Posted inଜାତୀୟ

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’ ୩ରେ ଅନୁଷ୍ଠିତ ହୋଇଥିବା ଏନ୍‌ଇଇଟି-ୟୁଜି ପରୀକ୍ଷା ପାଇଁ ଜାତୀୟ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ)ର ପେପର-ସେଟିଂ କମିଟିର ଅଂଶବିଶେଷ ଥିଲେ। ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଶୁକ୍ରବାର ଗିରଫ ହୋଇଥିବା ଅପରାଧର କିଙ୍ଗ୍‌ପିନ୍‌ ରସାୟନ ବିଜ୍ଞାନ ପ୍ରଫେସର ପି.ଭି. କୁଲକର୍ଣ୍ଣି ଓ ଅନ୍ୟ ଅଭିଯୁକ୍ତମାନଙ୍କୁ ଜେରା କରିବା ପରେ ଏହା ଆଧାରରେ ବାୟୋଲୋଜି ଅଧ୍ୟାପିକା ମନୀଷା ମନ୍ଧାରେଙ୍କୁ ଗିରଫ କରାଯାଇଛି।
ମନ୍ଧାରେ ଉକ୍ତ ପରୀକ୍ଷା ପ୍ରକ୍ରିୟାରେ ସମ୍ପୃକ୍ତ ରହିବା ସହ ଏନ୍‌ଟଏ ଦ୍ୱାରା ବିଶେଷଜ୍ଞ ନିଯୁକ୍ତ ହୋଇଥିଲେ। ଉଦ୍ଭିଦ ବିଜ୍ଞାନ ଓ ପ୍ରାଣୀ ବିଜ୍ଞାନ ପ୍ରଶ୍ନପତ୍ର ଦେଖିବା, ପଢ଼ିବା ଓ ବ୍ୟବହାର କରିବାର ସମ୍ପୂର୍ଣ୍ଣ ଅଧିକାର ତାଙ୍କ ପାଖରେ ଥିଲା ବୋଲି ଜଣେ ଅଧିକାରୀ କହିଛନ୍ତି। ପୁଣେର ମନୀଷା ଓ୍ୱାଗ୍‌ମାରେଙ୍କ ଜରିଆରେ ମନ୍ଧାରେ ଗତ ଏପ୍ରିଲରେ ସମ୍ଭାବ୍ୟ ଏନ୍‌ଇଇଟି ପରୀକ୍ଷାର୍ଥୀମାନଙ୍କୁ ଡକାଇଥିଲେ। ସେ ତାଙ୍କ ପୁଣେ ବାସଭବନରେ ସେମାନଙ୍କ ପାଇଁ ସ୍ୱତନ୍ତ୍ର କୋଚିଂ କ୍ଲାସ୍‌ କରିଥିଲେ। ଓ୍ୱାଗମାରେଙ୍କୁ ଗୁରୁବାର ଗିରଫ କରାଯାଇଥିଲା। ମନ୍ଧାରେ ନିର୍ଦ୍ଦିଷ୍ଟ ଛାତ୍ରୀଛାତ୍ରଙ୍କୁ ଲିକ୍‌ ହୋଇଥିବା ପ୍ରଶ୍ନପତ୍ର ଓ ଏହାର ଉତ୍ତର ଡାକିଦେଇଥିଲେ। ଏଥିପାଇଁ ସେ ଛାତ୍ରୀଛାତ୍ରଙ୍କଠାରୁ ଅନେକ ଲକ୍ଷ ଟଙ୍କା ନେଇଥିବା ଅଭିଯୋଗ ହୋଇଛି। ସେ ଡାକିଥିବା ପ୍ରଶ୍ନଗୁଡ଼ିକ ମଧ୍ୟରୁ ଅଧିକାଂଶ ଗତ ୩ ତାରିଖ ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନ ସହ ସମାନ ଥିଲା। ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ ପରେ ଉକ୍ତ ପରୀକ୍ଷାକୁ ବାତିଲ କରାଯାଇଛି ଓ ସାନି ପରୀକ୍ଷା ଜୁନ୍‌ ୨୧ରେ କରିବାକୁ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଲାଟୁରରୁ ଗିରଫ ହୋଇଥିବା କୁଲକର୍ଣ୍ଣି ବହୁବର୍ଡ ହେଲା ଏନ୍‌ଇଇଟି ପ୍ରଶ୍ନପତ୍ର ସେଟିଂ ସହ ସମ୍ପୃକ୍ତ ପ୍ୟାନେଲ୍‌ରେ ରହିଆସିଥିବାରୁ ପରୀକ୍ଷା ସମ୍ପର୍କିତ ଗୋପନୀୟ ବିଷୟରେ ସେ ଅବଗତ ଥିଲେ। ସେ ଏପ୍ରିଲ ଶେଷ ସପ୍ତାହରେ ନିଜ ଘରେ ସ୍ୱତନ୍ତ୍ର କୋଚିଂ କ୍ଲାସ୍‌ କରି ପରୀକ୍ଷା ଆଶାୟୀଙ୍କୁ ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର, ବିକଳ୍ପ ଏବଂ ଉତ୍ତର ଡାକିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରେ ଗୀତ ଗାଇଲେ ମହିଳା ବିଧାୟକ; ହସିଲେ ମୁଖ୍ୟମନ୍ତ୍ରୀ, କହିଲେ….

ଚେନ୍ନାଇ, ୧୯।୮: ତାମିଲନାଡୁରେ ଅଭିନେତାରୁ ରାଜନେତା ହୋଇଥିବା ସି. ଜୋସେଫ ବିଜୟଙ୍କ ସରକାର ବିଧାୟକମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ସମସ୍ତ ବିଧାୟକଙ୍କୁ କାର୍ ମିଳିବା…

୧୦ଟି ୱିକେଟ ନେବା ସତ୍ତ୍ୱେ ମାନବ ସୁଥରଙ୍କୁ କାହିଁକି ମିଳିଲା ନାହିଁ ‘ପ୍ଲେୟାର ଅଫ ଦି ମ୍ୟାଚ’ ପୁରସ୍କାର? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୮: ଗାଲେରେ ଶ୍ରୀଲଙ୍କା ବିପକ୍ଷରେ ପ୍ରଥମ ଟେଷ୍ଟରେ ଭାରତୀୟ ସ୍ପିନ ଅଲରାଉଣ୍ଡର ମାନବ ସୁଥର ୧୦ ୱିକେଟ ନେଇଥିଲେ। ସେ ପ୍ରଥମ ଇନିଂସରେ ୪ ଜଣ ଏବଂ…

ଓଡ଼ିଶା ପାଇଁ ବଡ଼ ରେଲଓ୍ବେ ଭେଟି, ମୋଦି ସରକାର କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (CCEA) ବୈଠକରେ ପ୍ରାୟ ୯,୪୫୦ କୋଟି ଟଙ୍କା ବ୍ୟୟବରାଦରେ ୪ଟି…

ଅଯୋଧ୍ୟା ପ୍ରସାଦ ନାଁରେ ମିଠା ବିକ୍ରି, ଆମାଜନ୍‌କୁ ଏତେ ଲକ୍ଷର ଜୋରିମାନା

ନୂଆଦିଲ୍ଲୀ, ୧୯।୮: ଶ୍ରୀରାମ ମନ୍ଦିର ଅଯୋଧ୍ୟା ପ୍ରସାଦ ନାଁରେ ସାଧାରଣ ମିଠା ବିକ୍ରି କରିବା ଆମାଜନ୍‌କୁ ମହଙ୍ଗା ପଡ଼ିଛି । କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA)…

ଇମ୍ରାନ ଖାନ ନଅ ମାସ ପରେ ପ୍ରଥମ ଥର ପାଇଁ ପତ୍ନୀ ବୁଶରା ବିବି- ଭଉଣୀଙ୍କୁ ଭେଟିଲେ

ଇସଲାମାବାଦ,୧୯।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ପାକିସ୍ତାନ ତେହରିକ-ଏ-ଇନସାଫ (PTI)ର ପ୍ରତିଷ୍ଠାତା ଇମ୍ରାନ ଖାନ ରାୱଲପିଣ୍ଡିର ଆଡିଆଲା ଜେଲରେ ନଅ ମାସ ମଧ୍ୟରେ ପ୍ରଥମ ଥର ପାଇଁ…

ଅପରେସନ୍ ପରେ ପେଟ ଭିତରେ ରହିଗଲା ଗ୍ଲୋଭସ୍-ନାପକିନ୍! ୧୯ ବର୍ଷୀୟା ମା’ଙ୍କ ଅବସ୍ଥା….

ମୁମ୍ବାଇ,୧୯ା୮: ମହାରାଷ୍ଟ୍ରର ବୀଡ୍‌ରୁ ସରକାରୀ ହସ୍ପିଟାଲର ଚିକିତ୍ସା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ୧୯ ବର୍ଷୀୟା ସନ୍ଧ୍ୟା ସୂରଜ ଗାଏକୱାଡ୍‌ ଅଗଷ୍ଟ ୧ ତାରିଖରେ…

କେମିତି ଅପହରଣ ହୋଇଥିଲେ ବ୍ୟବସାୟୀ ଗୁଣ୍ଡା ସାହୁ, ପୋଲିସ କ୍ରାଇମ୍‌ ଭିଡିଓ ଜାରି କରି…

ବଲାଙ୍ଗୀର,୧୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ଘଟଣା ସମ୍ପର୍କିତ କ୍ରାଇମ ଭିଡିଓ ଜାରି କରିଛି ବଲାଙ୍ଗୀର ପୋଲିସ। କିଭଳି ଭାବେ…

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଶିଶୁଙ୍କୁ କାମୁଡ଼ିଲା ସାପ, ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ କର୍ମୀ-ସିଡିପିଓ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ନୀଳକନ୍ଦର ସାହିରେ ରହିଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମଧ୍ୟାହ୍ନରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri