Posted inଖେଳ

ପଦକ ପକ୍କା କଲେ ନୀତୁ

ନୂଆଦିଲ୍ଳୀ,୨୩ା୩(ପି.ଟି): ନୂଆଦିଲ୍ଲୀରେ ଅନୁଷ୍ଠିତ ବିଶ୍ୱ ମହିଳା ବକ୍ସିଂ ଚାମ୍ପିୟନଶିପ୍‌ରେ ଭାରତ ପାଇଁ ପ୍ରଥମ ପଦକ ପକ୍କା କରିଛନ୍ତି ନୀତୁ ଘଂଘାସ। ୪୮ କିଗ୍ରା ବର୍ଗରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ନୀତୁ ପ୍ରଥମ ଖେଳାଳି ଭାବରେ ସେମିଫାଇନାଲରେ ପ୍ରବେଶ କରିଥିବା ବେଳେ ଅନ୍ୟୁନ ବ୍ରୋଞ୍ଜ ପଦକ ନିଶ୍ଚିତ କରିଛନ୍ତି।

୨୨ ବର୍ଷୀୟା ହରିୟାଣାର ଏହି ବକ୍ସର ଆକ୍ରମଣାତ୍ମକ ପ୍ରଦର୍ଶନ କରିଥିବା ବେଳେ ଦ୍ୱିତୀୟ ରାଉଣ୍ଡରେ ମ୍ୟାଚ୍‌ ଜିତି ନେଇଥିଲେ। ନୀତୁଙ୍କ ପ୍ରଦର୍ଶନ ଏତେ ଭୟଙ୍କର ରହିଥିଲା ଯେ ଦ୍ୱିତୀୟ ରାଉଣ୍ଡରେ ହିଁ ଆରଏସ୍‌ସି(ରେଫରି ଷ୍ଟପ୍‌ସ କଣ୍ଟେଷ୍ଟ) ବଳରେ ସେ ବିଜୟୀ ହୋଇଥିଲେ। କ୍ୱାର୍ଟର ଫାଇନାଲରେ ନୀତୁ ଜାପାନର ମାଡୋକା ଓ୍ବାଡାଙ୍କୁ ପରାସ୍ତ କରି ପଦକ ପକ୍କା କରିଛନ୍ତି । ବୁଧବାର ମ୍ୟାଚ୍‌ ଆରମ୍ଭରୁ ପଞ୍ଚ ପରେ ପଞ୍ଚ ମାରି ସେ ବିପକ୍ଷ ଖେଳାଳିଙ୍କୁ ଚାପରେ ରଖିଥିଲେ। ଏହାପରେ ଦ୍ୱିତୀୟ ରାଉଣ୍ଡରେ ରେଫରୀ ହିଁ ତାଙ୍କୁ ବିଜୟୀ ଘୋଷିତ କରିଥିଲେ। ଚଳିତ ଟୁର୍ନାମେଣ୍ଟରେ ନୀତୁ ନିଜର ସମସ୍ତ ମ୍ୟାଚ୍‌ ଆରଏସ୍‌ସି ବଳରେ ବିଜୟୀ ହୋଇଛନ୍ତି। ନୀତୁଙ୍କ ବ୍ୟତିତ ନିଖତ ଜରିନ୍‌(୫୦), ସାକ୍ଷୀ ଚୌଧାରୀ(୫୨), ମନୀଷା ମାଉଁ(୫୭), ଜସ୍ମିନ୍‌ ଲମ୍ବୋରିଆ(୬୦), ଲଭଲିନା ବୋର୍ଗୋହେନ୍‌(୭୫), ସାଓ୍ବିତି ବୁରା(୮୧ କିଗ୍ରା) ଓ ନୂପୁର ସିଓରାନ(୮୧+ କିଗ୍ରା) କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼ରେ ଗର୍ଜନ କରୁଥିଲା ୧୨ ଫୁଟ ଲମ୍ବର ଅହିରାଜ, ଯୁବକ ଦେଖିବା ପରେ…

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୩ ନଂ ଓ୍ବାର୍ଡ ପିଏଚ୍‌ଡି ରୋଡ୍‌ କେନାଲ କଡ଼ ମୋବାଇଲ ଟାଓ୍ବାର ନିକଟରୁ୍‌ ପ୍ରାୟ ୧୨ ଫୁଟ…

ପାଣି ଘେରରେ ତେରେସିଂହା ବସ୍ତି ସ୍କୁଲ-ଅଙ୍ଗନବାଡି କେନ୍ଦ୍ର: ଅସ୍ବାସ୍ଥ୍ୟକର ପରିବେଶରେ ଚାଲିଛି ପାଠପଢା

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକର ତେରେସିଂହା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନାହିଁ ନ ଥିବା ଅସୁବିଧା ଦେଖିବାକୁ ମିଳୁଛି I ବିଦ୍ୟାଳୟ…

ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ଫାଇବର ବୋଝେଇ ପିକ୍‌ଅପ୍‌

ମୋହନା,୭ା୮(ମନ୍ମଥ ମିଶ୍ର): ପୁଣି ଭୀମଦଲି ଘାଟିରେ ଭାରସାମ୍ୟ ହରାଇ ଏକ ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିପଡ଼ିଛି ପିକ୍‌ଅପ୍‌। ଦୁର୍ଘଟଣାରେ ଡ୍ରାଇଭର ଆହତ ହୋଇଥିବା ବେଳେ…

ମୋହନ ଭାଗବତ Gen Zଙ୍କୁ ନେଇ ଦେଇଥିବା ବୟାନ ପରେ ରାଜନୀତି ହେଲା ସରଗରମ, ଏବେ RSS ମୁଖ୍ୟ କହିଲେ: ‘ଏହା ଉନ୍ନତି ପାଇଁ…’

ନୂଆଦିଲ୍ଲୀ,୭।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ ସଂରକ୍ଷଣ ସ୍ଥାୟୀ ବ୍ୟବସ୍ଥା…

ମୋ ସମୁଦିଙ୍କୁ ଫାଶୀ ଦେଇଦିଅ…କାନ୍ଦି କାନ୍ଦି ଏମିତି କାହିଁକି କହିଲେ ଭାଜପା ବିଧାୟକ

ଲକ୍ଷ୍ନୌ,୭।୮: ୟୁପିରେ ଜଣେ ଭାଜପା ବିଧାୟକଙ୍କ ସମୁଦି ଅନୁଜ ତ୍ରିବେଦୀ ଏବଂ ଜ୍ୱାଇଁଙ୍କ ନାଁରେ ମିଥ୍ୟା ପ୍ରଲୋଭନରେ ବିବାହ କରି ମହିଳାଙ୍କୁ ଠକିବା ଏବଂ ନଗଦ ଟଙ୍କା…

ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଲେ ଶିକ୍ଷକ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ କମିଟି ପକ୍ଷରୁ ଶୁକ୍ରବାର ବିଭିନ୍ନ ଦାବି ନେଇ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟଠାରେ…

ଓଡ଼ିଶାକୁ ସତର୍କ କରାଇଲା ଭାରତୀୟ ପାଣିପାଗ ବିଭାଗ, ୧୨ ତାରିଖରେ ହେବ…

ଭୁବନେଶ୍ୱର,୭ା୮: ଭାରତୀୟ ପାଣିପାଗ ବିଭାଗ ଓଡ଼ିଶାକୁ ସତର୍କ ସୂଚନା ଜାରି କରିଛି। ଆସନ୍ତା ୧୨ ତାରିଖ ବେଳକୁ ବଙ୍ଗୋପସାଗରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର…

‘କିସିଂ ସିନକୁ ନେଇ ଉଠିଲା ବିବାଦ’: ପବନ ସିଂହଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ କାଜଲ ରାଘୱାନୀ

ଚେନ୍ନାଇ,୭।୮: କଲର୍ସ ଟିଭିର ନୂଆ ରିଆଲିଟି ଶୋ’ ‘ଭୋଜପୁରୀ ବାୱଲ’ ନିରନ୍ତର ଚର୍ଚ୍ଚାରେ ରହିଛି। ଏହି ଶୋ’ରେ ଭୋଜପୁରୀ ଇଣ୍ଡଷ୍ଟ୍ରିର ଅନେକ ବଡ଼ ତାରକା ଅଛନ୍ତି, ଯେଉଁମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri