Posted inରାଜ୍ୟ

ହଷ୍ଟେଲ ପିଲାଙ୍କ ପାଇଁ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ

ଭୁବନେଶ୍ୱର, ୬।୧(ବ୍ୟୁରୋ): ଆସନ୍ତା ୧୧ତାରିଖରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଉତ୍କଳ ବିଶ୍ୱବିଦ୍ୟାଳୟର ହଷ୍ଟେଲ ଅନ୍ତେବାସୀଙ୍କ ପାଇଁ କୋଭିଡ୍‌ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି। ମଙ୍ଗଳବାର ବିଶ୍ୱବିଦ୍ୟାଳୟର ପିଜି କାଉନସିଲ ହଲ୍‌ରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ସବିତା ଆଚାର୍ଯ୍ୟ କହିଛନ୍ତି ଯେ, ହଷ୍ଟେଲ ପିଲାଙ୍କ ପାଇଁ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି। ୩ଦିନ ତଳର କୋଭିଡ ନେଗେଟିଭ୍‌ ରିପୋର୍ଟ ଦେଖାଇଲେ ହଷ୍ଟେଲରେ ରହିବାକୁ ଅନୁମତି ମିଳିବ। ଯେଉଁମାନଙ୍କ ପାଖରେ ଟେଷ୍ଟ ରିପୋର୍ଟ ନ ଥିବ ସେମାନଙ୍କ ପାଇଁ କ୍ୟାମ୍ପସରେ ଏକ କୋଭିଡ୍‌ ଟେଷ୍ଟ କ୍ୟାମ୍ପ ଖୋଲାଯିବ। ସେଠାରେ ମାଗଣାରେ ଟେଷ୍ଟ କରାଯାଇ ଛଡ଼ାଯିବ। ପୁରା କ୍ୟାମ୍ପସକୁ ବିଶୋଧନ କରାଯିବ। କୋଭିଡ ନିୟମ ପାଳନ ସହ ଶିକ୍ଷାଦାନ କରାଯିବ। ଏ ନେଇ ସମସ୍ତ ବିଭାଗୀୟ ମୁଖ୍ୟ ଓ ହଷ୍ଟେଲ ସୁପରିଣ୍ଟେଣ୍ଡେଣ୍ଟଙ୍କ ସହ ଆଲୋଚନା କରାଯାଇଥିବା କୁଳପତି କହିଛନ୍ତି। ସେହିପରି ରମାଦେବୀ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ଖୋଲିବା ନେଇ କୁଳପତି ଅପରାଜିତା ଚୌଧୁରୀ କହିଛନ୍ତି ଯେ, ଯୁକ୍ତ୨ କଲେଜ, ୟୁଜି ଓ ପିଜି ଗୋଟିଏ କ୍ୟାମ୍ପସରେ ରହିଛି। ସେଥିପାଇଁ କ୍ଲାସରୁମ୍‌, ହଷ୍ଟେଲକୁ ବିଶୋଧନ କରାଯାଉଛି। ମନ୍ଦିରକୁ ଯିବା ପାଇଁ ଯେପରି କୋଭିଡ୍‌ ନେଗେଟିଭ ରିପୋର୍ଟ ଆବଶ୍ୟକ ସେହିପରି ଆମ ବିଦ୍ୟାମନ୍ଦିରକୁ ଛାତ୍ରୀ ଆସିବା ବେଳେ କୋଭିଡ୍‌ ନେଗେଟିଭ ରିପୋର୍ଟ ଆଣିବା ନେଇ ଚିନ୍ତା କରାଯାଉଛି। ବୁଧବାର ଏ ସଂକ୍ରାନ୍ତରେ ଚୂଡ଼ାନ୍ତ ଏସ୍‌ଓପି ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri