Posted inଜାତୀୟ

ଏନ୍‌ଇଇଟି-ପିଜି ସ୍ଥଗିତ: ଖୁବ୍‌ ଶୀଘ୍ର ଘୋଷଣା ହେବ ସାନି ତାରିଖ

ନୂଆଦିଲ୍ଲୀ,୩ା୬: ଚଳିତ ବର୍ଷର ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା-ସ୍ନାତକୋତ୍ତର (ଏନ୍‌ଇଇଟି-ପିଜି)କୁ ସ୍ଥଗିତ ରଖାଯାଇଥିବା ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ଘୋଷଣା କରିଛି। ୨ଟି ଶିଫ୍ଟ ବଦଳରେ ଗୋଟିଏ ଶିଫ୍ଟରେ ଏନ୍‌ଇଇଟି-ପିଜି ପରୀକ୍ଷା କରାଇବା ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଏଭଳି ନିଷ୍ପତ୍ତି ନିଆଯାଇଛି।

ଏନ୍‌ବିଇଏମ୍‌ଏସ୍‌ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ପରୀକ୍ଷା ଗୋଟିଏ ଶିଫ୍ଟରେ ହେବ। ଏଥିପାଇଁ ଅଧିକ ପରୀକ୍ଷା କେନ୍ଦ୍ର ବ୍ୟବସ୍ଥା କରିବାକୁ ଥିବାରୁ ଏନ୍‌ଇଇଟି-ପିଜି ପାଇଁ ସାନି ତାରିଖ ଖୁବ୍‌ ଶୀଘ୍ର ଘୋଷଣା ହେବ ବୋଲି କୁହାଯାଇଛି।

ଦେଶର ଡାକ୍ତରୀ ସ୍ନାତକ ଛାତ୍ରୀଛାତ୍ରଙ୍କୁ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଏହି ପରୀକ୍ଷା ଦେବାକୁ ପଡ଼ିଥାଏ। ଏମ୍‌ଡି, ଏମ୍‌ଏସ୍‌ ଏବଂ ପିଜି ଡିପ୍ଲୋମା ପାଠ୍ୟକ୍ରମ ଲାଗି ଏନ୍‌ଇଇଟି-ପିଜି ପ୍ରବେଶିକା ପରୀକ୍ଷା। ଚଳିତ ବର୍ଷ ଏହି ପରୀକ୍ଷା ଜୁନ୍‌ ୧୫ରେ ୨ଟି ଶିଫ୍ଟରେ କରିବା ପାଇଁ ପୂର୍ବରୁ କାର୍ଯ୍ୟସୂଚୀ ଧାର୍ଯ୍ୟ ହୋଇଥିବା ବେଳେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଏହାକୁ ସ୍ଥଗିତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ପଶ୍ଚିମବଙ୍ଗରେ ଗର୍ଜିଲେ ଦିଦି, ଭାଜପାକୁ ଟାର୍ଗେଟ କରି କହିଲେ ନନଭେଜ୍…..

ନୂଆଦିଲ୍ଲୀ,୨୯।୩:  ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସମସ୍ତ ରାଜନୈତିକ ଦଳ ସେମାନଙ୍କର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଶାସକ ତୃଣମୂଳ କଂଗ୍ରେସ (TMC) ପକ୍ଷରୁ ମୁଖ୍ୟମନ୍ତ୍ରୀ…

ଯୁଦ୍ଧ ଭିତରେ ଭାରତ ବଢାଇଲା ସାହାଯ୍ୟର ହାତ, ଏହି ଦେଶକୁ ଦେଲା ୩୮ହଜାର ମେଟ୍ରିକ ଟନର ପେଟ୍ରୋଲ

ନୂଆଦିଲ୍ଲୀ,୨୯।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ସଂଘର୍ଷ ଯୋଗୁଁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ଏବଂ ଫଳସୱରୂପ ହର୍ମୁଜ ପ୍ରଣାଳୀ ବନ୍ଦ ହେବା ମଧ୍ୟରେ, ଭାରତ…

ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ, କଣ ସବୁ ବଦଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୩: ଆଉ ମାତ୍ର ୨ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଏପ୍ରିଲ ମାସ। ଆସନ୍ତାମାସ ୧ ତାରିଖରୁ, ଡିଜିଟାଲ କାରବାରର ପଦ୍ଧତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ।…

ଏପ୍ରିଲ ୧ରୁ ବଢିଯିବ LPG ସିଲିଣ୍ଡର ରେଟ୍‌? ଯୁଦ୍ଧ ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୯।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ଦେଶବ୍ୟାପୀ ଲକ୍‌ ଡାଉନ ସମ୍ପର୍କରେ ଗୁଜବ ସମ୍ପର୍କରେ ସରକାର ଏକ ଦୃଢ଼ ଏବଂ ସ୍ପଷ୍ଟ…

ବିୟର ବୋତଲ ପର୍ଯ୍ୟନ୍ତ ପହଞ୍ଚିଲାଣି ଯୁଦ୍ଧର ନିଆଁ, ଦେବାକୁ ପଡ଼ିପାରେ ଅଧିକ ଦେୟ

ନୂଆଦିଲ୍ଲୀ,୨୯।୩: ଗ୍ରୀଷ୍ମ ଋତୁ ଆସିଗଲାଣି। ସାଧାରଣତଃ ଗରମ ଋତୁରେ ବିୟରର ବ୍ୟବହାର ବୃଦ୍ଧି ପାଏ। ତଥାପି, ଏଥର, ଭାରତୀୟ ବିୟର ପ୍ରେମୀମାନଙ୍କୁ ଏହି ଋତୁରେ ସେମାନଙ୍କର ତୃଷା…

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri