ନ୍ୟାୟ ନ ମିଳିଲେ ଛାତ୍ର ସଙ୍ଗଠନ ରାସ୍ତାକୁ ଓହ୍ଲାଇବ: ଦେବୀରଞ୍ଜନ

ଭୁବନେଶ୍ୱର,୨୫ା୬(ଅନିଲ ଦାସ): ଏନ୍‌ଇଇଟି(ୟୁଜି) ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ନେଇ ସମଗ୍ର ଦେଶରେ ବିଭିନ୍ନ ଛାତ୍ର ସଙ୍ଗଠନ ଆନ୍ଦୋଳନ ଚଳାଇଛନ୍ତି। ବିରୋଧୀ ଦଳଗୁଡ଼ିକ ମଧ୍ୟ କେନ୍ଦ୍ର ସରକାରଙ୍କୁ ଏହି ପ୍ରସଙ୍ଗରେ ଘେରିଛନ୍ତି। ତେବେ କିଛିଦିନ ଚୁପ୍‌ ରହିବା ପରେ ସୋମବାର ବିଜେଡି ଏନ୍‌ଇଇଟି ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରିଛି। ଛାତ୍ରମାନଙ୍କୁ ଉଚିତ୍‌ ନ୍ୟାୟ ନ ମିଳିଲେ ବିଜେଡି ଛାତ୍ର ସଙ୍ଗଠନ ରାଜରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି। ସୋମବାର ବିଜୁ ଛାତ୍ର ଜନତା ଦଳ ସଭାପତି ତଥା ବିଧାୟକ ଦେବୀରଞ୍ଜନ ତ୍ରିପାଠୀ ଶଙ୍ଖ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ, କେନ୍ଦ୍ର ସରକାର ନିଜର ନୀତି ଓ ଉକ୍ତିରେ ସ୍ପଷ୍ଟତା ରଖନ୍ତୁ। କେବଳ ଏନ୍‌ଟିଏ ଅଧ୍ୟକ୍ଷଙ୍କୁ କାର୍ଯ୍ୟରୁ ନିବୃତ୍ତ କରିଦେଲେ ଚଳିବ ନାହିଁ। ଛାତ୍ର ଜଗତର ଭବିଷ୍ୟତ ଓ ପରୀକ୍ଷାର ସ୍ବଚ୍ଛତା ଉପରେ ପ୍ରଶ୍ନ ଉଠିଛି। ସେମାନଙ୍କ ମନରେ ଯେଉଁ ପ୍ରଶ୍ନ ଉଙ୍କିମାରୁଛି, ସେଥିରେ ସ୍ପଷ୍ଟତା ଆସିବା ଦରକାର। ନ ହେଲେ ଓଡ଼ିଶାର ଛାତ୍ରମାନେ ରାସ୍ତାକୁ ଓହ୍ଲାଇ ଲଢ଼େଇ କରିବା ପାଇଁ ବେଶି ସମୟ ଲାଗିବ ନାହିଁ। କେନ୍ଦ୍ର ସରକାର ଏ ସମ୍ପର୍କରେ ତୁରନ୍ତ ନିଷ୍ପତ୍ତି ନିଅନ୍ତୁ, ନଚେତ୍‌ ସମଗ୍ର ଓଡ଼ିଶାରେ ଏକ ବିରାଟ ଛାତ୍ର ଆନ୍ଦୋଳନ ମୁଣ୍ଡ ଟେକିବ ବୋଲି ଦେବୀରଞ୍ଜନ କହିଛନ୍ତି। ଏନ୍‌ଇଇଟି ହେଉ କିମ୍ବା ୟୁଜିସି-ନେଟ୍‌ ପ୍ରାୟ ୩୪ ଲକ୍ଷ ପିଲାଙ୍କ ଭାଗ୍ୟ ସହିତ ଖେଳାଯାଇଛି। ଏନ୍‌ଟିଏ ଅଧ୍ୟକ୍ଷଙ୍କୁ କେବଳ ହଟାଇ ଦେଲେ ଚଳିବ ନାହିଁ। ଏଥିପାଇଁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦରକାର। ପିଲାମାନେ ଯେଉଁ ବିଶ୍ୱସନୀୟତା ହରାଇଛନ୍ତି ଆଗମୀ ଦିନରେ ଯେପରି ତାହା ଫେରିପାଇବେ ସେ ଦିଗରେ ପଦକ୍ଷେପ ନେବା ଆବଶ୍ୟକ। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଏ ନେଇ ସ୍ପଷ୍ଟତା ଆଣୁନାହାନ୍ତି। କେତେବେଳେ କ୍ୱୋଶ୍ଚିନ ପେପର ଲିକ୍‌ ହୋଇ ନାହିଁ କହୁଥିବା ବେଳେ ଏହା କେବଳ ଲୋକାଲ ଇସ୍ୟୁ ବୋଲି କହୁଛନ୍ତି। ଏହା ସମଗ୍ର ଭାରତ ବର୍ଷର ସମସ୍ୟା ହୋଇଛି। କେବଳ ଜଣେ ଦି’ଜଣଙ୍କୁ ଗିରଫ କରିଦେଲେ ହେବ ନାହିଁ। ଛାତ୍ରମାନଙ୍କର ବିଶ୍ୱସନୀୟତା ଫେରି ପାଇବା ପାଇଁ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?