ଘୁମୁସର ବନଖଣ୍ଡରେ ୭୬ ହାତୀପଲ ଘର ଭାଙ୍ଗିଲେ, ନର୍ସରୀ ନଷ୍ଟକଲେ

ଭଞ୍ଜନଗର,୨୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଶୁକ୍ରବାର ସୁଦ୍ଧା ୬୭ଟି ହାତୀ ଥିବା ବେଳେ ଘୁମୁସର ଦକ୍ଷିଣ ବନଖଣ୍ଡରେ ୯ଟି ହାତୀ ଥିବା ଜଣାପଡିଛି। ହାତୀପଲ ସାହେଲେ ଜଙ୍ଗଲରୁ ବାହାରି ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମ ଗୁଡିକରେ ପଶି ଫସଲ ସମେତ ବିଭିନ୍ନ କ୍ଷତି କରୁଛନ୍ତି। ପରେ ଜଙ୍ଗଲକୁ ଫେରି ଯାଉଛନ୍ତି। ଏହିଭଳି ଶୁକ୍ରବାର ସକାଳେ ଏକ ୨୫ ଟିକିଆ ହାତୀପଲ ଜଙ୍ଗଲକୁ ଫେରିଯିବା ପୂର୍ବରୁ ଘୁମୁସର ଉତ୍ତର ବନଖଣ୍ଡ ଗାଲେରୀ ରେଞ୍ଜ ରାଣିକିଆରି ନର୍ସରୀ ଭିତରେ ପଶି ବହୁ ଚାରା ନଷ୍ଟ କରିଦେଇଛନ୍ତି। ଏଥିସହ ନର୍ସରୀ ନିକଟରେ ଥିବା ଏକ ଘରକୁ ମଧ୍ୟ ଭାଙ୍ଗି ଦେଇଛନ୍ତି। ଏହା ପୁର୍ବରୁ ମୁଜାଗଡ଼ ରେଞ୍ଜ ଦଦରାଲୁଣ୍ଡାଧରେ ଥିବା ଏକ ଗୋଖାଦ୍ୟ ଗୋଦାମକୁ ବୁଧବାର ରାତିରେ ଭାଙ୍ଗି ବ୍ୟାପକ ନଷ୍ଟ କରିଥିଲେ। ଏ ନେଇ ଗାଲେରୀ ରେଞ୍ଜର ଆଶାଲତା ଦିଗାଲଙ୍କ ମତାମତ ନେବା ପାଇଁ ଉଦ୍ୟମ କରାଯାଇଥିଲା କିନ୍ତୁ ସେ ଫୋନ ନ ଉଠାଇବାରୁ ତାଙ୍କର ମତାମତ ନିଆଯାଇ ପାରିନାହିଁ। ଡିଏଫଓ ହିମାଂଶୁ ଶେଖର ମହାନ୍ତିଙ୍କ ସହ ଯୋଗାଯୋଗ କରିବାରୁ ସେ ଏଠାରେ କହିଛନ୍ତି ଯେ ବନ୍ୟପ୍ରାଣୀ ଏବଂ ମଣିଷ ଉଭୟ କିଭଳି ସୁରକ୍ଷିତ ରହିପାରିବେ ସେଥିପାଇଁ ବିଭାଗୀୟ କର୍ମଚାରୀ ଚେଷ୍ଟିତ। ହାତୀକୁ ଘଉଡ଼ା ଯାଉଛି। ଯେଉଁ ମାନଙ୍କ ଫସଲ କ୍ଷତି ହେଉଛି ସେମାନଙ୍କୁ ତୁରନ୍ତ କ୍ଷତିପୂରଣ ସହାୟତା ଦେବା ବ୍ୟବସ୍ଥା ହେଉଛି। ଏଥିସହ ଜଙ୍ଗଲ ଆଇନ ସଂପର୍କରେ ଲୋକଙ୍କୁ ସଚେତନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri