ଏନ୍‌ଇଇଟି: ସହଯୋଗ ଲୋଡ଼ିଲା ତାମିଲନାଡୁ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଡିଏମ୍‌କେ ସଂସଦୀୟ ଦଳର ଉପନେତା କାନିମୋଝି ବୁଧବାର ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନଙ୍କ ଲିଖିତ ଚିଠି ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଛନ୍ତି। ଏହି ଚିଠିରେ ସର୍ବଭାରତୀୟ ସ୍ତରରେ ହେଉଥିବା ନ୍ୟାଶନାଲ ଏଲିଜିବିିଲିଟି ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି)ରେ ଗରିବ ତଥା ଗ୍ରାମୀଣ ଛାତ୍ରୀଛାତ୍ର ସମ୍ମୁଖୀନ ହେଉଥିବା ସମସ୍ୟା ସମ୍ପର୍କରେ ଉଲ୍ଲେଖ କରାଯାଇଛି। ଏହି ମର୍ମରେ ତାମିଲନାଡୁ ସରକାର ଓଡ଼ିଶା ସରକାରଙ୍କ ସହଯୋଗ ଲୋଡ଼ିଛନ୍ତି।
ସର୍ବଭାରତୀୟ ସ୍ତରରେ ହେଉଥିବା ଏନ୍‌ଇଇଟିକୁ ଗ୍ରାମୀଣ ଛାତ୍ରୀଛାତ୍ର ସାମ୍ନା କରିପାରୁନାହାନ୍ତି। ଏହି ପରୀକ୍ଷାରେ ବିଫଳ ହୋଇ ତାମିଲନାଡୁ ଓ ଅନ୍ୟ ରାଜ୍ୟଗୁଡ଼ିକରେ ଛାତ୍ରୀଛାତ୍ର ଆତ୍ମହତ୍ୟା କରୁଥିବା ଭଳି ଘଟଣା ନଜରକୁ ଆସୁଛି। ଏହି ପରୀକ୍ଷା ପାଇଁ ବ୍ୟାପକ ପ୍ରସ୍ତୁତି ଆବଶ୍ୟକ ହେଉଥିବା ବେଳେ ଏଥିପାଇଁ ଶିକ୍ଷା କ୍ଷେତ୍ରରେ ଆବଶ୍ୟକ ସୁବିଧାସୁଯୋଗ ପାଇବାରୁ ଗ୍ରାମୀଣ ଛାତ୍ରୀଛାତ୍ର ବଞ୍ଚିତ ହେଉଛନ୍ତି। ତେଣୁ ଏହାକୁ ଅନ୍ୟ ପରୀକ୍ଷା ଭଳି ରାଜ୍ୟସ୍ତରୀୟ କରି ଏଥିପାଇଁ ଥିବା ନିୟମକୁ କୋହଳ କରିବାକୁ ତାମିଲନାଡୁ ସରକାର ଦାବି କରିଛନ୍ତି। ଏହାବ୍ୟତୀତ ମେଡିକାଲ କଲେଜରେ ନାମଲେଖା ପାଇଁ ହେଉଥିବା କାଉନ୍‌ସେଲିଂ ସମୟରେ କେନ୍ଦ୍ର ସରକାର ହସ୍ତକ୍ଷେପ ନ କରିବାକୁ ମଧ୍ୟ ଦାବି ହୋଇଛି। ଏ ବାବଦରେ କେନ୍ଦ୍ରକୁ ଜଣାଇଥିଲେ ବି କେନ୍ଦ୍ର ସରକାର ଏହାକୁ ଅଗ୍ରାହ୍ୟ କରି ଦେଇଥିଲେ। ନବୀନ ମଧ୍ୟ ଏ ସଂକ୍ରାନ୍ତରେ କେନ୍ଦ୍ର ସରକାରଙ୍କ ନିକଟରେ ଏଭଳିି ପ୍ରସ୍ତାବ ରଖିଥିଲେ। ଏବେ ଏହି ପ୍ରସ୍ତାବ ଉପରେ ସମର୍ଥନ ବଢ଼ାଇବାକୁ ତାମିଲନାଡୁ ସରକାର ଓଡ଼ିଶା ସରକାରଙ୍କ ସମେତ ଅଣ ଭାଜପା ରାଜ୍ୟ ସରକାରଙ୍କୁ ସମର୍ଥନ ପାଇଁ ଚିଠି ଲେଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri