ଭୁବନେଶ୍ୱର, ୬।୧(ବ୍ୟୁରୋ): ଆସନ୍ତା ୧୧ତାରିଖରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଉତ୍କଳ ବିଶ୍ୱବିଦ୍ୟାଳୟର ହଷ୍ଟେଲ ଅନ୍ତେବାସୀଙ୍କ ପାଇଁ କୋଭିଡ୍ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି। ମଙ୍ଗଳବାର ବିଶ୍ୱବିଦ୍ୟାଳୟର ପିଜି କାଉନସିଲ ହଲ୍ରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ସବିତା ଆଚାର୍ଯ୍ୟ କହିଛନ୍ତି ଯେ, ହଷ୍ଟେଲ ପିଲାଙ୍କ ପାଇଁ କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି। ୩ଦିନ ତଳର କୋଭିଡ ନେଗେଟିଭ୍ ରିପୋର୍ଟ ଦେଖାଇଲେ ହଷ୍ଟେଲରେ ରହିବାକୁ ଅନୁମତି ମିଳିବ। ଯେଉଁମାନଙ୍କ ପାଖରେ ଟେଷ୍ଟ ରିପୋର୍ଟ ନ ଥିବ ସେମାନଙ୍କ ପାଇଁ କ୍ୟାମ୍ପସରେ ଏକ କୋଭିଡ୍ ଟେଷ୍ଟ କ୍ୟାମ୍ପ ଖୋଲାଯିବ। ସେଠାରେ ମାଗଣାରେ ଟେଷ୍ଟ କରାଯାଇ ଛଡ଼ାଯିବ। ପୁରା କ୍ୟାମ୍ପସକୁ ବିଶୋଧନ କରାଯିବ। କୋଭିଡ ନିୟମ ପାଳନ ସହ ଶିକ୍ଷାଦାନ କରାଯିବ। ଏ ନେଇ ସମସ୍ତ ବିଭାଗୀୟ ମୁଖ୍ୟ ଓ ହଷ୍ଟେଲ ସୁପରିଣ୍ଟେଣ୍ଡେଣ୍ଟଙ୍କ ସହ ଆଲୋଚନା କରାଯାଇଥିବା କୁଳପତି କହିଛନ୍ତି। ସେହିପରି ରମାଦେବୀ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ଖୋଲିବା ନେଇ କୁଳପତି ଅପରାଜିତା ଚୌଧୁରୀ କହିଛନ୍ତି ଯେ, ଯୁକ୍ତ୨ କଲେଜ, ୟୁଜି ଓ ପିଜି ଗୋଟିଏ କ୍ୟାମ୍ପସରେ ରହିଛି। ସେଥିପାଇଁ କ୍ଲାସରୁମ୍, ହଷ୍ଟେଲକୁ ବିଶୋଧନ କରାଯାଉଛି। ମନ୍ଦିରକୁ ଯିବା ପାଇଁ ଯେପରି କୋଭିଡ୍ ନେଗେଟିଭ ରିପୋର୍ଟ ଆବଶ୍ୟକ ସେହିପରି ଆମ ବିଦ୍ୟାମନ୍ଦିରକୁ ଛାତ୍ରୀ ଆସିବା ବେଳେ କୋଭିଡ୍ ନେଗେଟିଭ ରିପୋର୍ଟ ଆଣିବା ନେଇ ଚିନ୍ତା କରାଯାଉଛି। ବୁଧବାର ଏ ସଂକ୍ରାନ୍ତରେ ଚୂଡ଼ାନ୍ତ ଏସ୍ଓପି ପ୍ରକାଶ ପାଇବ।
ପୂର୍ବତନ ବିଧାୟକ, ପୂର୍ବତନ ଏମ୍ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ
ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…
କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ
ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…
ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?
ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…
କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….
କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…
ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…
ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…
ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ
ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…
କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….
ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…
ରନ୍ଧନ ଗ୍ୟାସ୍ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ
ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍ ସମୟରେ ଗ୍ୟାସ୍ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…
Archives

