NEET-PG ପ୍ରବେଶିକା ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୨।୬: ଦେଶରେ ବିଭିନ୍ନ ପ୍ରତିଯୋଗୀତା ମୂଳକ ପରୀକ୍ଷାର ସ୍ୱଚ୍ଛତା ଉପରେ ଉଠିଥିବା ପ୍ରଶ୍ନକୁ ଦୃଷ୍ଟିରେ ରଖି NEET-PG ପ୍ରବେଶିକା ପରୀକ୍ଷା ସ୍ଥଗିତ ରଖାଯାଇଛି। ଏହି ପରୀକ୍ଷା ରବିବାର ଅର୍ଥାତ ୨୩ ତାରିଖରେ ଅନୁଷ୍ଠିତ ହେବାର ଥିଲା। ଖୁବଶୀଘ୍ର ପରୀକ୍ଷାର ନୂତନ ତାରିଖ ଘୋଷଣା କରାଯିବ ବୋଲି କୁହାଯାଇଛି।

ନିଟ୍-ୟୁଜି ଏବଂ ୟୁଜିସି-ଏନଇଟି’ରେ ହୋଇଥିବା ଅନିୟମିତତାକୁ ନେଇ ଦେଶରେ ବଡ ବିବାଦ ଜାରି ରହିଛି। ଏହି କ୍ରମରେ ଡାକ୍ତରୀ ଛାତ୍ରମାନଙ୍କ ପାଇଁ ଜାତୀୟ ପରୀକ୍ଷା ବୋର୍ଡ ଦ୍ୱାରା ପରିଚାଳିତ NEET-PG ପ୍ରକ୍ରିୟାର ସ୍ୱଚ୍ଛତାକୁ ପୁଙ୍ଖାନୁପୁଙ୍ଖ ମୂଲ୍ୟାଙ୍କନ କରିବାକୁ ନିଷ୍ପତ୍ତି ନିଆଯାଇଛି।

ଏହାପୂର୍ବରୁ ଶନିବାର NEET ପ୍ରଶ୍ନପତ୍ର ଲିକ୍ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇ କେନ୍ଦ୍ର ସରକାର ଜାତୀୟ ପରୀକ୍ଷା ଆୟୋଜନ ସଂସ୍ଥା (ଏନଟିଏ) ମହାନିର୍ଦ୍ଦେଶକ ସୁବୋଧ କୁମାରଙ୍କୁ ନିଲମ୍ବିତ କରିଥିଲେ। ଅବସରପ୍ରାପ୍ତ ଆଇଏଏସ ଅଧିକାରୀ ପ୍ରଦିପ ସିଂ ଖରୋଲାଙ୍କୁ ଏନଟିଏ’ର ନୂତନ ମହାନିର୍ଦ୍ଦେଶକ ନିଯୁକ୍ତ କରିଛି କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ।

ପ୍ରଦୀପ ବର୍ତମାନ ଭାରତ ବାଣିଜ୍ୟ ପ୍ରୋତ୍ସାହନ ସଂଗଠନର ଅଧ୍ୟକ୍ଷ ଏବଂ ପରିଚାଳନା ନିର୍ଦ୍ଦେଶକ ଅଛନ୍ତି। ଜଣେ ନିୟମିତ ପଦାଧିକାରୀ କିମ୍ବା ପରବର୍ତ୍ତୀ ନିର୍ଦ୍ଧେଶ ପର୍ଯ୍ୟନ୍ତ ସେ ଏହି ପଦବୀରେ ରହିବେ।

ଏହା ସହିତ ଜାତୀୟ ପରୀକ୍ଷା ଆୟୋଜନ ସଂସ୍ଥା (ଏନଟିଏ) ଜରିଆରେ ପାରଦର୍ଶୀ, ସୁଗମ ଓ ସ୍ୱଚ୍ଛ ଭାବେ ପରୀକ୍ଷା ଆୟୋଜନ ସୁନିଶ୍ଚିତ କରିବା ଲାଗି ଶିକ୍ଷା ମନ୍ତ୍ରଣାଳୟ ଅଧୀନ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଶେଷଜ୍ଞମାନଙ୍କୁ ନେଇ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।

ଏହି କମିଟି ଏନ୍‌‌.ଟି.ଏ.ର ମାନକ ପରିଚାଳନା ପଦ୍ଧତିର ସମ୍ପୂର୍ଣ୍ଣ ସମୀକ୍ଷା କରିବ। ଏହା ସହ ଅନୁଧ୍ୟାନ ବ୍ୟବସ୍ଥା ଗୁଡ଼ିକୁ ସୁଦୃଢ଼ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବା ଉପରେ ପରାମର୍ଶ ଦେବ। ବିଭିନ୍ନ ପରୀକ୍ଷା ପାଇଁ ପେପର ସେଟିଂ ଏବଂ ଅନ୍ୟାନ୍ୟ ପରୀକ୍ଷା ସମ୍ବନ୍ଧୀୟ ବର୍ତ୍ତମାନର ସୁରକ୍ଷା ପ୍ରୋଟୋକଲ ଯାଞ୍ଚ କରିବା ସହ ବ୍ୟବସ୍ଥାକୁ ଅଧିକ ସୁରକ୍ଷିତ କରିବା ପାଇଁ କମିଟି ସୁପାରିସ କରିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri