ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ପରେ ବି ଅବହେଳା

ଖଣ୍ଡପଡ଼ା,୨୬ା୧୨(ଡି.ଏନ.ଏ.): ଗତ ୪ ବର୍ଷ ତଳେ ନୟାଗଡ଼ ଜିଲା କୋସକା ପଞ୍ଚାୟତସ୍ଥିତ ଯୋଗୀଯୋଗିଆଣୀ ବୌଦ୍ଧ ପୀଠକୁ ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ପ୍ରଦାନ କରିଥିଲେ। ଏହି ପୀଠର ଉନ୍ନତି ତଥା ପର୍ଯ୍ୟଟକଙ୍କ ସୁବିଧା ପାଇଁ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି ଲୋକେ ଆଶା ବାନ୍ଧି ଥିଲେ। ହେଲେ ଆଜି ପର୍ଯ୍ୟନ୍ତ ସେହି ପୀଠ ଅବହେଳିତ ଭାବେ ପଡିରହିଛି। ଏହି ପୀଠକୁ ଆସୁଥିବା ପର୍ଯ୍ୟଟକମାନଙ୍କ ସୁବିଧା ଓ ସୁରକ୍ଷା ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି।

ଖଣ୍ଡପଡା ବ୍ଲକ ଅଧୀନ ଆଦିବାସୀ ବହୁଳ କୋସକା ପଞ୍ଚାୟତର ଯୋଗୀଯୋଗିଆଣୀ ପୀଠ ନୟାଗଡ଼ ଜିଲାର ଏକମାତ୍ର ବୌଦ୍ଧ ସ୍ଥଳ। ଅଁଳାପଟା ମୌଜା ନିକଟ ଘଞ୍ଚ ଜଙ୍ଗଲ ତଥା ପାହାଡ଼ ପାଦଦେଶରେ କାହିଁ କେଉଁ ଦିନରୁ ପୂଜା ପାଉଛନ୍ତି ଖ୍ରୀଷ୍ଟୀୟ ୯ମ, ୧୦ମ ଶତାବ୍ଦୀର ୪ ବୁଦ୍ଧ ମୂର୍ତ୍ତି। ପୀଠ ନିକଟରେ ବହି ଯାଉଛି ଝରଣା। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ପୀଠ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ଏହାକୁ ଆଖି ଆଗରେ ରଖି ୨୦୧୮ରେ ପାହାଡ଼ ପାଦଦେଶରେ ଏକ କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ତତ୍କାଳୀନ ବିଧାୟକ ଅନୁଭବ ପଟ୍ଟନାୟକ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏଥିପାଇଁ ୩୫ ଲକ୍ଷ ଟଙ୍କା ଖର୍ଚ୍ଚ ହେବ ବୋଲି ବ୍ୟୟ ଅଟକଳ କରାଯାଇଥିଲା। ତତ୍କାଳୀନ ଜିଲାପାଳ ଡ. ଏନ୍‌ ତିରୁମାଲା ନାୟକ ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ ବେଳେ ଉପସ୍ଥିତ ଥିଲେ। ମାତ୍ର ପ୍ରଶାସନିକ ଉଦାସୀନତା ଯୋଗୁ ସେହି କାମ ଛାତ ପତନ ପର୍ଯ୍ୟନ୍ତ ହେବା ପରେ ବନ୍ଦ ହୋଇ ପଡିରହିଛି।

ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ପାଇଁ ଅଧିକାଂଶ ପର୍ଯ୍ୟଟକ ଯୋଗୀଯୋଗିଆଣୀ ପୀଠରେ ରହିବାକୁ ଇଚ୍ଛା ପ୍ରକାଶ କରିଥାନ୍ତି। ଏଥିସହିତ ବହୁ ଚଳଚ୍ଚିତ୍ର ପ୍ରଯୋଜକ ସେଠାକୁ ଶୁଟିଂ ପାଇଁ ଆସିଥାନ୍ତି। ବର୍ଷର ବିଭିନ୍ନ ସମୟରେ ସେଠାରେ ବଣଭୋଜି, ପିକ୍‌ନିକ୍‌ର ଆୟୋଜନ କରାଯାଇଥାଏ। ମାତ୍ର ସେଠାରେ ରହିବାର ବ୍ୟବସ୍ଥା ନ ଥିବାରୁ ପର୍ଯ୍ୟଟକମାନେ ସନ୍ଧ୍ୟା ପୂର୍ବରୁ ଫେରିବାକୁ ବାଧ୍ୟ ହୋଇଥାନ୍ତି। ଉକ୍ତ ପୀଠରେ ଏକ ହାଇମାଷ୍ଟ ଲାଇଟ ବ୍ୟବସ୍ଥା କରିବା ସହ ଝରଣା ଜଳକୁ ଚେକ୍‌ ଡ୍ୟାମ୍‌ ମାଧ୍ୟମରେ ଅଟକାଯାଇ ସ୍ନାନ ଶୌଚାଦି କାର୍ଯ୍ୟ ପାଇଁ ସୁବିଧା କରାଗଲେ ପର୍ଯ୍ୟଟକମାନେ ଉପକୃତ ହୋଇପାରିବେ ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଏଥିସହିତ ଚେକ୍‌ ଡ୍ୟାମ୍‌ର ବଳକା ପାଣିକୁ ନିମ୍ନ ଭାଗରେ ଥିବା ଜମିରେ ବ୍ୟବହାର କରାଯାଇ ଚାଷ କାମ କରିହେବ ବୋଲି ଯୋଗୀଯୋଗିଆଣୀ ବୌଦ୍ଧ ପୀଠ ଉନ୍ନୟନ ପରିଷଦର ସଭାପତି କୈଳାସ ଚନ୍ଦ୍ର ପଣ୍ଡା ଓ କୋସକା ସରପଞ୍ଚ କୃଷ୍ଣଚନ୍ଦ୍ର ସାହୁ ପ୍ରକାଶ କରିଛନ୍ତି। ସରପଞ୍ଚ ସାହୁ କୁହନ୍ତି, ଉକ୍ତ ପୀଠର ବିକାଶର ଆବଶ୍ୟକତା ରହିଛି। ପର୍ଯ୍ୟଟକମାନଙ୍କ ରହଣି ପାଇଁ ସରକାରଙ୍କ ପକ୍ଷରୁ ଘରର ବ୍ୟବସ୍ଥା କରାଯିବା ସହ ଅଧିକ ଆଲୋକୀକରଣ କରାଯାଉ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?