Posted inଜାତୀୟ

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ:ସାନି ପରୀକ୍ଷା ପାଇଁ କେନ୍ଦ୍ର, ଏନ୍‌ଟିଏକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୨ା୬:ପ୍ରଶ୍ନପତ୍ର ଲିକ୍‌ ଓ ଅସାଧୁ ଉପାୟ ଅବଲମ୍ବନ ଅଭିଯୋଗ ଆଧାରରେ ଏନ୍‌ଇଇଟି-ୟୁଜି ୨୦୨୪କୁ ବାତିଲକରି ସାନି ପରୀକ୍ଷା କରାଇବା ପାଇଁ ହୋଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାର ଏବଂ ପରୀକ୍ଷା ପରିଚାଳକ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ)କୁ ଜବାବ ମାଗିଛନ୍ତି। ପରୀକ୍ଷାର ପବିତ୍ରତା ପ୍ରଭାବିତ ହୋଇଥିବାରୁ ଆମେ ଏହାର ଜବାବ ଚାହୁଁ ବୋଲି ଜଷ୍ଟିସ୍‌ ବିକ୍ରମ ନାଥ ଏବଂ ଅହସାନୁଦ୍ଦିନ ଅମାନୁଲ୍ଲାଙ୍କ ଖଣ୍ଡପୀଠ କହିଛନ୍ତି। ତେବେ ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ କାଉନ୍‌ସେଲିଂ ପ୍ରକ୍ରିୟା ଉପରେ ସ୍ଥଗିତାଦେଶ ଲାଗି ହୋଇଥିବା ଆବେଦନକୁ ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। କାଉନସେଲିଂ ଆରମ୍ଭ ହେବାକୁ ଦିଆଯାଉ। ଆମେ ଏହାକୁ ଅଟକାଇବା ନାହିଁ ବୋଲି ଜଷ୍ଟିସ୍‌ ନାଥ କହିଥିଲେ। ଅଦାଲତ ଖୋଲିବା ପରେ ପିଟିଶନର ପରବର୍ତ୍ତୀ ଶୁଣାଣି ତୁରନ୍ତ ଧାର୍ଯ୍ୟ ହେବ। ତେବେ ଜବାବ ଦାଖଲ ପାଇଁ ଅଧିକ ସମୟ ଆବଶ୍ୟକ ପଡ଼ିଲେ କାଉନସେଲିଂକୁ ରୋକାଯିବ ବୋଲି ଖଣ୍ଡପୀଠ କହିଛନ୍ତି। ଏହା ବ୍ୟତୀତ ବିହାରରେ ପରୀକ୍ଷା ପରିଚାଳନାରେ ଅସାଧୁ ଉପାୟ ଅବଲମ୍ବନ କରାଯାଇଥିବା ଅଭିଯୋଗ ଉପରେ ରାଜ୍ୟ ସରକାରଙ୍କୁ ମଧ୍ୟ ନୋଟିସ ଜାରି ହୋଇଛି। ଏଥିସହିତ ପୂର୍ବରୁ ବିଚାରାଧୀନ ଥିବା ଏନ୍‌ଇଇଟି ସମ୍ପର୍କିତ ଏକ ପିଟିଶନର ଶୁଣାଣି ପାଇଁ ଶିବାଙ୍ଗୀ ମିଶ୍ରା ଓ ଅନ୍ୟ ୯ ଜଣଙ୍କ ଆବେଦନକୁ ଖଣ୍ଡପୀଠ ଗ୍ରହଣ କରି ଏନ୍‌ଟିଏକୁ ଜବାବ ମାଗିଛନ୍ତି। ଗ୍ରୀଷ୍ମାବକାଶ ପରେ ଜୁଲାଇ ୮ରୁ ସୁପ୍ରିମକୋର୍ଟ ନିୟମିତ ଶୁଣାଣି ଆରମ୍ଭ କରିବେ।
ସୂଚନାଯୋଗ୍ୟ, ଗତ ମେ’ ୫ରେ ଚଳିତ ବର୍ଷର ଏନ୍‌ଇଇଟି-ୟୁଜି ପରୀକ୍ଷା ହୋଇଥିବା ବେଳେ ଜୁନ୍‌ ୪ରେ ଲୋକ ସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ଦିନ ତରବରିଆ ଭାବେ ପରୀକ୍ଷା ରେଜଲ୍ଟ ଘୋଷଣା କରାଯାଇଥିଲା। ଜୁନ୍‌ ୧୪ରେ ରେଜଲ୍ଟ ଆସିବା ଆଶା କରାଯାଉଥିବାବେଳେ ୧୦ଦିନ ଆଗରୁ ପ୍ରକାଶ ପାଇବା ନେଇ ସନ୍ଦେହ ପ୍ରକାଶ ପାଇଥିଲା। ଏହା ବ୍ୟତୀତ ପରୀକ୍ଷାରେ ୬୭ ଜଣ ଛାତ୍ରୀଛାତ୍ର ସମ୍ପୂର୍ଣ୍ଣ ୧୦୦ ପ୍ରତିଶତ ନମ୍ବର ରଖି ସର୍ବଭାରତୀୟ ସ୍ତରରେ ପ୍ରଥମ ର଼୍ୟାଙ୍କ ହାସଲ କରିବାକୁ ନେଇ ପ୍ରଶ୍ନ ଉଠିଥିଲା। ଏପରିକି ହରିୟାଣାର ଗୋଟିଏ ପରୀକ୍ଷା କେନ୍ଦ୍ରରୁ ୬ ଜଣ ୭୨୦ରୁ ୭୨୦ ନମ୍ବର ରଖି ର଼୍ୟାଙ୍କ୍‌ ଓ୍ବାନ୍‌ରେ ସ୍ଥାନ ପାଇଥିଲେ। ଏହାକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇବା ସହ ପରୀକ୍ଷାରେ ଅନିୟମିତତା ଓ ଅସାଧୁ ଉପାୟ ଅବଲମ୍ବନ କରାଯାଇଥିବା ଅଭିଯୋଗ ହୋଇଥିଲା।
ମେଡିକାଲ କଲେଜଗୁଡ଼ିକରେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ ୨୦୨୨ରେ ହୋଇଥିବା ଏନ୍‌ଇଇଟି-ପିଜି ପରୀକ୍ଷାରେ ଅନିୟମିତତା ଅଭିଯୋଗ କରି ପ୍ରଶ୍ନପତ୍ର ଓ ଉତ୍ତର ଖାତାଗୁଡ଼ିକ ପ୍ରକାଶ କରିବା ପାଇଁ ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ମଙ୍ଗଳବାର ଖାରଜ କରିଦେଇଛନ୍ତି। ସମୟ ଅତିବାହିତ ହୋଇଥିବାରୁ ଉକ୍ତ ଆବେଦନଗୁଡ଼ିକର କିଛି ମୂଲ୍ୟ ନାହିଁ ବୋଲି ଜଷ୍ଟିସ ନାଥ ଏବଂ ଅମାନୁଲ୍ଲାଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

ଆଲୋଭେରା ଗଛ ଲଗାଇବାରେ କରନ୍ତୁନି ଏପରି ଭୁଲ, ନ ହେଲେ ଘରକୁ ମାଡ଼ିଆସିବ…

ଆଲୋଭେରାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଯଥେଷ୍ଟ ରହିଥିବା ହେତୁ ଅନେକେ ଏହାକୁ ଘରେ ଲଗାଇଥାନ୍ତି। ହେଲେ ଜାଣନ୍ତି କି ବାସ୍ତୁ ଅନୁଯାୟୀ, ଯଦି ଏହି ଗଛକୁ ଠିକ୍‌ ଦିଗରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କରି ଯୁଦ୍ଧ ବନ୍ଦ କରିବାର ସର୍ତ୍ତ ଶୁଣାଇଲେ ଇରାନ ରାଷ୍ଟ୍ରପତି, ଟ୍ରମ୍ପ ଶୁଣିଲେ…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା-ଇସ୍ରାଏଲ ବିବାଦ ମଧ୍ୟରେ, ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କଲ ମାଧ୍ୟମରେ ଏକ ଗୁରୁତ୍ୱପୂର୍ଣ୍ଣ ଅପିଲ କରିଛନ୍ତି। ଯୁଦ୍ଧ ଆରମ୍ଭ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ? ପରମାଣୁ ଆଟାକ୍‌ ନେଇ ଆମେରିକା-ଇସ୍ରାଏଲକୁ ଖୋଲା ଧମକ ଦେଲେ ପୁଟିନ୍‌!

ମସ୍କୋ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ ନେଇଛି। ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ୟୁରାନିୟମ ସମୃଦ୍ଧି କେନ୍ଦ୍ର ନାଟାଞ୍ଜ ଉପରେ ଏକ ଭୟଙ୍କର…

‘ଇରାନକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିଦେଇଛି’, ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବୟାନକୁ ନେଇ ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ,୨୨।୩: ଇରାନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଇରାନ ସମ୍ପର୍କରେ ଏକ…

ପ୍ରକୃତ ଖଳନାୟକ

ଚାହେଁ ଇରାନ ବିଜୟୀ ହେଉ। ବିଜୟର ଅର୍ଥକୁ ଇରାନ ଏହିପରି ପରିଭାଷିତ କରେ: ଇରାନ ଉପରେ ଅନେକ ଦଶନ୍ଧି ଧରି ଆମେରିକା ଲାଗୁକରିଥିବା କଟକଣାକୁ ହଟାଇବା ଦରକାର;…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଇରାନ ବିରୁଦ୍ଧରେ ଏକଜୁଟ୍‌ ହେଲେ ୨୨ଟି ଦେଶ, କହିଲେ ତୁରନ୍ତ ଧମକ ବନ୍ଦ କର, ନଚେତ୍‌…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀର ସଙ୍କଟ ବିଶ୍ୱ ଅର୍ଥନୀତି ପାଇଁ ଏକ ଲାଲ ପତାକା ପାଲଟିଛି। ବ୍ରିଟେନ, ଫ୍ରାନ୍ସ, ଜର୍ମାନୀ, ୟୁଏଇ, ବାହାରିନ, ଜାପାନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri