Posted inଜାତୀୟ

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ମାମଲା: ୧୮ ଗିରଫ

ପାଟନା,୧୫ା୬: ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ଲାଗି ଅନୁଷ୍ଠିତ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି)-ୟୁଜି ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ସହ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଥିଲେ ହେଁ କେନ୍ଦ୍ର ସରକାର ଏହାକୁ ଖଣ୍ଡନ କରି ଆସୁଥିଲେ। ତେବେ ପ୍ରଶ୍ନପତ୍ର ଲିକ୍‌ ମାମଲାରେ ବିହାରରୁ ୧୩ ଜଣ ଏବଂ ଗୁଜରାଟର ଗୋଧ୍ରା ସେଣ୍ଟରରୁ ୫ ଜଣଙ୍କୁ ଗିରଫ କରାଯାଇଛି। ଏହାପରେ ପରେ ସରକାରଙ୍କ ମିଛ ପଦାରେ ପଡ଼ିଥିବା ଚର୍ଚ୍ଚା ହେଉଛି।

ବିହାରର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ଲିକ୍‌ ସହ ସମ୍ପୃକ୍ତ ୯ଜଣ ପରୀକ୍ଷାର୍ଥୀଙ୍କୁ ପରୀକ୍ଷା ପର୍ଯ୍ୟବେକ୍ଷକ ୟୁନିଟ୍‌ (ଇଓୟୁ) ନୋଟିସ ପଠାଇଛନ୍ତି। ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗରେ ପୋଲିସ ୪ ପରୀକ୍ଷାର୍ଥୀଙ୍କ ସମେତ ୧୩ ଜଣଙ୍କୁ ଗିରଫ କରିଛି। ୯ଜଣ ଛାତ୍ରୀଛାତ୍ରଙ୍କ ସମ୍ପର୍କରେ ତଥ୍ୟ ଦେବାକୁ ଇଓୟୁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ଏନ୍‌ଟିଏକୁ କହିଥିଲା। ସେମାନଙ୍କ ସହ ଅଭିଭାବକମାନଙ୍କୁ ମଧ୍ୟ ଇଓୟୁ ସମନ କରିଛି। ସାଲଭର ଗ୍ୟାଙ୍ଗ୍‌କୁ ଉକ୍ତ ୧୩ ପରୀକ୍ଷାର୍ଥୀଙ୍କ ରୋଲ୍‌ କୋଡ୍‌ ମିଳିଥିଲା ବୋଲି ପୋଲିସ ତଦନ୍ତରୁ ଜାଣିବାକୁ ପାଇଥିଲା। ଉକ୍ତ ଗ୍ୟାଙ୍ଗ୍‌ ସେମାନଙ୍କୁ ପରୀକ୍ଷା ପୂର୍ବରୁ ଲିକ୍‌ ପ୍ରଶ୍ନପତ୍ର ଯୋଗାଇଥିଲା କି ନାହଁି ତାହାର ତଦନ୍ତ ଜାରି ରହିଛି। ସେହିପରି ଏନ୍‌ଇଇଟି-ୟୁଜିରେ ଅନିୟମିତତା ଅଭିଯୋଗ ଆଧାରରେ ଗୁଜରାଟ ପୋଲିସ ଗୋଧ୍ରାର ଏକ କୋଚିଂ ସେଣ୍ଟର ମୁଖ୍ୟଙ୍କ ସମେତ ୫ ଜଣଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ବାସ୍ଥ୍ୟକର ହେବ ନାହିଁ ଟ୍ରେନ ଖାଦ୍ୟ; ମୂଷା କିମ୍ବା ଅସରପା ଦେଖାଗଲେ ସିଧାସଳଖ ସତର୍କ ସୂଚନା (alert) ପଠାଇବ AI କ୍ୟାମେରା

ସମସ୍ତିପୁର,୨୩।୯: ସମସ୍ତିପୁର ଦେଇ ଯାଉଥିବା ପ୍ରମୁଖ ଟ୍ରେନଗୁଡ଼ିକ (ଯେପରିକି ସ୍ବାଧୀନତା ସେନାନୀ ଏକ୍ସପ୍ରେସ, ବିହାର ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସ, ବୈଶାଳୀ ଏକ୍ସପ୍ରେସ ଏବଂ ବାଗମତୀ ଏକ୍ସପ୍ରେସ)ର ପ୍ୟାଣ୍ଟ୍ରି…

ଡୋନାଲ୍ଡ ଟ୍ରମ୍ପଙ୍କ ପୁଅଙ୍କ ଖର୍ଚ୍ଚର ଯାଞ୍ଚ କରାଯିବ; ତଦନ୍ତ ପାଇଁ ଦାବି କରିଛନ୍ତି ରିପବ୍ଲିକାନ ସିନେଟର୍‌

ଓ୍ବାଶିଂଟନ,୨୩।୯: ୟୁଟାହ ରିପବ୍ଲିକାନ ସେନେଟର ଜନ କର୍ଟିସ ସିନେଟ ନ୍ୟାୟପାଳିକା କମିଟିକୁ ତଦନ୍ତ କରିବାକୁ ଆହ୍ବାନ କରିଛନ୍ତି ଯେ ଡୋନାଲ୍ଡ ଟ୍ରମ୍ପ ଜୁନିଅର ଆର୍ଥିକ ଲାଭ ପାଇଁ…

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ନୂଆ ପ୍ରଦେଶ ପ୍ରଭାରୀ ଘୋଷଣା କଲା ଭାଜପା: ସ୍ମୃତି, ବୈଜୟନ୍ତଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜାଣନ୍ତୁ ଓଡ଼ିଶା ଦାୟିତ୍ୱରେ କିଏ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନରେ ବଡ଼ ଧରଣର ପରିବର୍ତ୍ତନ କରି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ନୂଆ ପ୍ରଦେଶ ପ୍ରଭାରୀ ଓ…

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

ଟି-୨୦ ବୋଲିଂ ରାଙ୍କିଙ୍ଗ୍‌ରେ ହଟଚମଟ: ଦୁନିଆର ନମ୍ବର-୧ ବୋଲର ହେଲେ ପାକିସ୍ତାନର ଏହି ଖେଳାଳି, ଭାରତକୁ ଝଟ୍‌କା!

ନୂଆଦିଲ୍ଲୀ,୨୩।୯: ଆଇସିସି ପକ୍ଷରୁ ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କରାଯାଇଛି। ଏଥିରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପାକିସ୍ତାନର ସ୍ପିନର ଅବରାର ଅହମ୍ମଦ ୭୩୬ ରେଟିଂ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?