା ତ୍ୱରାନ୍ବିତ କରିବାକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ...

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...

‘ନବୀନ ଦରମା ଉପରେ ନିର୍ଭରଶୀଳ ନୁହନ୍ତି’

ଭୁବନେଶ୍ୱର,୧୪ା୧୨: ବର୍ଦ୍ଧିତ ଦରମା ନେବାକୁ ବିଜେଡି ବିଧାୟକ ନବୀନ ପଟ୍ଟନାୟକ ମନା କରିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିଧାୟକ ଗଣେଶ୍ବର ବେହେରା। ସେ କହିଛନ୍ତି, ନବୀନ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…

ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

ମାଆ ବଞ୍ଚି ଥାଉ ଥାଉ ଜାଲ ମୃତ୍ୟୁ ପ୍ରମାଣପତ୍ର ବାହାର କରି ସବୁ ହଡ଼ପ କଲେ ପୁଅ, ଏମିତି ଖୋଲିଲା ରାଜ୍‌

କୋଲକାତା,୧୪।୧୨: ପଶ୍ଚିମବଙ୍ଗର ହାଓଡ଼ାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ପୁଅ ତାଙ୍କ ଜୀବିତ ମାଆଙ୍କ ନାମରେ ମୃତ୍ୟୁ ପ୍ରମାଣପତ୍ର ଜାଲ କରି ବ୍ୟାଙ୍କରୁ...

ଇସ୍ରାଏଲ ଆକ୍ରମଣରେ ହମାସର ଟପ୍‌ କମାଣ୍ଡର ନିହତ, ଡ୍ରୋନ ସାହାଯ୍ୟରେ କାରକୁ କଲା ଟାର୍ଗେଟ

ଜେରୁଜେଲମ,୧୪।୧୨: ଇସ୍ରାଏଲ ଗାଜାରେ ଜଣେ ଶୀର୍ଷ ହମାସ କମାଣ୍ଡରଙ୍କୁ ହତ୍ୟା କରିଛି। ଇସ୍ରାଏଲ ଦାବି କରିଛି ଯେ ଦକ୍ଷିଣ ଗାଜାରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ହମାସର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri