Posted inଜାତୀୟ

ପାର୍ଲାମେଣ୍ଟ ଅଭିମୁଖେ ଶୋଭାଯାତ୍ରାରେ ବାହାରିବେ ଛାତ୍ର

ନୂଆଦିଲ୍ଲୀ,୧ା୭: ଏନ୍‌ଇଇଟି-ୟୁଜି ସମେତ ପିଜି ଏବଂ ୟୁଜିସି ନେଟ୍‌ ପରୀକ୍ଷାରେ ହୋଇଥିବା ଅନିୟମିତତା ପ୍ରତିବାଦରେ ଦିଲ୍ଲୀର ଯନ୍ତରମନ୍ତରଠାରେ ଧାରଣାରେ ବସିଥିବା ଛାତ୍ରୀଛାତ୍ର ସେମାନଙ୍କ ଦାବିକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ଚାପ ପକାଇବା ପାଇଁ ମଙ୍ଗଳବାର ପାର୍ଲାମେଣ୍ଟ ଅଭିମୁଖେ ଶୋଭାଯାତ୍ରାରେ ଯିବେ। ଛାତ୍ରୀଛାତ୍ରଙ୍କ ଅନିର୍ଦ୍ଦିଷ୍ଟ କାଳ ଧାରଣା ସୋମବାର ଷଷ୍ଠ ଦିନରେ ପହଞ୍ଚିଛି।

ପରୀକ୍ଷା ଦୁର୍ନୀତିକୁ ନେଇ ‘ଇଣ୍ଡିଆ ଏଗେନେଷ୍ଟ ଏନ୍‌ଟିଏ’ ବ୍ୟାନରରେ ସେମାନେ ଧାରଣା ଜାରି ରଖିଛନ୍ତି। ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେଣ୍ଟ(ଏନ୍‌ଟିଏ)କୁ ବ୍ୟାନ୍‌ କରିବା ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ସେମାନେ ଦାବି କରିବା ସହ ସମସ୍ତଙ୍କ ପାଇଁ ଏନ୍‌ଇଇଟି-ୟୁଜି ପରୀକ୍ଷା ପୁନର୍ବାର କରାଇବା ଦାବିରେ ଅଡ଼ିବସିଛନ୍ତି। ଏଥିସହିତ ବିଶ୍ୱବିଦ୍ୟାଳୟ ପାଇଁ ଉଦ୍ଦିଷ୍ଟ ପୁରୁଣା ପ୍ରବେଶିକ ପରୀକ୍ଷା ବ୍ୟବସ୍ଥା ଲାଗୁ କରିବାକୁ ଦାବି ହୋଇଛି। ଆନ୍ଦୋଳନରେ ସାମିଲ ହୋଇଥିବା ଛାତ୍ର ସଂଗଠନ ମଧ୍ୟରେ ଏଆଇଏସ୍‌ଏ ଏବଂ ଦିଲ୍ଲୀ ୟୁନିଭର୍ସିଟିର କଓ୍ବୋଇଏସ୍‌ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେଡ୍‌ ନୁହେଁ, ଟ୍ରାପ୍‌ ଡିଲ୍‌: କଂଗ୍ରେସ

ନୂଆଦିଲ୍ଲୀ,୭ା୨: ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା, ପୂର୍ବତନ ସେନାମୁଖ୍ୟ ଏମ୍‌.ଏମ୍‌. ନରଓ୍ବଣେଙ୍କ ଅପ୍ରକାଶିତ ପୁସ୍ତକର ବିବାଦୀୟ ପ୍ରସଙ୍ଗ ଏବଂ ବିରୋଧୀ ଦଳର ୮ ଏମ୍‌ପିଙ୍କ ନିଲମ୍ବନକୁ ବିରୋଧ…

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଢାଞ୍ଚା ପ୍ରକାଶିତ, କୃଷକ, ମତ୍ସ୍ୟଜୀବୀଙ୍କ ପାଇଁ…

ନୂଆଦିଲ୍ଲୀ,୭।୨: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏବେ ଜିନିଷଗୁଡ଼ିକ ସ୍ପଷ୍ଟ ହୋଇଯାଇଛି। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ…

ନାବାଳିକାଙ୍କୁ କୁରକୁରି, ଚକଲେଟ ଦେଖାଇ ଏକ ନିଛାଟିଆ ସ୍ଥାନକୁ ଡାକିନେଲେ ବୃଦ୍ଧ, ତା’ପରେ…

ଖୁଣ୍ଟୁଣୀ,୭l୨(ସଚ୍ଚିଦାନନ୍ଦ ପଣ୍ଡା): ଜଣେ ନାବାଳିକା ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଉଦ୍ୟମ କରିବା ଅଭିଯୋଗରେ ଖୁଣ୍ଟୁଣୀ ଥାନା ପୋଲିସ ଶୁକ୍ରବାର ରାଧାଦାମୋଦରପୁର (କଣ୍ଟାବନ୍ଧ) ଗ୍ରାମର ଗଗନ ବିହାରୀ…

ଆରମ୍ଭ ହେଲା ପ୍ରେମ ସପ୍ତାହ…ଆଜି ରୋଜ୍‌ ଡେ’

ଭୁବନେଶ୍ୱର,୭/୨ (ସୌମ୍ୟରଞ୍ଜନ ରାଉତ):ଫେବୃଆରୀ ୧୪, ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଓ ପ୍ରେମୀଯୁଗଳଙ୍କ ପାଇଁ ଖାସ୍‌ ଦିନଟିଏ। ଅନ୍ୟମାନଙ୍କ ପାଇଁ ହୁଏତ ଏହି ଦିନଟି ସାଧାରଣ, ହେଲେ ପ୍ରେମୀମାନଙ୍କ…

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri