Posted inଜାତୀୟ

NEET-UG ୨୦୨୬, ପରୀକ୍ଷା ପାଇଁ ସହର ଆଲର୍ଟମେଣ୍ଟ କଲା NTA

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପରୀକ୍ଷା ଆସନ୍ତା ୨୧ରେ ହେବାକୁ ଯାଉଛି । ଏଥିପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପରୀକ୍ଷା ସହର ଆଲର୍ଟମେଣ୍ଟ କରିଛି । ପରୀକ୍ଷାର୍ଥୀ କେଉଁ ସହରରେ ପରୀକ୍ଷା ଦେବେ ସେନେଇ ୱେବସାଇଟ୍‌ରେ ସୂଚନା ଦିଆଯାଇଛି । ଏଥିପାଇଁ ଛାତ୍ରୀଛାତ୍ର ଆପ୍ଲିକେଶନ ନମ୍ବର ଏବଂ ପାସ୍‌ଓ୍ବାର୍ଡ ସହାୟତାରେ ଓ୍ବେବ୍‌ସାଇଟ୍‌କୁ ଲଗ୍‌ ଇନ୍‌ କରି ସହର ସ୍ଲିପ୍‌ ଦେଖିବା ସହ ଡାଉନ୍‌ଲୋଡ୍‌ କରିପାରିବେ ବୋଲି ଏନ୍‌ଟିଏ ପକ୍ଷରୁ କୁହାଯାଇଛି। neet.nta.nic.in ସାଇଟ୍‌ ଯାଇ ଚେକ୍‌ କରିବାକୁ ପରାମର୍ଶ ଦିଆଯାଇଛି ।

ଭାରତର ୫୫୧ଟି ସହର ଏବଂ ବିଦେଶରେ ୧୪ଟି ସହରରେ ଅପରାହ୍ନ ୨ଟାରୁ ୫ଟା ୧୫ ମଧ୍ୟରେ ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା କାଗଜକଲମରେ ହେବ ବୋଲି ଏନ୍‌ଟିଏ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି। ପରୀକ୍ଷା ସହର ସୂଚନା ସ୍ଲିପ୍‌ ଆଡମିଟ୍‌ କାର୍ଡ ନୁହେଁ । ଏହା କେବଳ ପରୀକ୍ଷାର୍ଥୀମାନଙ୍କୁ ସେମାନଙ୍କ ପରୀକ୍ଷା କେନ୍ଦ୍ର କେଉଁ ସହରରେ ରହିଛି, ତାହା ଜଣାଇବା ପାଇଁ ଉଦ୍ଦିଷ୍ଟ ବୋଲି ଏନ୍‌ଟିଏ ସ୍ପଷ୍ଟ କରିଦେଇଛି। ଆଡମିଟ୍‌ କାର୍ଡ ପରେ ଇସ୍ୟୁ କରାଯିବ ବୋଲି ଏନ୍‌ଟିଏ କହିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍‌ କରି ଚମକାଇଲେ, ଏଣିକି…

ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍‌ ଆଣ୍ଡ୍‌ ଫଲ୍‌’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ…

ଘରେ ଝିଅ ଜନ୍ମ ହେଲେ ଆପଣଙ୍କୁ ମିଳିବ ୨୭ ଲକ୍ଷ ଟଙ୍କା! କରିବାକୁ ହେବ କେବଳ ଏହି କାମ…

ନୂଆଦିଲ୍ଲୀ,୧୧।୯: ଯଦି ଆପଣଙ୍କ ଘରେ ଝିଅ ଜନ୍ମ ହୋଇଛି, ତେବେ ଏବେ ଆପଣ ୨୭ ଲକ୍ଷ ଟଙ୍କା ପାଇପାରିବେ। କେନ୍ଦ୍ର ସରକାରଙ୍କ ଏପରି ଏକ ଯୋଜନା ଅଛି,…

ତାଜ୍‌ରେ ଜିନପିଙ୍ଗ, ITC ର୍ମୌଯ୍ୟରେ ପୁଟିନ: ଗୋଟିଏ ରାତିର ଭଡ଼ା ଜାଣିଲେ ତାଜୁବ ହେବେ…

ନୂଆଦିଲ୍‌ଲୀ,୧୧।୯: ଦିଲ୍ଲୀରେ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ରାଜଧାନୀର ଅନେକ ଅଞ୍ଚଳ ଛାଉଣୀରେ ପରିଣତ ହୋଇଛି। ହୋଟେଲ…

ସମିତିସଭ୍ୟଙ୍କଠାରୁ ସୁନା ଚେନ୍‌ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ, ଆଜି ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୧ା୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ସନ୍ଧ୍ୟାରେ ପାଟପୁର ଥାନା ପି. ରାମଚନ୍ଦ୍ରପୁର ଗ୍ରାମର ବଳରାମ ପ୍ରଧାନ ଓରଫ ବଳିଆଙ୍କୁ ଛିନତାଇ…

ଆନନ୍ଦପୁରରେ ବ୍ୟାଙ୍କ ଧର୍ମଘଟ, ଏସ୍‌ବିଆଇ ସମ୍ମୁଖରେ ବିକ୍ଷୋଭ କରି…

ବଞ୍ଚୋ,୧୧ା୯(ପ୍ରଦୋଷ ବିଶ୍ୱାଳ): ୟୁନାଇଟେଡ୍‌ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସର ଆହ୍ବାନକ୍ରମେ ଶୁକ୍ରବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଳିତ ହୋଇଛି। ଏହାର ପ୍ରଭାବ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ବ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?