Posted inଜାତୀୟ

ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌ର ମାଷ୍ଟରମାଇଣ୍ଡଙ୍କୁ ଗିରଫ କଲା ସିବିଆଇ

ନୂଆଦିଲ୍ଲୀ ,୧୧ା୭: ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌ର କିଙ୍ଗ୍‌ପିନ୍‌ଙ୍କୁ ସିବିଆଇ ପାଟନା ନିକଟରୁ ଗିରଫ କରିଛି। ନାଳନ୍ଦାର ରାକେଶ ରଞ୍ଜନ ଓରଫ ରକି ପ୍ରଶ୍ନପତ୍ର ଲିକ୍‌ ଘଟଣାର ମାଷ୍ଟରମାଇଣ୍ଡ ବୋଲି କୁହାଯାଉଛି। ସିବିଆଇ ତାଙ୍କୁ ଗୁରୁବାର ପାଟନାର ସ୍ବତନ୍ତ୍ର ଅଦାଲତରେ ହାଜର କରାଇବା ପରେ ୧୦ ଦିନ ପାଇଁ ହାଜତକୁ ନେଇଛି।

ପ୍ରବେଶିକା ପରୀକ୍ଷା ଅନିୟମିତତା ମାମଲାରେ ଚଢ଼ାଉ ବେଳେ ରିକି ସିବିଆଇ ରାଡାରରୁ ଖସିଯିବା ପାଇଁ ବାରମ୍ବାର ନିଜର ରହଣି ବଦଳାଉଥିଲା। ସିବିଆଇ ତଦନ୍ତ ଦାୟିତ୍ୱ ନେବାଠାରୁ ତାଙ୍କ ପଛରେ ପଡ଼ିଥିଲା। ଟେକ୍‌ନିକାଲ ସର୍ଭିଲାନ୍ସ ସହାୟତାରେ ତଦନ୍ତକାରୀ ଅଧିକାରୀମାନେ ତାଙ୍କ ପ୍ରକୃତ ଅବସ୍ଥିତି ପାଇବା ପରେ ଗୁରୁବାର ଭୋର ସମୟରେ ଗିରଫ କରିଥିଲେ।

ସପ୍ତାହ ଆରମ୍ଭରେ ସିବିଆଇ ବିହାର ଓ ଝାଡ଼ଖଣ୍ଡର ୧୫ଟି ସ୍ଥାନରେ ଚଢ଼ାଉ କରି ପ୍ରଶ୍ନପତ୍ର ଲିକ୍‌ ସମ୍ପର୍କିତ କେତେକ ଦସ୍ତାବିଜ୍‌ ହସ୍ତଗତ କରିଥିଲା। ଏହି ମାମଲାରେ ସମ୍ପୃକ୍ତ ଝାଡ଼ଖଣ୍ଡ ଓଏସିସ୍‌ ସ୍କୁଲ୍‌ର ପ୍ରିନ୍ସିପାଲ ଓ ଭାଇସ୍‌ ପ୍ରିନ୍ସିପାଲଙ୍କୁ ସିବିଆଇ ପୂର୍ବରୁ ଗିରଫ କରିଥିଲା। ବର୍ତ୍ତମାନ ସୁଦ୍ଧା ତଦନ୍ତକାରୀ ସଂସ୍ଥା ପ୍ରଶ୍ନପତ୍ର ଲିକ୍‌ ମାମଲାରେ ୬ଟି ଏତଲା ଦାଏର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରୁଣ ଚକ୍ରବର୍ତ୍ତୀ ନୁହେଁ, ଫାଇନାଲରେ ଖେଳିବେ ଏହି ଖେଳାଳି! ପ୍ଲେଇଂ ଇଲେଭେନର ନୂଆ ଅପଡେଟ କରୁଛି ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୩: ଫାଇନାଲରେ ବରୁଣ ଚକ୍ରବର୍ତ୍ତୀ ଖେଳିବେ କି ନାହିଁ ତାହା ଏକ ପ୍ରମୁଖ ପ୍ରଶ୍ନ ହୋଇ ରହିଛି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସେ ଚାରି ଓଭରରେ ୬୪ରନ…

ନନ୍ଦପୁରରେ ମିଳିଲାନି ଡିଜେଲ, ପେଟ୍ରୋଲ: ଟାଙ୍କି ବନ୍ଦ

ନନ୍ଦପୁର,୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ୨୩ ପଞ୍ଚାୟତ, ସେମିଳିଗୁଡା ବ୍ଲକର ୪ ଓ ଲମତାପୁଟ ବ୍ଲକର ୪ ପଞ୍ଚାୟତବାସୀ ପାଇଁ ଥିବା…

ବିହାରି ଭାଟି ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି

ନନ୍ଦପୁର, ୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ସଦର ମହକୁମାରେ ଥିବା ବିହାରୀ ମଦ ଭାଟିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ…

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ…

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ

ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ…

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri