ଭୁବନେଶ୍ବର,୧୨।୫: NEET- UG ୨୦୨୬ ପରୀକ୍ଷାକୁ NTA ବାତିଲ କରିଛି । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ମେ ୩ ତାରିଖରେ ହୋଇଥିବା ପରୀକ୍ଷା ରଦ୍ଦ କରାଯାଇଛି । ଏହାକୁ ନେଇ ସାରା ଦେଶରେ ବିରୋଧ କରାଯାଉଥିବା ବେଳେ ବର୍ତ୍ତମାନ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ପ୍ରତିକ୍ରିୟା ମଧ୍ୟ ସାମ୍ନାକୁ ଆସିଛି ।
ନବୀନ ପଟ୍ଟନାୟକ ଟ୍ବିଟ କରି କହିଛନ୍ତି, “ଏହା ପରୀକ୍ଷା ବ୍ୟବସ୍ଥାର ସ୍ବଚ୍ଛତା ନେଇ ପିଲାମାନଙ୍କ ବିଶ୍ବାସକୁ କମ୍ କରୁଛି । କେବଳ ଅବହେଳା ନୁହେଁ, ଲକ୍ଷ ଲକ୍ଷ ପରୀକ୍ଷାର୍ଥୀଙ୍କ ପ୍ରତି ବିଶ୍ୱାସଘାତକତା ।NEET ପ୍ରଶ୍ନପତ୍ର ଲିକ୍ ପ୍ରଥମ ଥର ନୁହେଁ, ପୂର୍ବରୁ ବି ହୋଇଛି । ଏହି ଲିକ୍ ପରିଶ୍ରମୀ ପରୀକ୍ଷାର୍ଥୀ ଯେଉଁମାନ ରାତାରାତି ଅନିଦ୍ରା ରହି ପାଠ ପଢୁଥିଲେ ସେମାନଙ୍କ ଭବିଷ୍ୟତକୁ ବିପଦରେ ପକାଉଛି । ଛାତ୍ରୀଛାତ୍ରଙ୍କ ବିଶ୍ୱାସ ଫେରାଇ ଆଣିବା ପାଇଁ ଉତ୍ତରଦାୟିତ୍ୱ ସ୍ଥିର କରାଯାଉ । ବ୍ୟବସ୍ଥା ପ୍ରତ୍ୟେକ ଛାତ୍ରଙ୍କୁ ଆଶ୍ୱସ୍ତ କରିବା ଉଚିତ ଯେ ସେମାନଙ୍କର ଝାଳ ଏବଂ ଦୃଢ଼ତାକୁ କେବେ ବି ଭୁଲ ଦ୍ୱାରା ଦୁର୍ବଳ କରାଯିବ ନାହିଁ।”