ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରି ଯୁବ କଂଗ୍ରେସ…

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଅସନ୍ତୋଷ, ଆନ୍ଦୋଳନ ଥମିବାର ନାଁ ନେଉ ନାହିଁ। ଏହି କ୍ରମରେ ଶନିବାର ବରଗଡ଼ ଜିଲା ଯୁବ କଂଗ୍ରେସ ପକ୍ଷରୁ ସ୍ଥାନୀୟ ଗାନ୍ଧୀଛକରେ ଜିଲା ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ସହିତ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ଯୁବ କଂଗ୍ରେସ କର୍ମୀ ଓ ବରିଷ୍ଠ କଂଗ୍ରେସ ନେତାମାନେ ସ୍ଥାନୀୟ କଂଗ୍ରେସ ଭବନ ପରିସରରୁ ଏକ ରାଲିରେ ବାହାରି ଗାନ୍ଧୀ ଛକରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହା ସହିତ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ନାରାବାଜି କରି ତାଙ୍କ କୁଶପୁତ୍ତଳିକା ଦାହ କରିଥିଲେ।

ଯୁବ କଂଗ୍ରେସ ଜିଲା ସଭାପତି ଅମିତ ଆଚାର୍ଯ୍ୟଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ବିକ୍ଷୋଭ କାର୍ଯ୍ୟକ୍ରମରେ ବରିଷ୍ଠ କଂଗ୍ରେସ ନେତା ନିପନ ଦାଶ, ଟାଉନ କଂଗ୍ରେସ ସଭାପତି ସୁଧୀର ଜେନା, ଏନ୍‌ଏସ୍‌ୟୁଆଇ ରାଜ୍ୟ ଉପସଭାପତି ଗୌରବ ପତି ଆଜାଦ, ବିଧାନସଭା ଯୁବ କଂଗ୍ରେସ ସଭାପତି ନିତିନ ଦାଶ, ରବି ପଣ୍ଡା, ପାଣ୍ଡବ କର୍ଣ୍ଣ, ପପୁ କୁମ୍ଭାର, ମୁନୁ କରା, ପିକୁନ ନାୟକ, ମୁଜ୍ଜାଫର ହୁସେନ, ବିକାଶ ବାହିଦାର, ମାନସ ଦାଶ, ସୁଶୀଲ ହରିପାଲ, ନିଲିମା ଅଗ୍ରଓ୍ବାଲ, ଅନ୍ତ ଟାଣ୍ଡି, ଅର୍ଜୁନ ସାହୁ, ଦେବୁ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?