Posted inଜାତୀୟ

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଅବଦୁଲ୍ଲା ତାଲିବ ନାମକ ଉକ୍ତ ଛାତ୍ର ପରୀକ୍ଷା ପାଇଁ ନାଗପୁର, ଓ୍ବାର୍ଦ୍ଧା ଏବଂ ଭଣ୍ଡାରା ସେଣ୍ଟର ଚୟନ କରିଥିଲେ ବୋଲି ତାଙ୍କ ବାପା ଡ. ମହମ୍ମଦ ତାଲିବ କହିଛନ୍ତି।

ଶୁକ୍ରବାର ଆଡମିଟ୍‌ କାର୍ଡ ଡାଉନ୍‌ଲୋଡ୍‌ କରିବାରୁ ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ଦେଖି ଆମେ ଆଶ୍ଚର୍ଯ୍ୟ ହୋଇଥିଲୁ। ତୁରନ୍ତ ଏନ୍‌ଟିଏ ନିକଟରେ ଅଭିଯୋଗ କରିବାରୁ ଶନିବାର ଅପରାହ୍ନ ୪ଟା ସୁଦ୍ଧା ପରୀକ୍ଷା କେନ୍ଦ୍ର ବଦଳାଇବା ପାଇଁ ସେମାନେ ପ୍ରତିଶ୍ରୁତି ଦେଇଥିଲେ।

ତଦନୁଯାୟୀ ନାଗପୁରରେ ପରୀକ୍ଷା ଦେବା ନିମନ୍ତେ ଉକ୍ତ ଛାତ୍ରଙ୍କୁ ଶନିବାର ଅପରାହ୍ନରେ ସାନି ଆଡ୍‌ମିଟ୍‌ କାର୍ଡ ଜାରି କରାଯାଇଛି। ଆବୁଧାବି ପରୀକ୍ଷା କେନ୍ଦ୍ରକୁ ନେଇ ଆମେ ବହୁତ ଚିନ୍ତାରେ ଥିବାବେଳେ ଏବେ ଆଶ୍ୱସ୍ତ ହୋଇଛୁ ବୋଲି ମହମ୍ମଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri