Posted inଖେଳ

ନେଗେଟିଭ୍‌ ହେଲେ ଜୋକୋଭିଚ୍‌

ବେଲଗ୍ରେଡ୍‌, ୩ା୭ (ଏପି)-ଦଶ ଦିନ ପୂର୍ବେ କରୋନା ଭାଇରସ୍‌ରେ ସଂକ୍ରମିତ ହୋଇଥିବା ଷ୍ଟାର ଟେନିସ୍‌ ଖେଳାଳି ନୋଭାକ୍‌ ଜୋକୋଭିଚ୍‌ ଏବଂ ତାଙ୍କ ସ୍ତ୍ରୀ ଜେଲେନା ରୋଗମୁକ୍ତ ହୋଇଛନ୍ତି। କୋଭିଡ୍‌-୧୯ ଟେଷ୍ଟରେ ସେମାନଙ୍କର ନେଗେଟିଭ୍‌ ଆସିଥିବା ଜୋକୋଭିଚ୍‌ଙ୍କ ମିଡିଆ ଟିମ୍‌ କହିିଛି। ସର୍ବିୟା ଓ କ୍ରୋଏସିଆରେ ଅନୁଷ୍ଠିତ ଏକ ପ୍ରଦର୍ଶନୀ ସିରିଜରେ ଖେଳିବା ପରେ ଏହି ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ଖେଳାଳି କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିଥିଲା। ବେଲ୍‌ଗ୍ରେଡ୍‌ ଏବଂ କ୍ରୋଏସିଆର ଜାଡାରଠାରେ ମ୍ୟାଚ ଖେଳାଯାଉଥିବାବେଳେ ସାମାଜିକ ଦୂରତ୍ୱ ନିୟମକୁ କେହି ମାନୁ ନ ଥିବା ଲକ୍ଷ୍ୟ କରାଯାଇଥିଲା। ଜୋକୋଭିଚ୍‌ ଓ ତାଙ୍କ ସ୍ତ୍ରୀ ଜେଲେନାଙ୍କ ନିକଟରେ କୌଣସି ଲକ୍ଷଣ ଦେଖାଯାଇ ନ ଥିଲେ ମଧ୍ୟ କୋଭିଡ୍‌-୧୯ ଟେଷ୍ଟରେ ପିଜିଟିଭ୍‌ ଆସିଥିଲା। ଉଭୟେ ସର୍ବୀୟ ରାଜଧାନୀରେ ସେଲ୍‌ଫ ଆଇସୋଲେଶନରେ ରହିଥିଲେ। ବେଲଗ୍ରେଡ୍‌ ଓ ଜାଦାରଠାରେ ମ୍ୟାଚ ଖେଳି କେବଳ ଜୋକୋଭିଚ୍‌ ନୁହନ୍ତି ଅନ୍ୟ ୩ ଖେଳାଳି ୩ ଥର ଗ୍ରାଣ୍ଡସ୍ଲାମ୍‌ ସେମିଫାଇନାଲିଷ୍ଟ ଗ୍ରିଗୋର ଦିମିତ୍ରୋଭ୍‌, ବୋର୍ନା କୋରିକ୍‌ ଏବଂ ଭିକ୍ଟର ତ୍ରୋଇସିକ୍‌ କରୋନା ଭାଇରସ୍‌ର ଶିକାର ହୋଇଥିଲେ। ଏପରିକି ଜୋକୋଭିଚ୍‌ଙ୍କ କୋଚ୍‌ ଗୋରାନ୍‌ ଇଭାନିସେଭିଚ୍‌ ମଧ୍ୟ କରୋନାରେ ସଂକ୍ରମିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

ଗୌତମ ଗମ୍ଭୀରଙ୍କର ହେବ ନାହିଁ କୌଣସି କ୍ଷତି, ସମର୍ଥନରେ ବାହାରିଲେ ବିସିସିଆଇ ଅଧିକାରୀ

ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri