Posted inଜାତୀୟ

ଏନ୍‌ଇଇଟି-ପିଜି ସ୍ଥଗିତ ହେବନି

ନୂଆଦିଲ୍ଲୀ,୨୮ା୨:ଆସନ୍ତା ମାସ ୫ରେ ହେବାକୁ ଥିବା ଜାତୀୟ ଯୋଗ୍ୟତା ତଥା ପ୍ରବେଶିକ ପରୀକ୍ଷା(ଏନ୍‌ଇଇଟି)-ପିଜି ୨୦୨୩ ସ୍ଥଗିତ ରହିବ ନାହିଁ। ସ୍ଥଗିତାଦେଶ ଲାଗି ହୋଇଥିବା ଆବେଦନ ଉପରେ ହସ୍ତକ୍ଷେପ ନ କରିବାକୁ ସୁପ୍ରିମକୋର୍ଟ ସୋମବାର କହିଛନ୍ତି। ଉକ୍ତ ପ୍ରବେଶିକା ପରୀକ୍ଷା ପାଇଁ ସୋମବାର ଆଡମିଟ୍‌ କାର୍ଡ ଇସ୍ୟୁ ହୋଇସାରିଛି ଏବଂ ଧାର୍ଯ୍ୟ କାର୍ଯ୍ୟସୂଚୀ ଅନୁଯାୟୀ ଜୁଲାଇ ୧୫ରୁ କାଉନ୍‌ସେଲିଂ ଆରମ୍ଭ ହୋଇପାରେ ବୋଲି ଜାତୀୟ ପରୀକ୍ଷା ବୋର୍ଡ (ଏନ୍‌ବିଇ) ତରଫରୁ ଅତିରିକ୍ତ ସଲିସିଟର ଜେନେରାଲ ଐଶ୍ୱର୍ଯ୍ୟା ଭଟି କୋର୍ଟଙ୍କୁ କହିଥିଲେ। ଜଷ୍ଟିସ୍‌ ଏସ୍‌.ଆର୍‌. ଭଟ୍ଟ ଏବଂ ଦୀପଙ୍କର ଦତ୍ତଙ୍କ ଖଣ୍ଡପୀଠଙ୍କୁ ଐଶ୍ୱର୍ଯ୍ୟା କହିଥିଲେ, ପରୀକ୍ଷା ପରିଚାଳନା ଲାଗି ଆମ ବୈଷୟିକ ସହଯୋଗୀଙ୍କୁ ନିକଟ ଭବିଷ୍ୟତରେ ସମୟ ମିଳିବ ନାହିଁ। ଅନ୍ୟ ପକ୍ଷରେ ଇଣ୍ଟର୍ନଶିପ୍‌ ପାଇଁ କଟ୍‌-ଅଫ୍‌ ତାରିଖକୁ ଅଗଷ୍ଟ ୧୧ ଯାଏ ବଢ଼ାଯାଇଥିବାରୁ ପରୀକ୍ଷା ସ୍ଥଗିତ ରଖିବା ସହ ଉକ୍ତ ତାରିଖ ପରେ କାଉନସେଲିଂ କରାଇବାକୁ ପିଟିଶନର ଖଣ୍ଡପୀଠଙ୍କୁ ନିବେଦନ କରିଥିଲେ। ପ୍ରାୟ ୨.୦୯ ଲକ୍ଷ ପିଲା ପରୀକ୍ଷା ପାଇଁ ପଞ୍ଜୀକୃତ ହୋଇଥିବାରୁ ଏହାକୁ ସ୍ଥଗିତ ରଖାଗଲେ ନିକଟ ଭବିଷ୍ୟତରେ ବିକଳ୍ପ ତାରିଖ ଧାର୍ଯ୍ୟ ହୋଇପାରିବ ନାହିଁ ବୋଲି ଗତ ୨୪ ତାରିଖରେ ଏନ୍‌ବିଇ କୋର୍ଟଙ୍କୁ ଜଣାଇଥିଲେ। ଉଭୟ ପକ୍ଷଙ୍କୁ ଶୁଣିବା ପରେ ଖଣ୍ଡପୀଠ ହସ୍ତକ୍ଷେପ କରିବାକୁ ମନା କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ମୋଦି-ରାହୁଲଙ୍କ ମଧ୍ୟରେ ଅଚାନକ ୮୮ ମିନିଟ୍ ଧରି ଚାଲିଲା ବୈଠକ, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୨: ସଂସଦର ଶୀତକାଳୀନ ଅଧିବେଶନ ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ମଧ୍ୟରେ ଏକ ଅଚାନକ ୮୮ ମିନିଟ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri